Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ
ଆଜିର ଖବର

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ

January 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Committee Submits Interim Report on Streamlining Lingaraj Temple Rituals
Committee Submits Interim Report on Streamlining Lingaraj Temple Rituals

ଭୁବନେଶ୍ଵର: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି, ସେବାପୂଜା, ବିଧି ଏବଂ ପର୍ବପର୍ବାଣିକୁ ଶୃଙ୍ଖଳିତ କରିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ମନ୍ଦିରର ରେକର୍ଡ ଅଫ୍ ରାଇଟସ୍ ର ଅନୁଧ୍ୟାନ ଓ ବିଶ୍ଳେଷଣ କରିବା ପାଇଁ ଗଠିତ ହୋଇଥିବା ଦୁଇଜଣିଆ କମିଟି ଶୁକ୍ରବାର ଅପରାହ୍ନରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଅନ୍ତରିଣ ରିପୋର୍ଟ ପ୍ରଦାନ କରିଛନ୍ତି।

ଅବସରପ୍ରାପ୍ତ ଜଷ୍ଟିସ ଡ. ଦୁର୍ଗା ପ୍ରସନ୍ନ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ପ୍ରଫେସର ପ୍ରଫୁଲ୍ଲ କୁମାର ମିଶ୍ର ସଦସ୍ୟ ଥାଇ ଗଠିତ ଦୁଇଜଣିଆ କମିଟି ମନ୍ଦିର, ନିଯୋଗ, ସେବାପୂଜା ବାବଦରେ ଥିବା ବିଭିନ୍ନ ପୁରାତନ ନଥିକୁ ଅନୁଧ୍ୟାନ ସହ ମନ୍ଦିର ସହିତ ସଂଶ୍ଳିଷ୍ଟ ସେବାୟତ, ନିଯୋଗ ଆଦିଙ୍କ ସହ ଆଲୋଚନା କରି ପ୍ରସ୍ତୁତ ଏହି ଅନ୍ତରିଣ ରିପୋର୍ଟ ପ୍ରଦାନ କରିଛନ୍ତି।

ଏହି ରିପୋର୍ଟକୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଗ୍ରହଣ କରିବା ଅବସରରେ କହିଲେ ଯେ ମହାପ୍ରଭୁ ଶ୍ରୀ ଲିଙ୍ଗରାଜ ହେଉଛନ୍ତି ସାରା ଓଡ଼ିଶା ତଥା ଦେଶର କୋଣ ଅନୁକୋଣରେ ଥିବା ଶ୍ରଦ୍ଧାଳୁଙ୍କ ଲାଗି ପ୍ରତ୍ୟକ୍ଷ ଠାକୁର। ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପ୍ରତି ଥିବା ଓଡ଼ିଶାବାସୀଙ୍କ ଭକ୍ତି ଓ ଭାବାବେଗକୁ ସମ୍ମାନ ଜଣାଇ ତାଙ୍କ ନୀତିକାନ୍ତି ଓ ସେବାପୂଜାକୁ ଖୁବ୍ ଶୀଘ୍ର ଶୃଙ୍ଖଳିତ ହେବାକୁ ଯାଉଛି।

ଆଗାମୀ ଦିନରେ ଚୂଡ଼ାନ୍ତ ରିପୋର୍ଟ ଆସିବା ପରେ କମିଟି ଦେଇଥିବା ସମସ୍ତ ପ୍ରସ୍ତାବକୁ ଅନୁଶୀଳନ କରି ବିିଭିନ୍ନ ନୀତିକାନ୍ତି, ପର୍ବପର୍ବାଣି, ଯାନିଯାତ୍ରା, ସେବା ଆଦିକୁ ଶୃଙ୍ଖଳିତ ତଥା ସୁନ୍ଦର ଭାବେ ପରିଚାଳନା କରିବା ସମ୍ଭବ ହୋଇପାରିବ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ମତବ୍ୟକ୍ତ କରିଛନ୍ତି।

ଏହି ଅବସରରେ ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ଡ. ପବିତ୍ର ମୋହନ ସାମଲ, ଅତିରିକ୍ତ ଶାସନ ସଚିବ ଶିବ ପ୍ରସାଦ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜାନୁୟାରୀ ୧୦ ତାରିଖ ଶନିବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

January 10, 2026

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026
Latest News

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ

January 10, 2026

ଆଜି ଜାନୁୟାରୀ ୧୦ ତାରିଖ ଶନିବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

January 10, 2026

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.