Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରରେ ନବନିଯୁକ୍ତ କର୍ମଚାରୀଙ୍କ ମାର୍ଗଦର୍ଶନ କଲେ ପିଆଇବି ଏଡିଜି
ଆଜିର ଖବର

ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରରେ ନବନିଯୁକ୍ତ କର୍ମଚାରୀଙ୍କ ମାର୍ଗଦର୍ଶନ କଲେ ପିଆଇବି ଏଡିଜି

January 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରରେ ନବନିଯୁକ୍ତ କର୍ମଚାରୀଙ୍କ ମାର୍ଗଦର୍ଶନ କଲେ ପିଆଇବି ଏଡିଜି
ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରରେ ନବନିଯୁକ୍ତ କର୍ମଚାରୀଙ୍କ ମାର୍ଗଦର୍ଶନ କଲେ ପିଆଇବି ଏଡିଜି

ଭୁବନେଶ୍ୱର: ଦୂରଦର୍ଶନ କେନ୍ଦ୍ର, ଭୁବନେଶ୍ୱରର ସମାଚାର ପ୍ରଭାଗରେ ନବନିଯୁକ୍ତ ଚୁକ୍ତିଭିତ୍ତିକ କର୍ମଚାରୀ ଏବଂ ପ୍ରଶିକ୍ଷାର୍ଥୀ ସାମ୍ବାଦିକମାନଙ୍କୁ ନେଇ ଆଜି ଏକ ମତ ବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଏବଂ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ଭୁବନେଶ୍ୱରର ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇଥିଲେ।

ସେ ନୂତନ ଭାବେ ଦୂରଦର୍ଶନ କେନ୍ଦ୍ରରେ ଯୋଗ ଦେଇଥିବା ଚୁକ୍ତିଭିତ୍ତିକ କର୍ମଚାରୀ ଓ ପ୍ରଶିକ୍ଷାର୍ଥୀ ସାମ୍ବାଦିକମାନଙ୍କୁ ବୃତ୍ତିଗତ ମନୋଭାବ, କର୍ତ୍ତବ୍ୟ ପ୍ରତି ସମର୍ପଣ ଏବଂ କାର୍ଯ୍ୟସ୍ଥଳରେ ବ୍ୟକ୍ତିଗତ ପ୍ରଗତି ଆଦି ପ୍ରସଙ୍ଗରେ ମାର୍ଗଦର୍ଶନ କରିଥିଲେ। ସେ ଯୋଗାଯୋଗର ବିଭିନ୍ନ ଉପାଦାନ ବିଷୟରେ ମତ ରଖିବା ସହିତ ଯୁବ ପେସାଦାରମାନଙ୍କୁ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟରେ ଏକାଗ୍ରତା, ଉତ୍ପାଦକତା ଏବଂ ଦକ୍ଷତାରେ ସୁଧାର ଆଣିବା ଲାଗି ତାଲିକା ପ୍ରସ୍ତୁତ କରି କାର୍ଯ୍ୟ କରିବାର ଅଭ୍ୟାସ ବିକଶିତ କରିବା ନିମନ୍ତେ ପରାମର୍ଶ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ର ସମାଚାର ବିଭାଗ ମୁଖ୍ୟ ତଥା ଉପନିର୍ଦ୍ଦେଶକ ଡକ୍ଟର ଅଭିଷେକ ମିଶ୍ରା, ବାର୍ତ୍ତା ସମ୍ପାଦକ ସୁଦର୍ଶନ ସାହୁ, ପଦ୍ମଲୋଚନ ପ୍ରଧାନଙ୍କ ସମେତ ଅନ୍ୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।

ଦୂରଦର୍ଶନ କେନ୍ଦ୍ର ପିଆଇବି ଏଡିଜି ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026

ଏବେ ଜଖପୁରା ଷ୍ଟେସନରେ ରହଣି କରିବନାହିଁ ଏହି ଯାତ୍ରୀବାହୀ ଟ୍ରେନ୍‌: ଦେଖନ୍ତୁ ତାଲିକା

February 6, 2026

ଭୁବନେଶ୍ୱରରେ ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀରେ ରାଷ୍ଟ୍ରପତିଙ୍କ ଯୋଗଦାନ

February 6, 2026
Latest News

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.