Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

January 7, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ
କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶାର ଶିଳ୍ପ ସମୃଦ୍ଧ ଦୁଇ ପ୍ରମୁଖ ସହର ସମ୍ବଲପୁର ଓ ଝାରସୁଗୁଡ଼ା ମଧ୍ୟରେ ଯୋଗାଯୋଗକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବୈକଳ୍ପିକ ଜାତୀୟ ରାଜପଥ ନିର୍ମାଣ ନିମନ୍ତେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ଠାରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ସାକ୍ଷାତ୍ କରି ଅନୁରୋଧ କରିଛନ୍ତି।

ସମ୍ବଲପୁର ଏବଂ ଝାରସୁଗୁଡ଼ା ଜିଲ୍ଲା ଓଡ଼ିଶାର ଅର୍ଥନୀତିର ପେଣ୍ଠସ୍ଥଳ। ଏହି ନୂତନ ଜାତୀୟ ରାଜପଥ ନିର୍ମାଣ ହେବା ଫଳରେ ଏହି ଅଞ୍ଚଳରେ ଶିଳ୍ପାୟନର ଗତି ତ୍ୱରାନ୍ୱିତ ହେବ ଏବଂ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଏହି ଜାତୀୟ ରାଜପଥ ସମ୍ବଲପୁର ଓ ଝାରସୁଗୁଡ଼ାକୁ ସଂଯୋଗ କରିବା ସହ ଓଡ଼ିଶାର ଶିଳ୍ପ ଓ ଆଞ୍ଚଳିକ ବିକାଶ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ହେବ। ଏହା କେବଳ ପରିବହନ ନୁହେଁ, ବରଂ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ମଧ୍ୟ ବୈପ୍ଳବିକ ପରିବର୍ତ୍ତନ ଆଣିବ। ଶ୍ରୀ ପ୍ରଧାନ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ପୂର୍ବୋଦୟ’ ପରିକଳ୍ପନାରେ ଓଡ଼ିଶାର ଭିତ୍ତିଭୂମି ବିକାଶକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ଏହି ବୈକଳ୍ପିକ ରାଜପଥ ନିର୍ମାଣ ହେଲେ ଏହା ଜନସାଧାରଣଙ୍କ ସାମାଜିକ ଓ ଅର୍ଥନୈତିକ ଜୀବନଶୈଳୀରେ ବ୍ୟାପକ ସୁଧାର ଆଣିବ।

ଧର୍ମେନ୍ଦ୍ର ପ୍ରଧାନ ନୀତିନ ଗଡକରୀ ବୈକଳ୍ପିକ ଜାତୀୟ ରାଜପଥ ସମ୍ବଲପୁରରୁ ଝାରସୁଗୁଡ଼ା
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଆଜି ଡିସେମ୍ବର ୮ ତାରିଖ ଗୁରୁବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

January 8, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଟେଲିଫୋନ ଯୋଗେ କଥା ହେଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ

January 7, 2026

ମା ଭଗବତୀ ମନ୍ଦିର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

January 7, 2026

କେଳୁଚରଣ କୀର୍ତ୍ତି ଶତକମ୍: ପାଳନ ହେବ ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ

January 7, 2026
Latest News

ରାଶିଫଳ: ଆଜି ଡିସେମ୍ବର ୮ ତାରିଖ ଗୁରୁବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

January 8, 2026

କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

January 7, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଟେଲିଫୋନ ଯୋଗେ କଥା ହେଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ

January 7, 2026

ମା ଭଗବତୀ ମନ୍ଦିର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

January 7, 2026

କେଳୁଚରଣ କୀର୍ତ୍ତି ଶତକମ୍: ପାଳନ ହେବ ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ

January 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.