Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଭୁବନେଶ୍ୱର ପଥ ଉତ୍ସବରେ ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ
ଆଜିର ଖବର

ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଭୁବନେଶ୍ୱର ପଥ ଉତ୍ସବରେ ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ

January 19, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଭୁବନେଶ୍ୱର ପଥ ଉତ୍ସବରେ ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ
ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଭୁବନେଶ୍ୱର ପଥ ଉତ୍ସବରେ ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ

ଭୁବନେଶ୍ୱର: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ), ଭୁବନେଶ୍ୱର ପକ୍ଷରୁ ୧୮ ଜାନୁଆରୀ ୨୦୨୬ ଦିନ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଆନୁକୁଲ୍ୟରେ ଜାଗମରା ଠାରେ ଆୟୋଜିତ ପଥ ଉତ୍ସବରେ ଏକ ଭିନ୍ନ ଧରଣର ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ପଥ ଉତ୍ସବରେ, ରିଜର୍ଭ ବ୍ୟାଙ୍କର ଅଧିକାରୀମାନେ ଆର୍ଥିକ ଯୋଜନା, ସଞ୍ଚୟ ଏବଂ ଦାୟିତ୍ୱପୂର୍ଣ୍ଣ ଋଣ ନେବା, ନିବେଶ, ବୀମା ସମେତ ସାମାଜିକ ସୁରକ୍ଷା ଯୋଜନା, ପେନସନ, ଶିକ୍ଷା ଋଣ ଆଦି ଉପରେ ଲୋକମାନଙ୍କୁ ଆର୍ଥିକ ବାର୍ତ୍ତା ଦେବା ସହ ବିଭିନ କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନ କରିଥିଲେ। ଏହି ଉପଲକ୍ଷେ, ଭାରତୀୟ ରିଜର୍ଭ ବ୍ୟାଙ୍କ କର୍ମଚାରୀମାନଙ୍କ ଦ୍ୱାରା ଏକ ନୂକଡ଼ ନାଟକ ପରିବେଷଣ କରାଯାଇଥିଲା, ଯାହାକି ଲୋକମାନଙ୍କୁ ବହୁତ ପ୍ରଭାବିତ କରିଥିଲା। ଏହା ବ୍ୟତୀତ ଆର୍ଥିକ ସ୍ଵାକ୍ଷରତା ଉପରେ ପ୍ରଶ୍ନତ୍ତୋର କାର୍ଯ୍ୟକ୍ରମ ମଧ୍ୟ ଆଯୋଜନ କରାଯାଇଥିଲା ଯେଉଁଥିରେ ବିଭିନ୍ନ ବୟସର ଲୋକମାନେ ଭାଗନେଇ ପୁରସ୍କାର ଜିତିଥିଲେ। ଏହା ସହ ବିଭିନ୍ନ ପ୍ରକାର ଠକେଇ ସମେତ ବାସ୍ତବ ଜୀବନର ଉଦାହରଣ ଦେଇ ସାଇବର ଠକେଇ ସମ୍ପର୍କରେ ଲୋକମାନଙ୍କୁ ସଚେତନ  କରାଯାଇଥିଲା। ଶେଷରେ ଆରବିଆଇର ଅଭିଯୋଗ ସମାଧାନ ବ୍ୟବସ୍ଥା ଏବଂ ଅଭିଯୋଗ ଦାଖଲ ପ୍ରକ୍ରିୟା ସମ୍ପର୍କରେ ମଧ୍ୟ ସମସ୍ତଙ୍କୁ ଅବଗତ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସବିଆଇ) ସହଯୋଗରେ ଆରବିଆଇର ଆର୍ଥିକ ସ୍ଵାକ୍ଷରତା ଷ୍ଟଲଠାରେ ମଇଳା/ ଚିରାଫଟା ଆଦି ଟଙ୍କାର ବିନିମୟ ସୁବିଧା ଆୟୋଜନ କରାଯାଇଥିଲା। ଭାରତୀୟ ରିଜର୍ଭ ବ୍ୟାଙ୍କର ଏହି ଅଭିନବ ପ୍ରୟାସକୁ ଲୋକମାନେ ବହୁ ପ୍ରଶଂସା କରିଥିଲେ। ଆଗାମୀ ରବିବାର ତଥା ୦୧ ଫେବୃଆରୀ ୨୦୨୬ ଦିନ ଇନ୍ଫୋସିଟି ଠାରେ ଆୟୋଜିତ ହେବାକୁ ଯାଉଥିବା ପଥଉତ୍ସବରେ ମଧ୍ୟ ଆରବିଆଇ ର ଷ୍ଟଲରେ ମଇଳା/ ଚିରାଫଟା ଟଙ୍କା ବଦଳାଇବା ସୁବିଧା ଜାରି ରହିବ। ଲୋକମାନେ ଆରବିଆଇର ଏହି ଷ୍ଟଲଟିକୁ ପରିଦର୍ଶନ କରି ବିଭିନ୍ନ ଆର୍ଥିକ ସଚେତନତା ବାର୍ତ୍ତା  ଜାଣି ପାରିବେ ଏବଂ ନିଜର ମଇଳା/ ଚିରାଫଟା ଆଦି ଟଙ୍କା କୁ ବଦଳାଇ ପାରିବେ।

ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ ପଥ ଉତ୍ସବ ଭାରତୀୟ ରିଜର୍ଭ ବ୍ୟାଙ୍କ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ନବବିବାହିତ ଯୁବକଙ୍କ ଆତ୍ମହତ୍ୟା

September 17, 2026

୧୮ ରୁ କଟକରେ ଆନ୍ତର୍ଜାତିକ ବାଣିଜ୍ୟମେଳା: ୧୦ ଦେଶ ଓ ୨୨ ରାଜ୍ୟର ବ୍ୟବସାୟୀ ହେବେ ସାମିଲ

September 17, 2026

ଗଣେଶଙ୍କ ମୂର୍ତ୍ତି ଭସାଣି ବେଳେ ପୋଲିସଙ୍କୁ ଆକ୍ରମଣ, ୬ ଗିରଫ

September 17, 2026

ଏନଟିପିସି କୋରବା ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 17, 2026
Latest News

ନବବିବାହିତ ଯୁବକଙ୍କ ଆତ୍ମହତ୍ୟା

September 17, 2026

୨୦୧୩ ଝିରମ୍ ଘାଟି ମାଓ ଆକ୍ରମଣ: ୧୦ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର NIA କୋର୍ଟ

September 17, 2026

ଆଇସିସି ଟି-୨୦ ରାଙ୍କିଙ୍ଗ୍: ବ୍ୟାଟିଂ ଶୀର୍ଷରେ ଈଶାନ୍, ଦ୍ୱିତୀୟ ସ୍ଥାନକୁ ଉଠିଲେ ଅଭିଷେକ

September 17, 2026

ଅନ୍ତର୍ଜାତୀୟ ଫୁଟ୍‌ବଲ୍‌ରୁ ଅବସର ନେଲେ ଜେମ୍ସ ରୋଡ୍ରିଗେଜ୍

September 17, 2026

UPI ଶୁଳ୍କ ପ୍ରସଙ୍ଗରେ କେନ୍ଦ୍ରକୁ ସମର୍ଥନ କଲେ ଓମାର ଅବଦୁଲ୍ଲା: ଜାଣନ୍ତୁ କ’ଣ କହିଲେ?

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.