ଭୁବନେଶ୍ବର: ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ ଆସନ୍ତାକାଲି ଜାନୁଆରୀ ୨୩ରେ ଓଡ଼ିଶା ଆସୁଛନ୍ତି। ସେ କଟକରେ ଆୟୋଜିତ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ବା ପରାକ୍ରମ ଦିବସରେ ଯୋଗଦେବେ। ଏହି ଅବସରରେ ଉପ ରାଷ୍ଟ୍ରପତି ନିକଟସ୍ଥ ଜିଲ୍ଲା ସଂସ୍କୃତି ଭବନ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି।
ଉପ ରାଷ୍ଟ୍ରପତି ସେଦିନ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ନୂଆଦିଲ୍ଲୀରୁ ବାହାରି ଭୁବନେଶ୍ୱର ବିମାନ ବନ୍ଦରରେ ସକାଳ ୮. ୫୦ ରେ ପହଁଚିବେ। ଏହା ପରେ ସେ ସଡ଼କ ପଥରେ କଟକ ଯାତ୍ରା କରି ୯. ୩୫ ସୁଦ୍ଧା ନେତାଜୀ ଜନ୍ମ ସ୍ଥାନ ସଂଗ୍ରହାଳୟରେ ପହଁଚି ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ।
ଏହାପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରି ଲୋକଭବନରେ ମଧ୍ୟାନ୍ନ ଭୋଜନ କରିବାର କାର୍ଯ୍ୟକ୍ରମ ରହିଛି।ଅପରାହ୍ଣରେ ସେ ଭୁବନେଶ୍ୱର ବିମାନ ବନ୍ଦରରୁ କୋଲକାତା ଅଭିମୁଖେ ଗସ୍ତ କରିବାର କାର୍ୟ୍ୟକ୍ରମ ରହିଛି।


