Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାନସଭାର ଗବେଷଣା ଶାଖା ପକ୍ଷରୁ ପ୍ରକାଶିତ ନେତାଜୀଙ୍କ ଜୀବନୀ ସମ୍ପର୍କିତ ଏକ ପୁସ୍ତିକା ଉନ୍ମୋଚିତ
ଆଜିର ଖବର

ବିଧାନସଭାର ଗବେଷଣା ଶାଖା ପକ୍ଷରୁ ପ୍ରକାଶିତ ନେତାଜୀଙ୍କ ଜୀବନୀ ସମ୍ପର୍କିତ ଏକ ପୁସ୍ତିକା ଉନ୍ମୋଚିତ

January 25, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
Netaji Subhas Chandra Bose and Veer Surendra Sai Jayanti Observed at Odisha Assembly
Netaji Subhas Chandra Bose and Veer Surendra Sai Jayanti Observed at Odisha Assembly

ଭୁବନେଶ୍ଵର: ଭାରତର ସ୍ୱାଧୀନତା ସଂଗ୍ରାମରେ ଯେଉଁ ମହାନ୍ ବିପ୍ଳବୀମାନେ ନେତୃତ୍ୱ ନେଇ ସଂଗ୍ରାମ ରଥର ସାରଥି ସାଜିଥିଲେ, ସେମାନଙ୍କ ମଧ୍ୟରୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଥିଲେ ଅଗ୍ରଗଣ୍ୟ। ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଥିଲେ ବିଦ୍ରୋହର କର୍ଣ୍ଣଧାର, ସମାଜ ସଂସ୍କାରକ, ଦୟାର ଅବତାର ଏବଂ ଭାରତବର୍ଷର ସ୍ୱାଧୀନତା ସଂଗ୍ରାମ ଇତିହାସରେ ଜଣେ ଶ୍ରେଷ୍ଠ ବୀର ବିପ୍ଳବୀ ଯୁଗପୁରୁଷ। ଏହି ବିପ୍ଳବୀ ଯୋଗଜନ୍ମା ଯୁଗପୁରୁଷଙ୍କ ଉଦ୍ଦେଶ୍ୟରେ ଶାନ୍ତିନିକେତନଠାରେ ବିଶ୍ୱକବି ରବୀନ୍ଦ୍ରନାଥ ଠାକୁର ୧୯୩୭ ମସିହାରେ ସମ୍ବର୍ଦ୍ଧିତ କରି କହିଥିଲେ-‘ମୁଁ ବଙ୍ଗଳାର କବି ହୋଇ ତୁମକୁ ଦେଶନାୟକ ପଦରେ ବରଣ କରୁଛି।’

ମହାନ୍ ବୀର ପୁରୁଷ ଓ ଭାରତର ସର୍ବଶ୍ରେଷ୍ଠ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ ୧୮୦୯ ମସିହା ଜାନୁଆରୀ ମାସ ୨୩ ତାରିଖ ଦିନ ସମ୍ବଲପୁର ସହରର ଉତ୍ତରକୁ ପ୍ରାୟ ୨୧ ମାଇଲ ଦୂରରେ ଅବସ୍ଥିତ ବରଗାଁ ବା ଖିଣ୍ଡା ଗ୍ରାମରେ ଚୌହାନ୍ ରାଜପରିବାରରେ ଜନ୍ମଗ୍ରହଣ କରିଥିଲେ। ପଶ୍ଚିମ ଓଡ଼ିଶାରେ ୧୮୨୭ ମସିହାରେ ବୀର ସୁରେନ୍ଦ୍ର ସାଏ ସ୍ୱାଧୀନତା ସଂଗ୍ରାମର ଅଗ୍ନିଶିଖାକୁ ପ୍ରଜ୍ୱଳିତ କରି ଇଂରେଜମାନଙ୍କ ବିରୁଦ୍ଧରେ ବିଦ୍ରୋହ କରିଥିଲେ। ତାଙ୍କର ପ୍ରଧାନ ଲକ୍ଷ୍ୟ ଥିଲା ସମ୍ବଲପୁର ମାଟିରୁ ବି୍ରଟିଶ ଶାସନ ଲୋପ କରିବା। ପରବର୍ତ୍ତୀ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା। ସୁରେନ୍ଦ୍ର ସାଏଙ୍କ କୌଶଳପୂର୍ଣ୍ଣ ଗରିଲା ଯୁଦ୍ଧ, ରଣସଜ୍ଜା, ଦୃଢ଼ ମନୋବଳ, ଅସୀମ ଧୈର୍ଯ୍ୟ ଓ ସାହସ ନିକଟରେ ଇଂରେଜମାନେ ହାର ମାନିଥିଲେ। ଓଡ଼ିଶାର ଏହି ବରପୁତ୍ର, ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କ ବିପ୍ଳବର ଜୟଗାଥା ଓଡ଼ିଶା ଇତିହାସରେ ଚିରଦିନ ପାଇଁ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ପୃଷ୍ଠା ମଣ୍ଡିତ କରୁଥିବ।

