Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ‘ନିଶାମୁକ୍ତ କ୍ୟାମ୍ପସ ଅଭିଯାନ’ର ଶୁଭାରମ୍ଭ
ଆଜିର ଖବର

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ‘ନିଶାମୁକ୍ତ କ୍ୟାମ୍ପସ ଅଭିଯାନ’ର ଶୁଭାରମ୍ଭ

January 13, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ‘ନିଶାମୁକ୍ତ କ୍ୟାମ୍ପସ ଅଭିଯାନ’ର ଶୁଭାରମ୍ଭ
ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ‘ନିଶାମୁକ୍ତ କ୍ୟାମ୍ପସ ଅଭିଯାନ’ର ଶୁଭାରମ୍ଭ

ନୂଆଦିଲ୍ଲୀ: ଦିଲ୍ଲୀ ବିଶ୍ୱବିଦ୍ୟାଳୟ ପରିସରରେ ଆଜି ଭାରତର ମାନ୍ୟବର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କରକମଳରେ ‘ନିଶାମୁକ୍ତ କ୍ୟାମ୍ପସ ଅଭିଯାନ’ ଶୁଭାରମ୍ଭ ହୋଇଯାଇଛି।

ଶିକ୍ଷା ମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ, ଏହା କେବଳ ଏକ ଅଭିଯାନ ନୁହେଁ, ବରଂ ଆମର ଯୁବଶକ୍ତି, ସମାଜ ଏବଂ ରାଷ୍ଟ୍ର ପ୍ରତି ଏକ ଦୃଢ଼ ସଂକଳ୍ପ। ଦିଲ୍ଲୀ ବିଶ୍ୱବିଦ୍ୟାଳୟ କେବଳ ଏକ ଶିକ୍ଷାନୁଷ୍ଠାନ ନୁହେଁ, ବରଂ ଏହା ନୂତନ ଚିନ୍ତାଧାରା ଏବଂ ମୂଲ୍ୟବୋଧ ସୃଷ୍ଟିର ଏକ ସଶକ୍ତ କେନ୍ଦ୍ର। ବିଶ୍ୱବିଦ୍ୟାଳୟ ପକ୍ଷରୁ ନିଶା ସେବନ ଭଳି ଏକ ଗମ୍ଭୀର ଚ୍ୟାଲେଞ୍ଜର ସମାଧାନ ପାଇଁ ନିଆଯାଇଥିବା ଏହି ପଦକ୍ଷେପ ଅତ୍ୟନ୍ତ ପ୍ରଶଂସନୀୟ। ଏହି ଅଭିଯାନ ମାଧ୍ୟମରେ ବିଶ୍ୱବିଦ୍ୟାଳୟ ଏକ ଅତ୍ୟନ୍ତ ଗମ୍ଭୀର ଏବଂ ଯୁବ-କୈନ୍ଦ୍ରିକ ଆହ୍ୱାନର ସମାଧାନ ଦିଗରେ ଏକ ସଫଳ ପଦକ୍ଷେପ ଗ୍ରହଣ କରିଛି। ଏଭଳି ପରିପ୍ରେକ୍ଷୀରେ, ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଏହି ଅଭିଯାନ ନିଶା ବିରୋଧରେ ଚାଲିଥିବା ଦେଶବ୍ୟାପୀ ଆନ୍ଦୋଳନର ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ଭାବରେ ଉଭା ହେବ।

ଶ୍ରୀ ପ୍ରଧାନ କହିଛନ୍ତି, ନିଶା କେବଳ ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ଦେଶର ଭବିଷ୍ୟତ ତଥା ଦକ୍ଷ ନାଗରିକ ଗଠନ ପଥରେ ଏକ ବଡ଼ ବିପଦ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ବିକଶିତ ଭାରତ’ର ସ୍ୱପ୍ନ ସେତେବେଳେ ସଫଳ ହେବ, ଯେତେବେଳେ ଆମର ଯୁବପିଢ଼ି ସୁସ୍ଥ, ସଚେତନ, ଆତ୍ମନିର୍ଭର ହେବା ସହ ସମାଜରେ ସକରାତ୍ମକ ପରିବର୍ତ୍ତନ ପାଇଁ ଉଦ୍ଦେଶ୍ୟ ରଖିବେ। ‘ବିକଶିତ ଭାରତ’ର ମାର୍ଗ ‘ନିଶାମୁକ୍ତ ଯୁବଶକ୍ତି’ ଦେଇ ହିଁ ଗତି କରିଥାଏ। ଏହି ଦୂରଦର୍ଶୀ ଏବଂ ପ୍ରେରଣାଦାୟୀ ପଦକ୍ଷେପ ପାଇଁ ଶ୍ରୀ ପ୍ରଧାନ ଦିଲ୍ଲୀ ବିଶ୍ୱବିଦ୍ୟାଳୟକୁ ଶୁଭେଚ୍ଛା ଜଣାଇବା ସହ ଏହି ଅଭିଯାନରେ ସକ୍ରିୟ ଅଂଶଗ୍ରହଣ କରି ଏହାକୁ ଏକ ‘ଜନ-ଆନ୍ଦୋଳନ’ରେ ପରିଣତ କରିବାକୁ ଆହ୍ୱାନ ଦେଇଛନ୍ତି। ନିଶାମୁକ୍ତ, ସୁସ୍ଥ ତଥା ସଶକ୍ତ ଭାରତ ନିର୍ମାଣରେ ନିଜର ଅଗ୍ରଣୀ ଭୂମିକା ନିର୍ବାହ କରିବାକୁ ସେ ଛାତ୍ରଛାତ୍ରୀଙ୍କୁ ପରମର୍ଶ ଦେଇଛନ୍ତି।

