Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ସରାପଙ୍କ ପରଲୋକ
ଆଜିର ଖବର

ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ସରାପଙ୍କ ପରଲୋକ

January 16, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ସରାପଙ୍କ ପରଲୋକ
ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ସରାପଙ୍କ ପରଲୋକ

ଭୁବନେଶ୍ୱର: ବିଶିଷ୍ଟ ଶିକ୍ଷାବିତ୍ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ବୀର କିଶୋର ସରାପଙ୍କ ଗୁରୁବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ବର୍ଷ ବୟସ ହୋଇଥିଲା। ସେ କିଛି ଦିନ ଧରି ଅସୁସ୍ଥ ଥିଲେ।
ତାଙ୍କର ଗୋଟିଏ ପୁଅ ଏବଂ ଦୁଇଟି ଝିଅ ଅଛନ୍ତି। ପୂର୍ବରୁ ତାଙ୍କ ପତ୍ନୀଙ୍କର ବିୟୋଗ ଘଟିଥିଲା।

ପ୍ରଫେସର ସରାପ ବହୁବର୍ଷ ଧରି ଆଇଆଇଟି ଖଡ଼ଗପୁରର ବୈଦ୍ୟୁତିକ ଏବଂ ଇଲେକ୍ଟ୍ରୋନିକ୍ ଇଞ୍ଜିନିୟରିଂ ବିଭାଗର ମୁଖ୍ୟ ଭାବରେ କାର୍ଯ୍ୟ କରିଥିଲେ। ସେ ଡିଆର୍‌ଡିଓ ଦ୍ୱାରା ବିକଶିତ ଅଗ୍ନି କ୍ଷେପଣାସ୍ତ୍ରର କିଛି ଉପାଦାନର ଡିଜାଇନ୍ ସହିତ ମଧ୍ୟ ଜଡିତ ଥିଲେ। ସ୍ୱର୍ଗତ ସରାପ ପୂର୍ବରୁ ବୁର୍ଲାରେ ୟୁନିଭର୍ସିଟି କଲେଜ ଅଫ୍ ଇଞ୍ଜିନିୟରିଂ (ବର୍ତମାନ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି)ର ଅଧ୍ୟକ୍ଷ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ।

ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ପ୍ରଫେସର ସରାପଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କୁ ଜଣେ ବିଶିଷ୍ଟ ଶିକ୍ଷାବିତ୍‌, ଦୂରଦୃଷ୍ଟିସମ୍ପନ୍ନ ନେତା ଏବଂ ଉତ୍ସର୍ଗୀକୃତ ଶିକ୍ଷାବିତ୍ ଭାବେ ବର୍ଣ୍ଣନା କରିଛନ୍ତି। ଆଇଟିଇଆର୍ ଏବଂ ସୋଆ ପ୍ରତି ତାଙ୍କର ଅମୂଲ୍ୟ ଅବଦାନ ରହିଛି। ସୋଆର ଶୈକ୍ଷିକ ଭିତିଭୂମି ବିକାଶ ଓ ସାଂଗଠନିକ ନୀତିରେ ତାଙ୍କର ଉଲ୍ଲେଖନୀୟ ଭୂମିକା ଥିଲା ବୋଲି ପ୍ରଫେସର ଡ. ନାୟକ କହିଛନ୍ତି। ଶିକ୍ଷାଦାନ ଓ ଶୈକ୍ଷିକ ପ୍ରଶାସନରେ ଉତ୍କର୍ଷତା ପ୍ରତି ପ୍ରଫେସର ସରାପଙ୍କ ପ୍ର୍ରତିବଦ୍ଧତା ଅନେକ ପିଢିର ଛାତ୍ର ଏବଂ ସହକର୍ମୀଙ୍କୁ ଅନୁପ୍ରାଣିତ କରିଛି।

ପ୍ରଫେସର ସରାପଙ୍କ ପରଲୋକରେ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ ପକ୍ଷରୁ ଶୁକ୍ରବାର ଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏହି ଶୋକ ସଭାରେ ଉପକୁଳପତି ପ୍ରଫେସର ପି.କେ. ପାତ୍ର, ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ, କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ, ଚିଫ୍ ଆଡମିନିଷ୍ଟ୍ରେଟିଭ ଅଫିସର ପି.କେ. ପଣ୍ଡା, ଜଏଂଟ ରେଜିଷ୍ଟ୍ରାର ବି.ସି. ଦାସଙ୍କ ସମେତ ବିଶ୍ୱବିଦ୍ୟାଳୟର ବରିଷ୍ଠ କର୍ମକର୍ତା ଓ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ରହି ପ୍ରଫେସର ସରାପଙ୍କର ସ୍ମୃତିଚାରଣ କରିଥିଲେ।

ପରଲୋକ ପ୍ରଫେସର ବୀର କିଶୋର ସରାପ ଶିକ୍ଷାବିତ୍
Share. Facebook Twitter LinkedIn Email WhatsApp Copy Link

Related Posts

ପଖାଳ ଦିବସ ଅବସରରେ ଓଡ଼ିଆ ଭାଇଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 20, 2026

ପୁଣି ଥରେ ସୁନା ଏବଂ ରୂପା ମୂଲ୍ୟରେ ବୃଦ୍ଧି: ଜାଣନ୍ତୁ ଆଜିର ଦର

March 20, 2026

କେରଳରେ କେତେ ଆସନ ଜିତିବ ବିଜେପି?: ଆଶ୍ଚର୍ଯ୍ୟ ହେବେ ଶଶି ଥରୁରଙ୍କ ଉତ୍ତର ଶୁଣି

March 20, 2026

ଦ୍ୱିତୀୟ ଦିନ ସକାଳ ୧୦ଟା ସୁଦ୍ଧା ସମସ୍ତ ରେକର୍ଡ ଭାଙ୍ଗିଲା ‘ଧୁରନ୍ଧର ୨’: ଅତିକ୍ରମ କଲା ୧୫୦ କୋଟି

March 20, 2026
Latest News

ପଖାଳ ଦିବସ ଅବସରରେ ଓଡ଼ିଆ ଭାଇଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 20, 2026

ପୁଣି ଥରେ ସୁନା ଏବଂ ରୂପା ମୂଲ୍ୟରେ ବୃଦ୍ଧି: ଜାଣନ୍ତୁ ଆଜିର ଦର

March 20, 2026

କେରଳରେ କେତେ ଆସନ ଜିତିବ ବିଜେପି?: ଆଶ୍ଚର୍ଯ୍ୟ ହେବେ ଶଶି ଥରୁରଙ୍କ ଉତ୍ତର ଶୁଣି

March 20, 2026

ଦ୍ୱିତୀୟ ଦିନ ସକାଳ ୧୦ଟା ସୁଦ୍ଧା ସମସ୍ତ ରେକର୍ଡ ଭାଙ୍ଗିଲା ‘ଧୁରନ୍ଧର ୨’: ଅତିକ୍ରମ କଲା ୧୫୦ କୋଟି

March 20, 2026

ଏବେ ଇଣ୍ଟରନେଟ୍ ବନ୍ଦ କରିବ ଇରାନ?: ବିପଦରେ ଭାରତ ସମେତ ଏହି ଦେଶଗୁଡ଼ିକର ନେଟୱାର୍କ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.