Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦ୍ୱିତୀୟ ସନ୍ଧ୍ୟାରେ ରଣପୁର ମହୋତ୍ସବ “ଅର୍ଜୁନ”: ସଂସ୍କୃତି, ସୃଜନଶୀଳତା ଓ ଶ୍ରଦ୍ଧାର ଅପୂର୍ବ ସମନ୍ୱୟ
ଆଜିର ଖବର

ଦ୍ୱିତୀୟ ସନ୍ଧ୍ୟାରେ ରଣପୁର ମହୋତ୍ସବ “ଅର୍ଜୁନ”: ସଂସ୍କୃତି, ସୃଜନଶୀଳତା ଓ ଶ୍ରଦ୍ଧାର ଅପୂର୍ବ ସମନ୍ୱୟ

January 6, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଦ୍ୱିତୀୟ ସନ୍ଧ୍ୟାରେ ରଣପୁର ମହୋତ୍ସବ “ଅର୍ଜୁନ”: ସଂସ୍କୃତି, ସୃଜନଶୀଳତା ଓ ଶ୍ରଦ୍ଧାର ଅପୂର୍ବ ସମନ୍ୱୟ
ଦ୍ୱିତୀୟ ସନ୍ଧ୍ୟାରେ ରଣପୁର ମହୋତ୍ସବ “ଅର୍ଜୁନ”: ସଂସ୍କୃତି, ସୃଜନଶୀଳତା ଓ ଶ୍ରଦ୍ଧାର ଅପୂର୍ବ ସମନ୍ୱୟ

ରଣପୁର: ରଣପୁର ବାଘ ସାମନ୍ତ ପଡିଆରେ ଆୟୋଜିତ ରଣପୁର ମହୋତ୍ସବ “ଅର୍ଜୁନ”ର ଦ୍ୱିତୀୟ ସନ୍ଧ୍ୟା ସଂସ୍କୃତି ଓ ସୃଜନଶୀଳତାର ଏକ ଆଲୋକମୟ ଉତ୍ସବରେ ପରିଣତ ହୋଇଥିଲା। ଆଲୋକ, ଧ୍ୱନି ଓ ସଙ୍ଗୀତର ସୁନିୟୋଜିତ ସମନ୍ୱୟରେ ସମଗ୍ର ପରିବେଶ ଉତ୍ସବମୟ ଓ ଉତ୍ସାହଭରା ହୋଇଉଠିଥିଲା। ସନ୍ଧ୍ୟାର ସାଂସ୍କୃତିକ କାର୍ଯ୍ୟକ୍ରମରେ ଓଡ଼ିଶାର ପାରମ୍ପରିକ ଲୋକନୃତ୍ୟ, ଲୋକସଙ୍ଗୀତ ସହ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରଦର୍ଶିତ ମନୋରମ ଉପସ୍ଥାପନା ଦର୍ଶକମାନଙ୍କୁ ମନମୁଗ୍ଧ କରିଥିଲା। ସ୍ଥାନୀୟ କଳାକାରଙ୍କ ସହ ଆମନ୍ତ୍ରିତ ପ୍ରତିଷ୍ଠିତ ଶିଳ୍ପୀମାନଙ୍କ ପ୍ରଦର୍ଶନୀ ମଞ୍ଚକୁ ଆହୁରି ଜୀବନ୍ତ ଓ ଆକର୍ଷଣୀୟ କରିଥିଲା।

ଉଲ୍ଲେଖନୀୟ ଯେ, ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା ଦେଶମାତୃକା ପାଇଁ ଜୀବନ ଉତ୍ସର୍ଗ କରିଥିବା ଶହୀଦ ରଘୁନାଥ ମହାନ୍ତିଙ୍କ ପବିତ୍ର ସ୍ମୃତିରେ ଉତ୍ସର୍ଗୀକୃତ କରାଯାଇଥିଲା। ଦର୍ଶକମାନଙ୍କର ଭିଡ଼ ଓ ଉତ୍ସାହ ମହୋତ୍ସବର ସଫଳତାକୁ ସ୍ପଷ୍ଟ ଭାବେ ପ୍ରତିବିମ୍ବିତ କରିଥିଲା।