ଏହି ଅବସରରେ ମାନ୍ୟବର ଉପରାଷ୍ଟ୍ରପତି ‘ନିଶାମୁକ୍ତ ପରିସର ଅଭିଯାନ’ ଅଧୀନରେ ଏକ ସ୍ୱତନ୍ତ୍ର ଇ-ଶପଥ ପ୍ଲାଟଫର୍ମ (https://pledge.du.ac.in/home) ଏବଂ ମୋବାଇଲ୍ ଆପ୍ଲିକେସନର ମଧ୍ୟ ଶୁଭାରମ୍ଭ କରିଛନ୍ତି। ଏଥିସହ ସେ ଦେଶର ବିଭିନ୍ନ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ଏଥିରେ ସକ୍ରିୟ ଭାବେ ଅଂଶଗ୍ରହଣ କରିବାକୁ ଏବଂ ନିଶାମୁକ୍ତ କ୍ୟାମ୍ପସ ପାଇଁ ଶପଥ ନେବାକୁ ଆହ୍ୱାନ କରିଛନ୍ତି। ଏହି ‘ନିଶାମୁକ୍ତ କ୍ୟାମ୍ପସ ଅଭିଯାନ’ ଯେପରି ସମସ୍ତ କେନ୍ଦ୍ରୀୟ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକର ଏକ ଅବିଚ୍ଛେଦ୍ୟ ଅଙ୍ଗ ହେବ, ତାହା ନିଶ୍ଚିତ କରିବାକୁ ସେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପରାମର୍ଶ ଦେଇଛନ୍ତି।

C. P. Radhakrishnan dharmendrapradhan Drug Free Campus Campaign Union Education Minister University of Delhi
Share. Facebook Twitter LinkedIn Email WhatsApp Copy Link

Related Posts

ବଦଳିଲା CRUTର ନାଁ

May 19, 2026

RBI ର ବଡ଼ କାର୍ଯ୍ୟାନୁଷ୍ଠାନ, ଏହି ବ୍ୟାଙ୍କର ଲାଇସେନ୍ସ କଲା ବାତିଲ

May 19, 2026

ସମ୍ବଲପୁରରେ ପୁଣି ଏନକାଉଣ୍ଟର

May 19, 2026

ଟେକ୍‌ଜିଅମ୍ ୨୦୨୬ରେ ଆଇଟିଇଆର ଛାତ୍ରଛାତ୍ରୀଙ୍କୁ ମିଳିଲା ପିପୁଲ୍ସ ଚଏସ୍ ଆୱାର୍ଡ

May 19, 2026
Latest News

ବଦଳିଲା CRUTର ନାଁ

May 19, 2026

RBI ର ବଡ଼ କାର୍ଯ୍ୟାନୁଷ୍ଠାନ, ଏହି ବ୍ୟାଙ୍କର ଲାଇସେନ୍ସ କଲା ବାତିଲ

May 19, 2026

ସମ୍ବଲପୁରରେ ପୁଣି ଏନକାଉଣ୍ଟର

May 19, 2026

ଟେକ୍‌ଜିଅମ୍ ୨୦୨୬ରେ ଆଇଟିଇଆର ଛାତ୍ରଛାତ୍ରୀଙ୍କୁ ମିଳିଲା ପିପୁଲ୍ସ ଚଏସ୍ ଆୱାର୍ଡ

May 19, 2026

ଗାଡ଼ି ପାର୍କିଂରୁ ଆରମ୍ଭ ହେଲା ବିବାଦ: ଏସ୍ ପି ​​ସାଂସଦ ଇକ୍ରା ହାସନ ଅଟକ

May 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.