Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକାରେ ଆସନ୍ତା ୧୮ ରେ ପକ୍ଷୀ ଓ ୨୦ ରେ ଡ଼ଲଫିନ ଗଣନା
ଆଜିର ଖବର

ଚିଲିକାରେ ଆସନ୍ତା ୧୮ ରେ ପକ୍ଷୀ ଓ ୨୦ ରେ ଡ଼ଲଫିନ ଗଣନା

January 16, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଚିଲିକାରେ ଆସନ୍ତା ୧୮ ରେ ପକ୍ଷୀ ଓ ୨୦ ରେ ଡ଼ଲଫିନ ଗଣନା
ଚିଲିକାରେ ଆସନ୍ତା ୧୮ ରେ ପକ୍ଷୀ ଓ ୨୦ ରେ ଡ଼ଲଫିନ ଗଣନା

ବାଲୁଗାଁ: ଚିଲିକାରେ ଆସନ୍ତା ୧୮ ତାରିଖରେ ପକ୍ଷୀ ଓ ୨୦ ତାରିଖରେ ଡ଼ଲଫିନ ଗଣନା ନେଇ ଆଜି ପୂର୍ବାହ୍ନରେ ବାଲୁଗାଁ ସ୍ଥିତ ଚିଲିକା ବନ୍ୟପ୍ରାଣୀ କାର୍ଯ୍ୟାଳୟ ସଭାଗୃହରେ ପ୍ରେସ ବିବୃତ୍ତିରେ ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପକ୍ଷୀ ଗଣନା କାର୍ଯ୍ୟ ସୁରୁଖୁରୁରେ ହେବ ବୋଲି ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ଡ଼ିଏଫଓ ଅମ୍ଲାନ ନାୟକ କହିଛନ୍ତି। ସକାଳ ୬ ରୁ ଅପରାହ୍ନ ୧ ଘଟିକା ଯାଏଁ ଚିଲିକା ବନ୍ୟପ୍ରାଣୀ ଡିଭିଜନ ଅନ୍ତର୍ଗତ ସାତପଡ଼ା, ରମ୍ଭା, ବାଲୁଗାଁ, ଟାଙ୍ଗୀ ଏବଂ ଚିଲିକା ୫ ଟି ରେଞ୍ଜରେ ୨୨ ଗୋଟି ଟିମ (ଜଳ ଭାଗରେ ୨୦ ଟି ଓ ସ୍ଥଳ ଭାଗରେ ୨ ଟି) ପକ୍ଷୀ ଗଣନାରେ ନିୟୋଜିତ ରହିବେ ଏବଂ ପ୍ରତି ଟିମରେ ଜଣେ ପକ୍ଷୀ ବିଶାରଦ ଏବଂ ୩ ରୁ ୫ ଜଣ ଗଣନାକାରୀ ଯୋଗଦେବେ।

ଏଥିସହିତ ପ୍ରତିବର୍ଷ ଭଳି ଗଣନା କାର୍ଯ୍ୟରେ ପକ୍ଷୀ ସୂଚନା ସମ୍ବନ୍ଧୟ ମାନଚିତ୍ର, ଜିପିଏସ, ବାଇନାକୁଲାର, ସ୍ପୋଟିଂ ସ୍କୋପ, ୱାକିଟକି, ନୋଟ ବୁକ ବ୍ୟବହାର କରାଯିବ। ଏହି ଗଣନା କାର୍ଯ୍ୟରେ ବମ୍ବେ ନାଚୁରାଲ ହିଷ୍ଟ୍ରି ଅଫ ସୋସାଇଟି, ଓଡିଶା ବନ୍ୟପ୍ରାଣୀ ବିଭାଗ କର୍ମଚାରୀ, ଓୟୁଏଟି ଛାତ୍ରଛାତ୍ରୀ, ପକ୍ଷୀ ବିଶେଷଜ୍ଞ, ପକ୍ଷୀ ସୁରକ୍ଷା ସମିତିର ସଦସ୍ୟମାନେ ସାମିଲ ହେବେ ବୋଲି ସୂଚନା ମିଳିଛି।

ଗଣନା ସମୟରେ ଚିଲିକାରେ ମସ୍ୟଜୀବି ଓ ଯାତ୍ରୀବାହୀ ଡଙ୍ଗା ଚଳାଚଳ ସମ୍ପୂର୍ଣ୍ଣ ନିଷେଦ୍ଧ କରାଯାଇଥିବା ବେଳେ ଶନିବାର ଦିନ ପକ୍ଷୀ ଗଣନାକାରୀଙ୍କୁ ବଡକୁଳ ସ୍ଥିତ ଆର୍ଦ୍ରଭୂମି ଅନୁସନ୍ଧାନ ଓ ତାଲିମ କେନ୍ଦ୍ରରେ ତାଲିମ ପ୍ରଦାନ କରାଯିବ। ଉକ୍ତ ତାଲିମରେ ୧୩୦ ରୁ ଉର୍ଦ୍ଧ୍ବ ପକ୍ଷୀ ଗଣନାକାରୀ ସାମିଲ ହେବା ନେଇ ଡ଼ିଏଫଓ ଶ୍ରୀ ନାୟକ ସୂଚନା ଦେଇଛନ୍ତି।

