Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ଲାଷ୍ଟିକ ବିରୋଧରେ ସମୂହ ସଙ୍କଳ୍ପ: ଆସୁରକୁମାରୀ ପୀଠରେ ସଚେତନତା ଅଭିଯାନ
ଆଜିର ଖବର

ପ୍ଲାଷ୍ଟିକ ବିରୋଧରେ ସମୂହ ସଙ୍କଳ୍ପ: ଆସୁରକୁମାରୀ ପୀଠରେ ସଚେତନତା ଅଭିଯାନ

January 19, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ଲାଷ୍ଟିକ ବିରୋଧରେ ସମୂହ ସଙ୍କଳ୍ପ: ଆସୁରକୁମାରୀ ପୀଠରେ ସଚେତନତା ଅଭିଯାନ
ପ୍ଲାଷ୍ଟିକ ବିରୋଧରେ ସମୂହ ସଙ୍କଳ୍ପ: ଆସୁରକୁମାରୀ ପୀଠରେ ସଚେତନତା ଅଭିଯାନ

ରଣପୁର: ରଣପୁର ବନ ବିଭାଗର ଆୟୋଜନରେ ଏବଂ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟ ସହ ବଜ୍ରକୋଟ ଗ୍ରାମବାସୀଙ୍କ ସହଯୋଗରେ ପବିତ୍ର ଆସୁରକୁମାରୀ ପୀଠ ପରିସରରେ “ପ୍ଲାଷ୍ଟିକ ମୁକ୍ତ ପିକନିକ୍ ସ୍ପଟ୍ ସଚେତନତା କାର୍ଯ୍ୟକ୍ରମ” ଆୟୋଜିତ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ବଜ୍ରକୋଟ ଗ୍ରାମ ପଞ୍ଚାୟତର ସରପଞ୍ଚ ବନିତା ବଳିଆରସିଂହ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ଲାଷ୍ଟିକ ପ୍ରଦୂଷଣର କୁପ୍ରଭାବ ବିଷୟରେ ଆଲୋକପାତ କରିଥିଲେ ଏବଂ ଆସୁରକୁମାରୀ ପୀଠକୁ ପ୍ଲାଷ୍ଟିକ ମୁକ୍ତ କ୍ଷେତ୍ର ଭାବେ ଗଢ଼ି ତୁଳିବାକୁ ସମସ୍ତଙ୍କୁ ଆହ୍ୱାନ କରିଥିଲେ।

କାର୍ଯ୍ୟକ୍ରମରେ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁଶୀଲ କୁମାର ରାଣା ପ୍ଲାଷ୍ଟିକ ବଦଳରେ କାଗଜ, କପଡ଼ା ଓ ପୁନଃବ୍ୟବହାରଯୋଗ୍ୟ ସାମଗ୍ରୀ ବ୍ୟବହାର କରିବାକୁ ପରାମର୍ଶ ଦେଇଥିଲେ ଏବଂ ଏହି ସଚେତନତା କାର୍ଯ୍ୟକ୍ରମ କେବଳ ଏକ ଦିନର ଅଭିଯାନ ନୁହେଁ, ଏହା ଏକ ଆନ୍ଦୋଳନ ହେଉ, ଦୀର୍ଘ ଦିନର ଅଭିଯାନ ହେଉ ବୋଲି ମତ ରଖିଥିଲେ।

ବିଦ୍ୟାଳୟର ଶିକ୍ଷକଶିକ୍ଷୟତ୍ରୀ, କର୍ମଚାରୀବୃନ୍ଦ, ଛାତ୍ରଛାତ୍ରୀମାନେ ଏବଂ ଆଙ୍ଗନୱାଡ଼ି କର୍ମୀମାନେ ଉପସ୍ଥିତ ରହି ପରିବେଶ ସୁରକ୍ଷା ସମ୍ପର୍କରେ ସଚେତନତା ବାର୍ତ୍ତା ପ୍ରସାର କରିଥିଲେ।

ଆସୁରକୁମାରୀ କମିଟିର ସମସ୍ତ ସଦସ୍ୟ, ବଜ୍ରକୋଟ ଅଞ୍ଚଳର ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ଏବଂ ଗ୍ରାମବାସୀମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ।

ଏହି କାର୍ଯ୍ୟକ୍ରମକୁ ବନ ବିଭାଗ ଅଧିକାରୀ ସିଦ୍ଧୁଚରଣ ସିଂହ ଓ ଫରେଷ୍ଟର ଶ୍ରୀ ସଞ୍ଜୀବ କୁମାର ବେହେରାଙ୍କ ନେତୃତ୍ୱରେ ବନ ବିଭାଗର ରଞ୍ଜନା ପରିଡା, ଅଶୋକ ତୋଟାଳ, ପପୁ ପ୍ରଧାନ ଙ୍କ ସହ ସମସ୍ତ କର୍ମଚାରୀବୃନ୍ଦ ସୁଚାରୁ ଭାବେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

କାର୍ଯ୍ୟକ୍ରମର ଶେଷରେ ସମସ୍ତ ଅଂଶଗ୍ରହଣକାରୀ ପ୍ଲାଷ୍ଟିକ ବ୍ୟବହାର ବର୍ଜନ କରିବା ଓ ପିକନିକ୍ ସ୍ପଟ୍‌କୁ ସ୍ୱଚ୍ଛ ରଖିବା ପାଇଁ ଶପଥ ଗ୍ରହଣ କରିଥିଲେ ଏବଂ ଅସୁରକୁମାରୀ ପୀଠର ସଫେଇ କରିଥିଲେ । ସମଗ୍ର ପରିବେଶ ସଚେତନତା ଓ ସାମୂହିକ ଦାୟିତ୍ୱର ବାର୍ତ୍ତାରେ ମୁଖରିତ ହୋଇଉଠିଥିଲା।

ଆସୁରକୁମାରୀ ପୀଠ ରଣପୁର ବନ ବିଭାଗ ସଚେତନତା ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.