Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆମ ବସ ଦୁର୍ଘଟଣାରେ ଅଟୋ ଚାଳକଙ୍କ ମୃତ୍ୟୁ ଘଟଣା, ମୁଖ୍ୟମନ୍ତ୍ରୀଙ୍କ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା
ଆଜିର ଖବର

ଆମ ବସ ଦୁର୍ଘଟଣାରେ ଅଟୋ ଚାଳକଙ୍କ ମୃତ୍ୟୁ ଘଟଣା, ମୁଖ୍ୟମନ୍ତ୍ରୀଙ୍କ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା

January 4, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆମ ବସ ଦୁର୍ଘଟଣା
ଆମ ବସ ଦୁର୍ଘଟଣାରେ ଅଟୋ ଚାଳକଙ୍କ ମୃତ୍ୟୁ ଘଟଣା, ମୁଖ୍ୟମନ୍ତ୍ରୀଙ୍କ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୁବନେଶ୍ବର: ଗତକାଲି ଭୁବନେଶ୍ୱର ରୂପାଲି ଛକ ନିକଟରେ ଆମ ବସ ଓ ଅଟୋ ମଧ୍ୟରେ ଧକା ହେବ ଫଳରେ ଅଟୋ ଚାଳକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି। ଏ ଘଟଣାରେ ଆହତ ହୋଇଥିବା ଛାତ୍ରୀଙ୍କ ଆଶୁ ଆରୋଗ୍ୟ ମଧ୍ୟ ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି।

ତେବେ ‘ଆମ ବସ’ ପରିବହନରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ମୁଖ୍ୟମନ୍ତ୍ରୀ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ଆମ ବସ ପରିଚାଳନା ସଂସ୍ଥା CRUT ସହିତ ସମନ୍ୱୟ ରକ୍ଷା କରି ଏ ସମସ୍ୟାରେ ଉନ୍ନତି ଆଣିବା ପାଇଁ ପଦକ୍ଷେପ ନେବାକୁ ସେ ପରିବହନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।

ବିଶେଷକରି ଆମ ବସ ଡ଼୍ରାଇଭର ମାନଙ୍କ ଦକ୍ଷତା ବୃଦ୍ଧି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ଵ ଆରୋପ କରିଛନ୍ତି। ଏଥିପାଇଁ ନିୟମିତ ଟ୍ରେନିଂ ପ୍ରଦାନ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଟ୍ରେନିଂ ପ୍ରକ୍ରିୟାରେ ଡ଼୍ରାଇଭର ମାନଙ୍କ ଦକ୍ଷତା ସହ ସେମାନଙ୍କ ଶାରିରୀକ ଓ ମାନସିକ ସ୍ଵାସ୍ଥ୍ୟ ସଂପର୍କରେ ମଧ୍ୟ ଗୁରୁତ୍ଵ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବିଶେଷକରି, ସେମାନଙ୍କ ମଧ୍ୟରେ ସମ୍ବେଦନଶୀଳ ମନୋଭାବ ସୃଷ୍ଟି ପାଇଁ training module କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି।

ଏହା ସହିତ MVI ମାନଙ୍କ ଦ୍ଵାରା ଆମ ବସ ଗୁଡ଼ିକର ଫିଟନେସ ସଂପର୍କରେ ନିୟମିତ ଯାଞ୍ଚ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବାଣିଜ୍ୟ ଓ ପରିବହନ ବିଭାଗ ଏକ ସ୍ଵତନ୍ତ୍ର ସ୍କ୍ୱାଡ ଗଠନ କରି ବସ ଫିଟନେସ ଯାଞ୍ଚ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହିପରି ଦୁର୍ଭାଗ୍ୟଜନକ ଘଟଣା ଯେପରି ବାରମ୍ବାର ନ ଘଟେ ସେଥିପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ନିୟମିତ ଭାବେ ସମୀକ୍ଷା କରି ପରିସ୍ଥିତିରେ ଉନ୍ନତି ଆଣିବା ପାଇଁ ଉଦ୍ୟମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

training module ଆମ ବସ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026
Latest News

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.