ସନ୍ଧ୍ୟାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା, ମହାକାଳପଡ଼ା ବିଧାୟକ ଦୁର୍ଗା ପ୍ରସନ ନାୟକ, ଦଶପଲ୍ଲା ବିଧାୟକ ରମେଶ ବେହେରା ଓ ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ୱାଇଁ, ରଣପୁର ତହସିଲଦାର ଆର୍ଯ୍ୟ କୁମାର ସର୍ବଦାମନ ପ୍ରମୁଖ ଉପସ୍ଥିତ ଥିଲେ।

ସଭାକାର୍ଯ୍ୟ ଓଡ଼ିଶାର ବାଚସ୍ପତି ସୁରମା ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା। ବରିଷ୍ଠ ଶିକ୍ଷକ ଜ୍ୟୋତି ରଞ୍ଜନ ଦାଶ ଅତିଥି ପରିଚୟ ପ୍ରଦାନ କରିଥିଲେ ଏବଂ ଅଧ୍ୟାପକ ସତ୍ୟନାରାୟଣ ମହାପାତ୍ର ସଭା ସଂଚାଳନ କରିଥିଲେ।

ସଭାକାର୍ଯ୍ୟ ପରେ କଟକର ସିଂଘମ ଡ୍ୟାନ୍ସ ଏକାଡେମୀ, ନୃତ୍ୟଶ୍ରୀ ଡ୍ୟାନ୍ସ ଏକାଡେମୀ, ଆରାଧନା ଡ୍ୟାନ୍ସ ଏକାଡେମୀର ମନୋରମ ଗୋଟିପୁଅ ନୃତ୍ୟ ସହ ବରଗଡ଼ର ପ୍ରସିଦ୍ଧ ଦୂଲଦୁଲି ନୃତ୍ୟ ଦର୍ଶକମାନଙ୍କୁ ଦୀର୍ଘ ସମୟ ଧରି ମନୋରଞ୍ଜନ କରିଥିଲା।

ଆୟୋଜକ ସମିତିର ସୁଚାରୁ ପରିଚାଳନା, ସୁସଂଗଠିତ ମଞ୍ଚ ବ୍ୟବସ୍ଥା, ସ୍ୱଚ୍ଛତା ଓ ସୁରକ୍ଷା ବ୍ୟବସ୍ଥା ଯୋଗୁଁ ସମଗ୍ର କାର୍ଯ୍ୟକ୍ରମ ଶାନ୍ତିଶୃଙ୍ଖଳାର ସହିତ ସମ୍ପନ୍ନ ହୋଇଥିଲା। ରଣପୁର ମହୋତ୍ସବ “ଅର୍ଜୁନ”ର ଦ୍ୱିତୀୟ ସନ୍ଧ୍ୟା ରଣପୁରର ସାଂସ୍କୃତିକ ପରିଚୟକୁ ରାଜ୍ୟସ୍ତରରେ ଆହୁରି ସୁଦୃଢ଼ କରିଥିବା ମତ ପ୍ରକାଶ ପାଇଛି।

ଅର୍ଜୁନ ରଣପୁର ମହୋତ୍ସବ ଶ୍ରଦ୍ଧା ସଂସ୍କୃତି ସୃଜନଶୀଳତା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026
Latest News

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ସଂସଦରେ ECE ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ନୋଟିସ: ଜାଣନ୍ତୁ ଏବେ କ’ଣ ହେବ?

March 13, 2026

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଆଜି ଆପଣଙ୍କ ଆକାଉଣ୍ଟରେ ଜମା ହେବ କିଷାନ ସମ୍ମାନ ନିଧି ଟଙ୍କା: ତୁରନ୍ତ କରନ୍ତୁ ଯାଞ୍ଚ

March 13, 2026

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.