ସୂଚନା ଥାଉକି ଗତବର୍ଷ ଚିଲିକାକୁ ୧୯୬ ପ୍ରଜାତିର ୧୧ ଲକ୍ଷ ୨୭ ହଜାର ୨୨୮ ପକ୍ଷୀଙ୍କ ସମାଗମ ହୋଇଥିବା ବେଳେ ଚଳିତ ବର୍ଷ ପାଗ ଅନୁକୂଳ ରହିଥିବାରୁ ଅଧିକ ସଂଖ୍ୟକ ପକ୍ଷୀ ଆସିଥିବା ବନ୍ୟପ୍ରାଣୀ ବନଖଣ୍ଡ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ସେଥିପାଇଁ ଚଳିତ ବର୍ଷ ୨୧ ଟି ଟିମ ପରିବର୍ତ୍ତେ ବାଲୁଗାଁ ରେଞ୍ଜ ଅନ୍ତର୍ଗତ କଳିଯୁଗେଶ୍ୱର-କାଲୁରୀ ନୂତନ ଟିମ ଗଠନ କରାଯାଇଥିବା ବେଳେ ସମୁଦାୟ ୨୨ ଟି ଟିମ ଗଣନା କାର୍ଯ୍ୟରେ ନିୟୋଜିତ ରହିବେ।

ସେହିପରି ଆସନ୍ତା ୨୦ ତାରିଖରେ ଡ଼ଲଫିନ ଗଣନା ଅନୁଷ୍ଠିତ ହେବ। ଏହି ଗଣନା ଦୀର୍ଘ ୩ ଦିନ ବ୍ୟାପୀ ୨୨ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏଥିପାଇଁ ୧୯ ରେ ଡ଼ଲଫିନ ଅଭୟାରଣ୍ୟ ସାତପଡ଼ା ଓ ବାଲୁଗାଁ ଠାରେ ପୃଥକ ଭାବେ ଗଣନାକାରୀଙ୍କୁ ତାଲିମ ପ୍ରଦାନ କରାଯିବ। ଡ଼ଲଫିନ ଗଣନା ନିମିତ୍ତ ସମୁଦାୟ ୨ଟି ରେଞ୍ଜକୁ ୩ଟି ସେକ୍ଟରରେ ୧୮ଟି ଟିମ ନିୟୋଜିତ ହୋଇଛି। ତନ୍ମଧ୍ୟରୁ ସାତପଡ଼ାରେ ୮ଟି ଓ ବାଲୁଗାଁରେ ୧୦ଟି ଟିମ ଗଣନା କାର୍ଯ୍ୟରେ ନିୟୋଜିତ ହୋଇଥିବା ବେଳେ ପ୍ରତି ଟିମରେ ୫ରୁ ୬ଜଣଙ୍କ ସମେତ ଦୁଇ ଜଣ ଡଙ୍ଗା ଚାଳକ ରହିବାନେଇ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ କୁହାଯାଇଛି।

ଏହି ଗଣନାରେ ୧୪୫ ଜଣ ବିଭାଗୀୟ କର୍ମଚାରୀ, ସ୍ଵେଚ୍ଛାସେବୀ, ବମ୍ବେ ନାଚୁରାଲ ହିଷ୍ଟ୍ରି ଅଫ ସୋସାଇଟି, ଓଡିଶା ବନ୍ୟପ୍ରାଣୀ ବିଭାଗ କର୍ମଚାରୀ, ସିଡିଏ କର୍ମଚାରୀ, ଓୟୁଏଟି ଛାତ୍ରଛାତ୍ରୀ ଅଣସରକାରୀ ସଂସ୍ଥା କର୍ମଚାରୀ ମାନେ ସାମିଲ ହେବେ। ଏଥିସହିତ ସ୍ଥାନୀୟ ମସ୍ୟଜିବୀ ଓ ବିଭିନ୍ନ ଡଙ୍ଗା ଚାଳକ ସଂଘ ମାନେ ସହଯୋଗ କରିବାକୁ ବିଭାଗ ପକ୍ଷରୁ କୁହାଯାଇଛି।

ଅନୁଷ୍ଠିତ ବୈଠକରେ ଡ଼ିଏଫଓ ଅମ୍ଳାନ ନାୟକ, ବନ୍ୟପ୍ରାଣୀ ବନଖଣ୍ଡ ରେଞ୍ଜର ରଶ୍ମିତା ଜେନା, ଏସିଏଫ ସୌମ୍ୟ ରଞ୍ଜନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ଅମ୍ଲାନ ନାୟକ ଚିଲିକା ଚିଲିକା ବନ୍ୟପ୍ରାଣୀ ଡ଼ଲଫିନ ଗଣନା ପକ୍ଷୀ ଗଣନା
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.