Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ
ଆଜିର ଖବର

ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ

January 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ
ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ

ରଣପୁର: ରାଜ୍ୟ ପରିବହନ ଓ ନୟାଗଡ଼ ଜିଲ୍ଲା ପରିବହନ ବିଭାଗ ତରଫରୁ ରଣପୁରରେ ଦୁଇ ଦିନ ଧରି ଜାତୀୟ ସଡ଼କ ସୁରକ୍ଷା ମାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଦିବସରେ ସ୍ଥାନୀୟ ପଞ୍ଚୁଦଳ ପଡିଆଠାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବାଚସ୍ପତି ସୁରମା ପାଢୀ, ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ବରିଷ୍ଠ ଆଇନୀଜୀବୀ ଦିଲ୍ଲୀପ କୁମାର ନନ୍ଦ ଓ ମୋଟରଜାନ ନିରୀକ୍ଷକ ଶ୍ରୀ ଦୀପ ଯୋଗଦେଇଥିଲେ।  ଏହି ଅବସରରେ ପ୍ରାୟ ପଚାଶ ଜଣ ଡ୍ରାଇଭର ମାନଙ୍କର ଆଖି ପରୀକ୍ଷା କରାଯାଇଥିଲା। ଅନ୍ତିମ ଦିବସ ଆଜି ଉଦଯାପନ ଦିବସରେ ରଣପୁର ଡିଗ୍ରୀ ମହାବିଦ୍ୟାଳୟ ଏନସିସି କ୍ୟାଡେଟ, ସ୍ଥାନୀୟ ନୋଡାଲ ବଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ, ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ବିଜ୍ଞାପିତ ଅଞ୍ଚଳ ପରିଷଦ ସଫାଇ କର୍ମଚାରୀ ଓ ସାଧାରଣ ଜନତା ପଞ୍ଚୁଦୋଳ ପଡ଼ିଆ ଠାରେ ପୂର୍ବାହ୍ନ ସାଢ଼େ ୧୦ଟାରେ ଏକତ୍ରିତ ହୋଇଥିଲେ।

ଏହି ଅବସରରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା। ପରେ ଶୋଭାଯାତ୍ରା ବାହାରି ସଡ଼କ ସୁରକ୍ଷା ସମ୍ପର୍କିତ ନାନାଦି ସ୍ଲୋଗାନ ସାଙ୍ଗକୁ ସଚେତନତା ବାର୍ତ୍ତା ଦେଇ ବଡ଼ଦାଣ୍ଡ, ବ୍ୟାଙ୍କ ଛକ ପରିକ୍ରମା କରି ସ୍କୁଲ ବିଦ୍ୟାଳୟ ଠାରେ ପହଞ୍ଚିଥିଲେ।

ଏହି କାର୍ଯ୍ୟକ୍ରମରେ ବିଧାୟିକା ତଥା ବାଚସ୍ପତି ସୁରମା ପାଢ଼ୀ, ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧକ୍ଷା ରଙ୍ଗୀନ ମହାନ୍ତି, ଡେପୁଟି କମିଶନର ରଶ୍ମି ରଞ୍ଜନ ଦଳବେହେରା, ଆରଟିଓ ନିର୍ମଳ ମହାନ୍ତି, ବିଡ଼ିଓ ମନୋଜ କୁମାର ନାୟକ, ଏନଏସି ନିର୍ବାହୀ ଅଧିକାରୀ ସାମନ୍ତ ବିଶ୍ୱମ୍ବର ମହାପାତ୍ର, ତହସିଲଦାର ଆର୍ଯ୍ୟ ସର୍ଦମନ ପ୍ରମୁଖ ସାମିଲ ହୋଇଥିଲେ।

ବରିଷ୍ଠ ଆଇନଜୀବୀ ଦିଲ୍ଲୀପ କୁମାର ନନ୍ଦ ଓ ସତ୍ୟ ନାରାୟଣ ମହାପାତ୍ର ଏହାକୁ ସଂଯୋଜନା କରିଥିଲେ।  ପରିଶେଷରେ ପାଲା ପରିବେଷଣ ହେବା ସହିତ ପ୍ରାଥମିକ ଚିକିତ୍ସା ପ୍ରଶିକ୍ଷଣ ଦିଆଯାଇଥିଲା। ଯମ-ଚିତ୍ରଗୁପ୍ତ ଙ୍କ ଅଭିନୟ ଆକର୍ଷଣୀୟ ହୋଇଥିଲା।

ଜାତୀୟ ସଡକ ସୁରକ୍ଷା ମାସ ନୟାଗଡ଼ ଜିଲ୍ଲା ରଣପୁର ସଚେତନତା କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ

September 26, 2026

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଶାଢ଼ି ଭତ୍ତା, ଶୁଭାରମ୍ଭ ହେଲା “ଦୀପ୍ତି” ପୋର୍ଟାଲ୍

September 26, 2026

କଟକ ରେଳ ଷ୍ଟେସନରେ ପୁନଃବିକାଶ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

September 26, 2026

ନିଆଳି ପନିର ଅପମିଶ୍ରଣ ଅଭିଯୋଗ: ବଦଳିଲେ କଟକ ଖାଦ୍ୟ ସୁରକ୍ଷା ଅଧିକାରୀ

September 26, 2026
Latest News

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ

September 26, 2026

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଶାଢ଼ି ଭତ୍ତା, ଶୁଭାରମ୍ଭ ହେଲା “ଦୀପ୍ତି” ପୋର୍ଟାଲ୍

September 26, 2026

କଟକ ରେଳ ଷ୍ଟେସନରେ ପୁନଃବିକାଶ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

September 26, 2026

ନିଆଳି ପନିର ଅପମିଶ୍ରଣ ଅଭିଯୋଗ: ବଦଳିଲେ କଟକ ଖାଦ୍ୟ ସୁରକ୍ଷା ଅଧିକାରୀ

September 26, 2026

ଇସିଙ୍କ ବୟାନ ପରେ ଚନ୍ଦ୍ରବାବୁ ନାଇଡୁଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ?

September 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.