Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାଧାରଣତନ୍ତ୍ର ଦିବସ-୨୦୨୬ ପାଇଁ ପ୍ରସ୍ତୁତି ବୈଠକ
ଆଜିର ଖବର

ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାଧାରଣତନ୍ତ୍ର ଦିବସ-୨୦୨୬ ପାଇଁ ପ୍ରସ୍ତୁତି ବୈଠକ

January 8, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
I and PR Department holds preparatory meeting regarding Republic Day celebrations
I and PR Department holds preparatory meeting regarding Republic Day celebrations

ଭୁବନେଶ୍ୱର: ଭୁବନେଶ୍ୱରରେ ଆସନ୍ତା ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ-୨୦୨୬ ପାଳନ ପରିପ୍ରେକ୍ଷୀରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସୂଚନା ଓ ଲୋକସମ୍ପର୍କ ବିଭାଗ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ଅଧ୍ୟକ୍ଷତା କରି କହିଲେ ଯେ ସାଧାରଣତନ୍ତ୍ର ଦିବସ ହେଉଛି ସମସ୍ତଙ୍କ ପାଇଁ ଗର୍ବ, ଗୌରବ ଓ ଭାବବେଗର ପ୍ରତୀକ। ମହାତ୍ମା ଗାନ୍ଧୀ ମାର୍ଗରେ ହେବାକୁ ଥିବା ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ଓଡ଼ିଶାର ମହାମହିମ ରାଜ୍ୟପାଳ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏହି ଉତ୍ସବକୁ ଅତ୍ୟନ୍ତ ଶୃଙ୍ଖଳିତ, ଆଧୁନିକ ଓ ଆକର୍ଷଣୀୟ ଭାବରେ ପାଳନ କରିବାକୁ ସେ କହିଥିଲେ। ଉତ୍ସବର ପ୍ରତ୍ୟେକ ଆୟୋଜନ ଯଥା-ପାରେଡ୍, ସାଜସଜ୍ଜା, ଆମନ୍ତ୍ରିତ ଅତିଥିଙ୍କ ଉପବେସନ ବ୍ୟବସ୍ଥା, ସୁରକ୍ଷା, ସମୟନିଷ୍ଠତା ଓ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ଉପରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇଥିଲେ।

ବୈଠକରେ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳ, ପାର୍କ ଓ ବସ୍ଷ୍ଟାଣ୍ଡ ଆଦି ସ୍ଥାନରେ ଡାକବାଜି ଯନ୍ତ୍ର ମାଧ୍ୟମରେ ପ୍ରଭାତରେ ରାମଧୁନ୍ ପରିବେଷଣ କରି ଦେଶପ୍ରେମ ଭାବନା ସୃଷ୍ଟି କରିବା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏହା ସହ ପତାକା ଉତ୍ତୋଳନ ସ୍ଥଳରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ, ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧା ପ୍ରସାରଣ, ଉତ୍ସବ ସ୍ଥଳର ସାଜସଜ୍ଜା ଓ ପ୍ରଜ୍ଞାପନ ମେଢ ଆଦି ବିଷୟରେ ମଧ୍ୟ ଆଲୋଚନା ହୋଇଥିଲା।

ସାଧାରଣତନ୍ତ୍ର ଦିବସ ପାଳନକୁ ଜିଲ୍ଲା ଓ ଉପଖଣ୍ଡ ସ୍ତରରେ ଅଧିକ ଆକର୍ଷଣୀୟ ଓ ସୁବ୍ୟବସ୍ଥିତ କରିବା ପାଇଁ ଆବଶ୍ୟକ ଅର୍ଥ ବ୍ୟବସ୍ଥା ବୃଦ୍ଧି କରାଯିବ ବୋଲି ବୈଠକର ଆଲୋଚନାରୁ ଜଣାପଡ଼ିଛି। ସାଧାରଣତନ୍ତ୍ର ଦିବସ ଉପଲକ୍ଷେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟ, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାଗୁଡ଼ିକରେ ଆଲୋକ ସଜ୍ଜା କରାଯିବା ସହ ସମସ୍ତ ବ୍ୟବସ୍ଥାକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମ୍ପନ୍ନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ବୈଠକରେ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଅନୁଜ କୁମାର ଦାସପଟ୍ଟନାୟକ, ଅତିରିକ୍ତ ଶାସନ ସଚିବ ଅଶୋକ କୁମାର ବେହୁରିଆ, ନିର୍ଦ୍ଦେଶକ (ବୈଷୟିକ) ଗୁର୍ବୀର୍ ସିଂ, ଉପନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

I and PR Department Preparatory Meeting Republic Day celebrations ପ୍ରସ୍ତୁତି ବୈଠକ ସାଧାରଣତନ୍ତ୍ର ଦିବସ-୨୦୨୬ ସୂଚନା ଓ ଲୋକସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.