ବାଣପୁର: ଆଜି ବାଣପୁରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଭୁବନେଶ୍ବର ବିମାନ ବନ୍ଦରରୁ ଏକ ସ୍ବତନ୍ତ୍ର ହେଲିକାପ୍ଟରରେ ସେ ବାଣପୁରରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଏବଂ ପୁରୀ ସାଂସଦ ସମ୍ବିତ ପାତ୍ର ସ୍ବାଗତ କରିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀଙ୍କୁ ବାଣପୁର ପଲଟନ ପଡିଆକୁ ପାଛୋଟି ନିଆଯାଇଥିଲା। ସେଠାରେ ସେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଭିତ୍ତପ୍ରସ୍ତର ସ୍ଥାପନ କରିବେ। ଏଥିରେ ରାଜ୍ୟରେ ୧୧୮ଟି ପ୍ରାଥମିକ ବିଦ୍ୟାଳୟକୁ ଏହି ଯୋଜନାରେ ସାମିଲ କରାଯିବ।
ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ଏବଂ ଆଇନ ମନ୍ତ୍ରୀଙ୍କ ସହିତ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ଜଟଣୀ ବିଧାୟକ ବିଭୂତି ବଳବନ୍ତରାୟ, ଭୁବନେଶ୍ବର ଏକାମ୍ର ବିଧାୟକ ବାବୁ ସିଂ, ପୂର୍ବତ୍ତନ ବିଧାୟକ ବିଭୂତି ଭୂଷଣ ହରିଚନ୍ଦନ, ମୁଖ୍ୟଶାସନ ସଚିବ ଅନୁଗର୍ଗ ପ୍ରମୁଥ ଯୋଗଦେଇଛନ୍ତି।


