ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସୁଭଦ୍ରା କିସ୍ତି ଟଙ୍କା ପ୍ରଦାନ କରିଛନ୍ତି। ୪ ଲକ୍ଷ ୫୭ ହଜାରରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କ ଆକାଉଣ୍ଟକୁ ସୁଭଦ୍ରା ସହାୟତା ରାଶି ସ୍ଥାନାନ୍ତରିତ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ୩୨୫ କୋଟିରୁ ଉର୍ଦ୍ଧ୍ବ ସହାୟତା ରାଶି ପ୍ରଦାନ କରିଛନ୍ତି।
ଏହି ଅବସରରେ ନୂଆକରି ସାମିଲ ହୋଇଥିବା ୧ ଲକ୍ଷ ୭୮ ହଜାର ୩୯୮ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଛି। ସେହିପରି ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ୍ ୨ ଲକ୍ଷ ୫୫ ହଜାର ହିତାଧିକାରୀଙ୍କ ଖାତାକୁ ମଧ୍ୟ ଟଙ୍କା ଯାଇଛି। ଏହି ହିତାଧିକାରୀମାନେ ଏକାବେଳେ ଦୁଇଟି କିସ୍ତିର ୧୦ ହଜାର ଟଙ୍କା ପାଇଛନ୍ତି। ସେହିଭଳି ଅଭିଯୋଗ ଶୁଣାଣିରେ ୨୪ ହଜାର ୧୬ ଜଣ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି।


