(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଛତ୍ରପୁର ଥାନା ଅନ୍ତର୍ଗତ ପୁରୁଣା ପାଟଣା ଗ୍ରାମର ଦିବାକର ଗୌଡ ନାମକ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ସେ ଗୃହରକ୍ଷୀ ଭାବେ କାର୍ଯ୍ୟରତ ବୋଲି ଜଣାପଡିଛି।
ଘଟଣାରୁ ପ୍ରକାଶ ଯେ, ନିଜ ଘର ସମ୍ମୁଖରେ ଏକ ଭୋଜି କାର୍ଯ୍ୟକ୍ରମରେ କାମ କରୁଥିବା ବେଳେ ଅସାବଧାନତା ବଶତଃ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇଥିଲେ। ଯାହାପରେ ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଖବର ପାଇ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଡାକ୍ତରଖାନାରେ ପହଞ୍ଚି ମୃତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।


