Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗ୍ରାମ୍ୟ ଉନ୍ନୟନ ବିଭାଗର ସମୀକ୍ଷା ବୈଠକ, ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ ସମାପ୍ତି ପାଇଁ ମନ୍ତ୍ରୀଙ୍କ ନିର୍ଦ୍ଦେଶ
ଆଜିର ଖବର

ଗ୍ରାମ୍ୟ ଉନ୍ନୟନ ବିଭାଗର ସମୀକ୍ଷା ବୈଠକ, ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ ସମାପ୍ତି ପାଇଁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

January 21, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗ୍ରାମ୍ୟ ଉନ୍ନୟନ ବିଭାଗ
ଗ୍ରାମ୍ୟ ଉନ୍ନୟନ ବିଭାଗର ସମୀକ୍ଷା ବୈଠକ, ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ ସମାପ୍ତି ପାଇଁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟର ଉନ୍ନୟନ ପ୍ରକଳ୍ପଗୁଡ଼ିକର ସଠିକ୍ କାର୍ଯ୍ୟାନ୍ୱୟନ ଓ ନିର୍ଦ୍ଧାରିତ ବ୍ୟୟ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଆଜି ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଏକ ଉଚ୍ଚସ୍ତରୀୟ ବ୍ୟୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି।

ଏହି ସମୀକ୍ଷା ବୈଠକରେ ଚଳିତ ଆର୍ଥିକ ବର୍ଷରେ ପିଏମ୍ ଜନ୍ ମନ୍, ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା, ମୁଖ୍ୟମନ୍ତ୍ରୀ ସଡକ ଯୋଜନା ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ଅନ୍ୟାନ୍ୟ ଯୋଜନା ବିଷୟରେ ସବିସ୍ତୃତ ସମୀକ୍ଷା କରାଯାଇଥିଲା। ଉପସ୍ଥିତ ଅଧିକାରୀମାନେ ନିର୍ମାଣଧିନ ଥିବା ସମସ୍ତ ପ୍ରକଳ୍ପର ସ୍ଥିତି ଓ ଅନ୍ୟାନ୍ୟ ଆନୁଷଙ୍ଗିକ ଦିଗଗୁଡ଼ିକ ବିଷୟରେ ମାନ୍ୟବର ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କୁ ଅବଗତ କରାଇଥିଲେ ।

ବୈଠକରେ ମାନ୍ୟବର ମନ୍ତ୍ରୀ ଶ୍ରୀ ନାଏକ ସମସ୍ତ ପ୍ରକଳ୍ପର କାର୍ଯ୍ୟଗତିକୁ ତ୍ବରାନ୍ୱିତ କରିବା ଏବଂ ସମସ୍ତ ପରିକଳ୍ପିତ ବ୍ୟୟକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସଫଳତାର ସହିତ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ଅବସରରେ କମିଶନର ତଥା ସଚିବ ଶ୍ରୀମତୀ ଯାମିନୀ ଷଡ଼ଙ୍ଗୀ ପ୍ରକଳ୍ପଗୁଡ଼ିକର ତ୍ବରିତ କାର୍ଯ୍ୟାନ୍ୱୟନ ପାଇଁ ବିସ୍ତୃତ କାର୍ଯ୍ୟପରିକଳ୍ପନା ଓ କୌଶଳଗତ ରଣନୀତି ଉପସ୍ଥାପନ କରିଥିଲେ।

ଏହି ବୈଠକରେ ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ଶାସନ ସଚିବ (ଭା. ପ୍ର. ସେ) ଶ୍ରୀମତୀ ରେଗା ଗୀତାରାଣୀ ପଟ୍ଟନାୟକ, ସ୍ବତନ୍ତ୍ର ଶାସନ ସଚିବ ଶ୍ରୀ ସର୍ବେଶ୍ଵର ସିଂହ, ସ୍ଵତନ୍ତ୍ର ଶାସନ ସଚିବ ଶ୍ରୀମତୀ ସଂଘମିତ୍ରା ଶତପଥୀ , ବିତ୍ତ ପରାମର୍ଶଦାତା ତଥା ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ବୀଣାପାଣୀ ନାୟକ, ସର୍ବୋଚ୍ଚ ଯନ୍ତ୍ରୀ ତଥା ସ୍ଵତନ୍ତ୍ର ସଚିବ ଶ୍ରୀ ଶ୍ରୀଧର ନାୟକ ଏବଂ ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀଗଣ ଉପସ୍ଥିତ ଥିଲେ।

ଗ୍ରାମ୍ୟ ଉନ୍ନୟନ ବିଭାଗ ରବି ନାରାୟଣ ନାଏକ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026

ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ ସୁଦୃଢ଼ ​​କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ

March 13, 2026

ଏସଆଇଆର ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 13, 2026
Latest News

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026

ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ ସୁଦୃଢ଼ ​​କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ

March 13, 2026

ପଶ୍ଚିମ ଏସିଆ ଘଟଣାକ୍ରମ ସମ୍ପର୍କରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 13, 2026

ଏସଆଇଆର ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.