Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ‘ସମଗ୍ର ଶିକ୍ଷା’ର ନୂତନ ରୂପରେଖ ପାଇଁ ପରାମର୍ଶ ବୈଠକ
ଆଜିର ଖବର

କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ‘ସମଗ୍ର ଶିକ୍ଷା’ର ନୂତନ ରୂପରେଖ ପାଇଁ ପରାମର୍ଶ ବୈଠକ

January 9, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ 'ସମଗ୍ର ଶିକ୍ଷା’ର ନୂତନ ରୂପରେଖ ପାଇଁ ପରାମର୍ଶ ବୈଠକ
କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ 'ସମଗ୍ର ଶିକ୍ଷା’ର ନୂତନ ରୂପରେଖ ପାଇଁ ପରାମର୍ଶ ବୈଠକ

ନୂଆଦିଲ୍ଲୀ/ଭୁବନେଶ୍ୱର:  କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ ଜୟନ୍ତ ଚୌଧୁରୀଙ୍କ ମିଳିତ ଅଧ୍ୟକ୍ଷତାରେ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ୩.୦’ ଉପରେ ‘ସମଗ୍ର ଶିକ୍ଷାର ନୂତନ ରୂପରେଖ’ ପାଇଁ ଏକ ଦିନିକିଆ ପରାମର୍ଶ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୧୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ବରିଷ୍ଠ ଅଧିକାରୀ, ଶିକ୍ଷାବିତ୍ ଏବଂ ବିଭିନ୍ନ ମନ୍ତ୍ରଣାଳୟର ପ୍ରତିନିଧିମାନେ ଯୋଗ ଦେଇ ସ୍କୁଲ ଶିକ୍ଷା ବ୍ୟବସ୍ଥାର ସଂସ୍କାର ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି।

ଶ୍ରୀ ପ୍ରଧାନ କହିଛନ୍ତି, ଆଜିର ଏହି ମିଳିତ ପ୍ରୟାସ ଏବଂ ଏହି ବୈଠକରୁ ନିଷ୍କର୍ସ ହେଉଥିବା ଅଭିନବ ଚିନ୍ତାଧାରା ଆମ ବିଦ୍ୟାଳୟ ଶିକ୍ଷା ବ୍ୟବସ୍ଥାକୁ ସାମଗ୍ରିକ ଭାବେ ସଦୃଢ଼ କରିବା ପାଇଁ ଏକ ସ୍ପଷ୍ଟ ରୋଡ୍‌ମ୍ୟାପ୍ ପ୍ରସ୍ତୁତ କରିବାରେ ସହାୟକ ହେବ। ଏହା ସହିତ ସମଗ୍ର ଶିକ୍ଷା ଯୋଜନାକୁ ପୁନଃକଳ୍ପନା କରି ‘ବିକଶିତ ଭାରତ’ର ଲକ୍ଷ୍ୟ ସହିତ ସମାନ କରିବା ସହ ଏକ ଶିକ୍ଷା ବ୍ୟବସ୍ଥା ଗଠନ କରିବ, ଯାହା ଫଳାଫଳ ଭିତ୍ତିକ, ବିଶ୍ୱସ୍ତରୀୟ ପ୍ରତିଯୋଗିତାମୂଳକ, ଭାରତୀୟତା ସହ ଜଡ଼ିତ। ଆମର ଛାତ୍ରଛାତ୍ରୀଙ୍କ ବିଭିନ୍ନ ପ୍ରକାରର ଆବଶ୍ୟକତାକୁ ପୂରଣ କରିବାରେ ସହାୟକ ହେବ ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ କହିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମ ସମସ୍ତଙ୍କ ପାଇଁ ୨୦୪୭ ସୁଦ୍ଧା ‘ବିକଶିତ ଭାରତ’ର ଏକ ଦୂରଦୃଷ୍ଟି ସମ୍ପନ୍ନ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଏହି ପରିକଳ୍ପନା ସେତେବେଳେ ବାସ୍ତବରେ ରୂପାନ୍ତରିତ ହେବ, ଯେତେବେଳେ ଭାରତର ପ୍ରତ୍ୟେକ ଶିଶୁ ଗୁଣାତ୍ମକ ଶିକ୍ଷା ପାଇପାରିବେ ଏବଂ ଆମେ ଯୁକ୍ତ ୨ ବା ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟ ଶିକ୍ଷାରେ ଶତପ୍ରତିଶତ ନାମଲେଖା ହାସଲ କରିପାରିବା। ପାଠପଢ଼ାରେ ରହୁଥିବା ବ୍ୟବଧାନକୁ କମାଇବା, ଡ୍ରପ୍-ଆଉଟ୍ ହାର ହ୍ରାସ କରିବା, ଗୁଣାତ୍ମକ ଶିକ୍ଷାଦାନ ସହ ଅପପୁଷ୍ଟି ସମସ୍ୟାର ସମାଧାନ କରିବା ଆମର ମିଳିତ ଦାୟିତ୍ୱ ହେବା ଉଚିତ୍। ସେହିପରି ଶିକ୍ଷକମାନଙ୍କର ଦକ୍ଷତା ବୃଦ୍ଧି କରିବା, ପ୍ରତ୍ୟେକ ଶିଶୁଙ୍କ ମଧ୍ୟରେ ଡିଜାଇନ ଥିଙ୍କିଙ୍ଗ୍, କ୍ରିଟିକାଲ ଥିଙ୍କିଂ ବିକଶିତ କରିବା, ଆମର ‘ଅମୃତ ପିଢ଼ି’କୁ ମାକାଉଲେ ମାନସିକତାରୁ ବାହାର କରି ଆଣିବା ଏବଂ ବିକଶିତ ଭାରତ ପାଇଁ ଏକ ମାନବ ସମ୍ବଳ ଗଠନ କରିବା ପାଇଁ ମଧ୍ୟ ସମସ୍ତେ ଦାୟିତ୍ୱ ନିର୍ବାହ କରିବା ଆବଶ୍ୟକ।

