Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଜର୍ମାନ ଚାନ୍ସେଲର ମର୍ଜଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଆଜି ଜର୍ମାନ ଚାନ୍ସେଲର ମର୍ଜଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ

January 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ଜର୍ମାନ ଚାନ୍ସେଲର ମର୍ଜଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ
ଆଜି ଜର୍ମାନ ଚାନ୍ସେଲର ମର୍ଜଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଆଜି ଅହମ୍ମଦାବାଦଠାରେ ଜର୍ମାନୀର ଫେଡେରାଲ ଚାନ୍ସେଲର ଫ୍ରେଡରିଚ୍ ମର୍ଜଙ୍କୁ ଭେଟିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣକ୍ରମେ ଜର୍ମାନୀର ଫେଡେରାଲ ଚାନ୍ସେଲର ଫ୍ରେଡରିଚ୍ ମର୍ଜ ଜାନୁଆରୀ ୧୨-୧୩ ତାରିଖରେ ଭାରତକୁ ଏକ ସରକାରୀ ଗସ୍ତରେ ଆସୁଛନ୍ତି। ଏହା ଚାନ୍ସେଲର ମର୍ଜଙ୍କ ପ୍ରଥମ ସରକାରୀ ଭାରତ ଗସ୍ତ ହେବ।

ଆଜି ସକାଳ ୯.୩୦ରେ ଉଭୟ ନେତା, ସାବରମତୀ ଆଶ୍ରମ ପରିଦର୍ଶନ କରିବେ ଏବଂ ସକାଳ ୧୦ଟାରେ, ସେମାନେ ସାବରମତୀ ନଦୀକୂଳରେ ଆୟୋଜିତ ଅନ୍ତର୍ଜାତୀୟ ଗୁଡ଼ି ମହୋତ୍ସବରେ ଅଂଶଗ୍ରହଣ କରିବେ। ଏହା ପରେ ପୂର୍ବାହ୍ନ ୧୧:୧୫ରେ ଗାନ୍ଧୀନଗରର ମହାତ୍ମା ମନ୍ଦିରରେ ଦ୍ୱିପାକ୍ଷିକ ବୈଠକ ହେବ।

ଏହି ଅବସରରେ ଉଭୟ ନେତା ଭାରତ-ଜର୍ମାନୀ ରଣନୈତିକ ସହଭାଗୀତାର ପ୍ରଗତି ସମୀକ୍ଷା କରିବେ, ଯାହାକି  ନିକଟରେ ୨୫ ବର୍ଷ ପୂରଣ କରିଛି। ଦ୍ବିପାକ୍ଷିକ ଆଲୋଚନାରେ ବାଣିଜ୍ୟ ଏବଂ ନିବେଶ, ପ୍ରଯୁକ୍ତିବିଦ୍ୟା, ଶିକ୍ଷା, ଦକ୍ଷତା ଏବଂ ଗତିଶୀଳତାରେ ସହଯୋଗକୁ ଆହୁରି ମଜବୁତ କରିବା ସହିତ ପ୍ରତିରକ୍ଷା ଓ ସୁରକ୍ଷା, ବିଜ୍ଞାନ, ନବସୃଜନ ଏବଂ ଗବେଷଣା, ସବୁଜ ଏବଂ ସ୍ଥାୟୀ ବିକାଶ ତଥା ଲୋକମାନଙ୍କ ମଧ୍ୟରେ ସମ୍ପର୍କ ଭଳି ପ୍ରମୁଖ କ୍ଷେତ୍ରରେ ସହଯୋଗକୁ ଆଗକୁ ବଢ଼ାଇବା ଉପରେ ମଧ୍ୟ ଧ୍ୟାନ ଦିଆଯିବ।

ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଚାନ୍ସେଲର ମର୍ଜ ଆଞ୍ଚଳିକ ଓ ବିଶ୍ୱସ୍ତରୀୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା କରିବେ ଏବଂ ଉଭୟ ଦେଶର ବ୍ୟବସାୟ ତଥା ଶିଳ୍ପ ନେତାଙ୍କ ସହ ଆଲୋଚନା କରିବେ।

ଅହମ୍ମଦାବାଦ ଜର୍ମାନ ଚାନ୍ସେଲର ମର୍ଜ ପ୍ରଧାନମନ୍ତ୍ରୀ ମୋଦୀ ଭାରତ-ଜର୍ମାନୀ ସାବରମତୀ ଆଶ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକା ପୁସ୍ତକ ମେଳାର ତୃତୀୟ ସନ୍ଧ୍ୟାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

April 26, 2026

୨୦୨୫–୨୬ ଆର୍ଥିକ ବର୍ଷରେ ପୂର୍ବତଟ ରେଳପଥର ଦୃଢ଼ ଆର୍ଥିକ ପ୍ରଦର୍ଶନ

April 26, 2026

ଏଥର ରଜ କୁଇନ୍ ଫେରୁଛି ନିଜ ମାଟିକୁ: ‘ଗାଁରେ ହେବ ଗାଲା ରାଉଣ୍ଡ

April 26, 2026

ଓଡ଼ିଆ ଚଳଚ୍ଚିତ୍ର ‘ମନ୍ତ୍ରମୁଗ୍ଧ’ର ‘ଡ଼ବା ଭିତରେ ପଶ’ ଗୀତ ମହା ସମାରୋହରେ ମହାରାଜା ପ୍ରାଙ୍ଗଣରେ ମୁକ୍ତିଲାଭ

April 26, 2026
Latest News

ଚିଲିକା ପୁସ୍ତକ ମେଳାର ତୃତୀୟ ସନ୍ଧ୍ୟାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

April 26, 2026

୨୦୨୫–୨୬ ଆର୍ଥିକ ବର୍ଷରେ ପୂର୍ବତଟ ରେଳପଥର ଦୃଢ଼ ଆର୍ଥିକ ପ୍ରଦର୍ଶନ

April 26, 2026

ଏଥର ରଜ କୁଇନ୍ ଫେରୁଛି ନିଜ ମାଟିକୁ: ‘ଗାଁରେ ହେବ ଗାଲା ରାଉଣ୍ଡ

April 26, 2026

ଓଡ଼ିଆ ଚଳଚ୍ଚିତ୍ର ‘ମନ୍ତ୍ରମୁଗ୍ଧ’ର ‘ଡ଼ବା ଭିତରେ ପଶ’ ଗୀତ ମହା ସମାରୋହରେ ମହାରାଜା ପ୍ରାଙ୍ଗଣରେ ମୁକ୍ତିଲାଭ

April 26, 2026

ମେମୁ ଟ୍ରେନ୍ ସେବା ସମୟସୂଚୀରେ ପରିବର୍ତ୍ତନ

April 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.