Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ
ଆଜିର ଖବର

ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

January 21, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ
ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ତିନି ଦିନିଆ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କୁ ଆଜି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦଘାଟନ କରିଛନ୍ତି। ଏହି ସମ୍ମିଳନୀର ମୂଳ ଲକ୍ଷ୍ୟ ହେଉଛି ଦେଶର ପ୍ରତ୍ୟେକ ଶିଶୁଙ୍କ ପାଇଁ ଏକ ସମାନ, ସମ୍ମାନଜନକ ଏବଂ ଆତ୍ମନିର୍ଭରଶୀଳ ଭବିଷ୍ୟତ ନିଶ୍ଚିତ କରିବା ।

ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ, ସମାବେଶୀ ଶିକ୍ଷା କେବଳ ଏକ ସରକାରୀ ଯୋଜନା ନୁହେଁ, ବରଂ ଏହା ଏକ ରାଷ୍ଟ୍ରୀୟ ସଂକଳ୍ପ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ସବକା ସାଥ୍, ସବକା ବିକାଶ, ସବକା ବିଶ୍ୱାସ’ ମନ୍ତ୍ରକୁ ଆଧାର କରି ଏକ ‘ବିକଶିତ ଭାରତ’ ଗଠନ ପାଇଁ ସମାନ ଓ ସମ୍ବେଦନଶୀଳ ଶିକ୍ଷା ବ୍ୟବସ୍ଥା ଅପରିହାର୍ଯ୍ୟ। ପ୍ରଧାନମନ୍ତ୍ରୀଙ୍କ ମାନବୀୟ ଦୃଷ୍ଟିକୋଣ ଯୋଗୁଁ ଦିବ୍ୟାଙ୍ଗ ଶ୍ରେଣୀକୁ ୬ରୁ ୨୧କୁ ବୃଦ୍ଧି କରାଯାଇଛି, ଯାହା ଅଧିକ ସଂଖ୍ୟକ ଶିଶୁଙ୍କୁ ସହାୟତା ପ୍ରଦାନ କରିବାରେ ସହାୟକ ହେବ । ଜାତୀୟ ଶିକ୍ଷା ନୀତି ଅନ୍ତର୍ଗତ ‘ପ୍ରଶସ୍ତ ଆପ୍’ ମାଧ୍ୟମରେ ପ୍ରାୟ ୨୫ କୋଟି ଛାତ୍ରଛାତ୍ରୀଙ୍କୁ ଚିହ୍ନଟ କରାଯିବ । ଏହି ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଟେକ୍ନୋଲୋଜି ଏବଂ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବ୍ୟବହାର କରି ପିଲାଙ୍କ ମଧ୍ୟରେ ଥିବା ଡିସଲେକ୍ସି ଏବଂ ଡିସକାଲକୁଲିଆ ଭଳି ଶିକ୍ଷଣ ସମସ୍ୟାଗୁଡ଼ିକୁ ଶୀଘ୍ର ଚିହ୍ନଟ କରି ସେମାନଙ୍କୁ ଉପଯୁକ୍ତ ସହଯୋଗ ପ୍ରଦାନ କରିବା।

ସମାବେଶୀ ଶିକ୍ଷା କେବଳ ବିଦ୍ୟାଳୟ ବା ପରିବାରର ଦାୟିତ୍ୱ ନୁହେଁ, ବରଂ ଏହା ସମଗ୍ର ସମାଜ ଏବଂ ସମସ୍ତ ସରକାରୀ ବିଭାଗର ଏକ ମିଳିତ ଦାୟିତ୍ୱ। ଶ୍ରୀ ପ୍ରଧାନ ନିଜ ଅଭିଭାଷଣରେ ଗୁରୁତ୍ୱାରୋପ କରିଛନ୍ତି ଯେ, ସମାନ ସୁଯୋଗ, ସମ୍ମାନ ଏବଂ ସହଭାଗିତା ହିଁ ‘ବିକଶିତ ଭାରତ’ ଗଠନର ମାର୍ଗ ପ୍ରଶସ୍ତ କରିବ। ଏହି ସମ୍ମିଳନୀ ଆଗାମୀ ତିନି ଦିନ ଧରି ଶିକ୍ଷାବିତ୍, ବିଶେଷଜ୍ଞ ଏବଂ ନୀତି ନିର୍ଦ୍ଧାରକଙ୍କ ମଧ୍ୟରେ ଗଭୀର ଆଲୋଚନା ମାଧ୍ୟମରେ ଦେଶର ଶିକ୍ଷା ବ୍ୟବସ୍ଥାକୁ ଏକ ନୂତନ ଦିଶା ପ୍ରଦାନ କରିବ।

ଧର୍ମେନ୍ଦ୍ର ପ୍ରଧାନ ବିକଶିତ ଭାରତ ସମାବେଶୀ ଶିକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026

ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

March 4, 2026

ହୋଲି ପୂର୍ବରୁ ଘରକୁ ଆଣନ୍ତୁ ଏହି ଜିନିଷ: ମାତା ଲକ୍ଷ୍ମୀଙ୍କ ମିଳିବ ଆଶୀର୍ବାଦ

March 4, 2026
Latest News

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026

ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

March 4, 2026

ହୋଲି ପୂର୍ବରୁ ଘରକୁ ଆଣନ୍ତୁ ଏହି ଜିନିଷ: ମାତା ଲକ୍ଷ୍ମୀଙ୍କ ମିଳିବ ଆଶୀର୍ବାଦ

March 4, 2026

ହୋଲିରେ ମଦ୍ୟପାନ କରି ଗାଡି ଚଲାଉଥିଲେ ହୋଇଯା’ନ୍ତୁ ସାବଧାନ!: କାର୍ଯ୍ୟାନୁଷ୍ଠାନ ନେବ ପୋଲିସ

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.