Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତ୍ରୀ ସୁଷମା ସ୍ୱରାଜଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକସଭା
ଆଜିର ଖବର

ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତ୍ରୀ ସୁଷମା ସ୍ୱରାଜଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକସଭା

August 11, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତ୍ରୀ ସ୍ୱର୍ଗତାଃ ସୁଷମା ସ୍ୱରାଜଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକସଭା
ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତ୍ରୀ ସ୍ୱର୍ଗତାଃ ସୁଷମା ସ୍ୱରାଜଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକସଭା

 ସମୀକ୍ଷା ବ୍ୟୁରୋ

ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତ୍ରୀ ସ୍ୱର୍ଗତାଃ ସୁଷମା ସ୍ୱରାଜଙ୍କ ବିୟୋଗରେ ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ ଶ୍ରନ୍ଧାଞ୍ଜଳି ସଭା ଆୟୋଜିତ ହୋଇଛି । ରାଜ୍ୟ ସଭାପତି ତଥା ସାଂସଦ ବସନ୍ତ ପଣ୍ଡା ଏବଂ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ସମେତ ରାଜ୍ୟ ବିଜେପିର ବରିଷ୍ଠ ନେତୃବୃନ୍ଦ ପୁଷ୍ପ ଗୁଚ୍ଛ ଦେଇ ସ୍ୱର୍ଗତାଃ ସୁଷମାଜୀଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିବା ସହ ତାଙ୍କର ସ୍ମୃତି ଚାରଣ କରିଥିଲେ । ଜଣେ ନାରୀ ନେତ୍ରୀ, ଜଣେ ସାଂସଦ ଏବଂ ଜଣେ କେନ୍ଦ୍ରମନ୍ତ୍ରୀ ଭାବେ ସୁଷମା ସ୍ୱରାଜଜୀଙ୍କ କାର୍ଯ୍ୟଦକ୍ଷତା ଏବଂ ଦୂରଦୃଷ୍ଟି ସମଗ୍ର ଭାରତବାସୀଙ୍କୁ ଆକର୍ଷିତ କରୁଥିଲା । ଭାରତୀୟ ରାଜନୀତିରେ ସ୍ୱର୍ଗତାଃ ସୁଷମାଜୀଙ୍କ ଅବଦାନ ଅତୁଳନୀୟ ଥିଲା । ଉଭୟ କୁଟନୀତି ଓ ରାଜନୀତୀରେ ସେ ପୂରା ପାରଙ୍ଗମ ଥିଲେ । ସୁଷମା ସ୍ୱରାଜଜୀ ନାରୀ ଜାତିର ଏକ ମୁର୍ତୀମନ୍ତ ପ୍ରତୀକ ଭାବେ ନିଜକୁ ପ୍ରତିପାଦନ କରୁଥିଲେ । ସମଗ୍ର ନାରୀ ଜାତି ପାଇଁ ସେ ଏକ ଉଦାହରଣ ହୋଇ ରହିବେ ବୋଲି ରାଜ୍ୟ ସଭାପତି ତଥା ସାଂସଦ ଶ୍ରୀ ବସନ୍ତ ପଣ୍ଡା କହିଛନ୍ତି । ସ୍ୱର୍ଗତାଃ ସୁଷମାଜୀଙ୍କ ବିୟୋଗ ସାରା ଦେଶବାସୀଙ୍କୁ ସ୍ତବ୍ଧ କରିଛି । ତାଙ୍କ ପରଲୋକରେ ଭାରତୀୟ ରାଜନୀତି ଜଣେ ଆଦର୍ଶବାଦୀ ରାଜନେତ୍ରୀଙ୍କୁ ହରାଇଛି । ସାଧାରଣ ଜନତାଙ୍କ ନେତ୍ରୀ ଭାବେ ସେ ସାଧାରଣ ଲୋକଙ୍କ ସମସ୍ୟାକୁ ଗୁରୁତ୍ୱ ଦେଇ ସମାଧାନର ରାସ୍ତା ବାହାର କରିବାରେ ପାରଙ୍ଗମ ଥିଲେ । ସେ ଜଣେ ଅଜାତ ଶତ୍ରୁ ଭାବେ ବିବେଚିତ ହେଉଥିଲେ । ସଂସଦ ଭବନରେ ତାଙ୍କ କାର୍ଯ୍ୟକୁ ବିରୋଧୀମାନେ ମଧ୍ୟ ପ୍ରଶଂସା କରନ୍ତି । ତାଙ୍କ ବିୟୋଗ ଦେଶର ରାଜନୀତି ପାଇଁ ଏକ ଅପୂରଣୀ କ୍ଷତି ବୋଲି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ କହିଛନ୍ତି । ଏହି ଶ୍ରଦ୍ଧାଞ୍ଜଳି ସଭାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଗିରିଧର ଗମାଙ୍ଗ, ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ ଓ ସୁରମା ପାଢୀ, ବିଜେପିର ବରିଷ୍ଠ ନେତା ଡା. ଦାମୋଦର ରାଉତ, ଖାରବେଳ ସ୍ୱାଇଁ, ପ୍ରକାଶ ମିଶ୍ର, ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ, ସାଧାରଣ ସଂପାଦକ (ସଙ୍ଗଠନ ) ମାନସ ମହାନ୍ତି, ବିଧାୟକ ସନାତନ ବିଜୁଳୀ, ମୁଖପାତ୍ର ଦିଲୀପ ମହାନ୍ତି, କୃଷକ ମୋର୍ଚ୍ଚା ସଭାପତି ଶିବାଜୀ ମହାନ୍ତି, କୃଷକ ମୋର୍ଚ୍ଚା ରାଷ୍ଟ୍ରୀୟ ସଭାପତି ମହେଶ୍ୱର ସାହୁଙ୍କ ସମେତ ଶତାଧିକ କାର୍ଯ୍ୟକର୍ତା ସାମିଲ ଥିଲେ ।

