Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୧୮ରେ ରଣପୁର ବ୍ଲକ ଅଡିସନ
ଆଜିର ଖବର

ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୧୮ରେ ରଣପୁର ବ୍ଲକ ଅଡିସନ

January 14, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୧୮ରେ ରଣପୁର ବ୍ଲକ ଅଡିସନ
ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୧୮ରେ ରଣପୁର ବ୍ଲକ ଅଡିସନ

ନୟାଗଡ଼: ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୩ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ରଣପୁର ବ୍ଲକ ଅଡିସନ ଆସନ୍ତା ୧୮ ତାରିଖ ରବିବାର ଦିନ କଳିଙ୍ଗ ଲୋଟସ ସେଣ୍ଟ୍ରାଲ ଏକାଡେମୀ, ରଣପୁର ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ଏକାଡେମୀ ପରିସରରେ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି।

ସଙ୍ଗୀତଧାରା ସମ୍ପାଦକ ତଥା କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ସହ ସମ୍ପାଦକ ପ୍ରଶାନ୍ତ ପଟ୍ଟନାୟକ,ସଂଯୋଜକ ଲକ୍ଷ୍ମୀଧର ସାହୁ ଏବଂ ସଦସ୍ୟ ଅଶୋକ ମଲ୍ଲଙ୍କ ସମେତ ଏକାଡେମୀ ପ୍ରତିଷ୍ଠାତା ତଥା ଶିକ୍ଷାବିତ୍ ଗଦାଧର ବେଉରା, ନିର୍ଦ୍ଦେଶକ ତଥା ଅଧ୍ୟକ୍ଷ ରବୀନ୍ଦ୍ର କୁମାର ନାୟକ,ଶିକ୍ଷାବିତ୍ ସୁଶୀଲ କୁମାର ରଣା ପ୍ରମୁଖ ଯୋଗଦାନ କରି କାର୍ଯ୍ୟକ୍ରମର ସଫଳତା ସମ୍ପର୍କରେ ଆଲୋଚନା କରିଥିଲେ।

ସୂଚନାଯୋଗ୍ୟ ଯେ ଜିଲ୍ଲାରେ ଥିବା ଲୁକ୍କାୟିତ ସଙ୍ଗୀତ ପ୍ରତିଭା ମାନଙ୍କୁ ଲୋକଲୋଚନକୁ ଆଣିବା ପାଇଁ ‘ସଙ୍ଗୀତଧାରା’, ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ଭକ୍ତିସଙ୍ଗୀତ ପ୍ରତିଯୋଗିତା ଜିଲ୍ଲାର ସମସ୍ତ ବ୍ଲକରେ ଅନୁଷ୍ଠିତ ହେଉଅଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ରବିବାର ପୂର୍ବାହ୍ନ ୧୦ଟା ସମୟରେ ବିନା ବାଦ୍ୟଯନ୍ତ୍ରରେ ପ୍ରତିଯୋଗୀ ମାନଙ୍କ ଅଡିସନ ନିଆଯିବ। ୧୪ରୁ ୨୪ବର୍ଷ ବୟସର ଉଭୟ ପୁଅ ଝିଅ ଏହି ପ୍ରତିଯୋଗିତାରେ ଭାଗ ନେଇ ପାରିବେ ବୋଲି ପ୍ରସ୍ତୁତି ବୈଠକରେ ସୂଚନା ଦିଆଯାଇଛି।

ପ୍ରତିଯୋଗୀ ମାନେ ସକାଳ ୧୦ଟାରେ ନିର୍ଦ୍ଧାରିତ ସ୍ଥାନରେ ପହଞ୍ଚି ନାମ ପଞ୍ଜିକରଣ କରିବେ। ସଙ୍ଗୀତଧାରା ନିଷ୍ପତ୍ତି ଅନୁଯାୟୀ ଚୂଡ଼ାନ୍ତ ପର୍ଯ୍ୟାୟ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ‘ନୟାଗଡ଼ ସଙ୍ଗୀତ କଲ୍ଲୋଳ’ ଉପାଧି ସହିତ ନଗଦ ୧୧ ହଜାର ଟଙ୍କା ପୁରସ୍କାର ଅର୍ଥରାଶି ଏବଂ ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ମାନଙ୍କୁ ଯଥାକ୍ରମେ ୫ ହଜାର ଏବଂ ୩ ହଜାର ଅର୍ଥରାଶି ପୁରସ୍କାର ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି।

ଅଡିସନ ନୟାଗଡ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ରଣପୁର ବ୍ଲକ ସଙ୍ଗୀତଧାରା
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.