ସେ କହିଛନ୍ତି, ଆମକୁ ସମଗ୍ର ଶିକ୍ଷା ଯୋଜନାକୁ ‘ଫଳାଫଳ ଭିତ୍ତିକ’ ଏବଂ ବିଶ୍ୱସ୍ତରୀୟ ପ୍ରତିଯୋଗିତାମୂଳକ ଢାଞ୍ଚାରେ ପରିଣତ କରିବାକୁ ହେବ, ଯାହା ଜାତୀୟ ଶିକ୍ଷା ନୀତି ୨୦୨୦ ର ଉଦ୍ଦେଶ୍ୟ ସହିତ ଜଡ଼ିତ। ଶ୍ରୀ ପ୍ରଧାନ ସମସ୍ତ ଏକାଡେମିକ ବିଶେଷଜ୍ଞ, ବିଭିନ୍ନ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ, ଶିକ୍ଷା ମନ୍ତ୍ରଣାଳୟ ଏବଂ ଅଂଶଗ୍ରହଣକାରୀ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ୨୦୨୬-୨୦୨୭ ଶିକ୍ଷା ବର୍ଷ ପାଇଁ ଏକ ସାମଗ୍ରିକ ବାର୍ଷିକ ଯୋଜନା ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା ଏକ ଜାତୀୟ ଆନ୍ଦୋଳନରେ ପରିଣତ ହେବା ଉଚିତ୍। ଯେତେବେଳେ ଆମର ‘ବିଚାର’ ଗୁଡ଼ିକ ଏକାଠି ହେବ, ସେତେବେଳେ ଆମର ‘ଦକ୍ଷତା’ ମଧ୍ୟ ବୃଦ୍ଧିପାଇବ।

ଶ୍ରୀ ପ୍ରଧାନ ଆହୁରି କହିଛନ୍ତି ଯେ, “ଆମକୁ ବିଦ୍ୟାଳୟଗୁଡ଼ିକୁ ସମାଜକୁ ଫେରାଇବାକୁ ହେବ।” ସରକାର ବ୍ୟବସ୍ଥା ଏବଂ ଦରମା ପାଇଁ ଦାୟିତ୍ୱ ନେବେ, କିନ୍ତୁ ବିଦ୍ୟାଳୟର ପରିଚାଳନା ଦାୟିତ୍ୱରେ ସମାଜର ସକ୍ରିୟ ଅଂଶଗ୍ରହଣ ରହିବା ଆବଶ୍ୟକ। ଏହାବ୍ୟତୀତ ଟେକ୍ନୋଲୋଜି ଏବଂ ଡିଜିଟାଇଜେସନର ସଠିକ୍ ବ୍ୟବହାର ଦ୍ୱାରା ପରୀକ୍ଷା ବୋଝ କମାଇ ଶିକ୍ଷାକୁ ସହଜ କରିବା ପାଇଁ ସେ ସମସ୍ତ ରାଜ୍ୟଙ୍କୁ ସେମାନଙ୍କର ‘ଶ୍ରେଷ୍ଠ ଅଭ୍ୟାସ’ ଉପରେ ଆଲୋଚନା କରିବାକୁ ପରାମର୍ଶ ଦେଇଛନ୍ତି।

ଧର୍ମେନ୍ଦ୍ର ପ୍ରଧାନ ପରାମର୍ଶ ବୈଠକ ଫଳାଫଳ ଭିତ୍ତିକ ସମଗ୍ର ଶିକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

କେଏଲ ରାହୁଲଙ୍କ ଆଘାତ ସମ୍ପର୍କରେ ବଡ଼ ଅପଡେଟ୍: ଜାଣନ୍ତୁ କ’ଣ କହିଲେ ବ୍ୟାଟିଂ ପ୍ରଶିକ୍ଷକ?

August 16, 2026

୨୦୨୭ ଦିନିକିଆ ବିଶ୍ୱକପ୍ ତାରିଖ ପ୍ରକାଶ: ମହାତ୍ମା ଗାନ୍ଧୀଙ୍କ ସହ ରହିଛି ସଂଯୋଗ

August 16, 2026

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026
Latest News

କେଏଲ ରାହୁଲଙ୍କ ଆଘାତ ସମ୍ପର୍କରେ ବଡ଼ ଅପଡେଟ୍: ଜାଣନ୍ତୁ କ’ଣ କହିଲେ ବ୍ୟାଟିଂ ପ୍ରଶିକ୍ଷକ?

August 16, 2026

୨୦୨୭ ଦିନିକିଆ ବିଶ୍ୱକପ୍ ତାରିଖ ପ୍ରକାଶ: ମହାତ୍ମା ଗାନ୍ଧୀଙ୍କ ସହ ରହିଛି ସଂଯୋଗ

August 16, 2026

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.