 

odishabjp sushamaswaraj
Share. Facebook Twitter LinkedIn Email WhatsApp Copy Link

Related Posts

ଦେବସ୍ନାନ ପୂର୍ଣ୍ଣିମା ୨୦୨୬: ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 10, 2026

ବାଣପୁରରେ ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ବହୁ ବିଜେଡ଼ି କାଉନସିଲର

June 10, 2026

NEET ପରୀକ୍ଷାର୍ଥୀଙ୍କ ସହିତ ବସ୍‌ରେ ମାଗଣା ଯାଇପାରିବେ ଅଭିଭାବକ: ଘୋଷଣା କଲେ ଏହି ସରକାର

June 10, 2026

କଂଗ୍ରେସରେ ମିଶିବା ଉଚିତ କି ମମତା ବାନାର୍ଜୀଙ୍କ ଦଳ?: ଏହି ପରାମର୍ଶ ଦେଲେ ସଞ୍ଜୟ ରାଉତ

June 10, 2026
Latest News

ଦେବସ୍ନାନ ପୂର୍ଣ୍ଣିମା ୨୦୨୬: ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 10, 2026

ବିଶ୍ୱ ନେତାମାନଙ୍କଠାରୁ ଅଭିନନ୍ଦନ ବାର୍ତ୍ତା ଗ୍ରହଣ କଲେ ନରେନ୍ଦ୍ର ମୋଦୀ

June 10, 2026

ବାଣପୁରରେ ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ବହୁ ବିଜେଡ଼ି କାଉନସିଲର

June 10, 2026

NEET ପରୀକ୍ଷାର୍ଥୀଙ୍କ ସହିତ ବସ୍‌ରେ ମାଗଣା ଯାଇପାରିବେ ଅଭିଭାବକ: ଘୋଷଣା କଲେ ଏହି ସରକାର

June 10, 2026

କଂଗ୍ରେସରେ ମିଶିବା ଉଚିତ କି ମମତା ବାନାର୍ଜୀଙ୍କ ଦଳ?: ଏହି ପରାମର୍ଶ ଦେଲେ ସଞ୍ଜୟ ରାଉତ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.