ସୁଭାଷ ବୋଷଙ୍କ ୧୨୯ତମ ଜୟନ୍ତୀ ଓ ବୀର ସୁରେନ୍ଦ୍ର ସାଏଙ୍କ ୨୧୭ତମ ଜୟନ୍ତୀ ବିଧାନସଭା ପରିସରରେ ଅନୁଷ୍ଠିତ ହୋଇଯାଇଥିବାବେଳେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସରକାରୀ ଦଳ ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ବିଧାୟକ ଶ୍ରୀ ବାବୁ ସିଂ, ପୂର୍ବତନ ମନ୍ତ୍ରୀ ଅରବିନ୍ଦ ଢାଲି, ଗବେଷଣା ଶାଖାର ନିର୍ଦ୍ଦେଶକ ଡ. ତି୍ରବିକ୍ରମ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ସୁଭାଷ ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଏହି ଅବସରରେ ବିଧାନସଭାର ଗବେଷଣା ଶାଖା ପକ୍ଷରୁ ପ୍ରକାଶିତ ନେତାଜୀଙ୍କ ଜୀବନୀ ସମ୍ପର୍କିତ ଏକ ପୁସ୍ତିକାକୁ ଅତିଥିମାନେ ଉନ୍ମୋଚନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା। ରୋଜାଲିନ୍ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Netaji Subhas Chandra Bose odisha assembly Veer Surendra Sai Jayanti ନେତାଜୀଙ୍କ ଜୀବନୀ ପୁସ୍ତିକା ଉନ୍ମୋଚିତ ବିଧାନସଭାର ଗବେଷଣା ଶାଖା
Share. Facebook Twitter LinkedIn Email WhatsApp Copy Link

Related Posts

ବାଙ୍କୀର ସମର୍ପଣ ଦ୍ୱାରା ରାଷ୍ଟ୍ରୀୟ ଯୁବ ଦିବସ: ବିବେକାନନ୍ଦ ଜୟନ୍ତୀ ଓ ନେତାଜୀ ଜୟନ୍ତୀ ପାଳିତ

January 25, 2026

ଉପ-ରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ ଡ଼କ୍ଟର ହରି ବାବୁ କମ୍ଭମପାଟି

January 25, 2026

ଆଜି ଜାନୁୟାରୀ ୨୫ ତାରିଖ ରବିବାର, ସାତୋଟି ରାଶି ଉପରେ ମହାଦେବଙ୍କ ରହିଛି ଆର୍ଶିବାଦ

January 25, 2026

ଉତ୍ତରପ୍ରଦେଶ ଦିବସରରେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

January 24, 2026
Latest News

ବିଧାନସଭାର ଗବେଷଣା ଶାଖା ପକ୍ଷରୁ ପ୍ରକାଶିତ ନେତାଜୀଙ୍କ ଜୀବନୀ ସମ୍ପର୍କିତ ଏକ ପୁସ୍ତିକା ଉନ୍ମୋଚିତ

January 25, 2026

ବାଙ୍କୀର ସମର୍ପଣ ଦ୍ୱାରା ରାଷ୍ଟ୍ରୀୟ ଯୁବ ଦିବସ: ବିବେକାନନ୍ଦ ଜୟନ୍ତୀ ଓ ନେତାଜୀ ଜୟନ୍ତୀ ପାଳିତ

January 25, 2026

ଉପ-ରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ ଡ଼କ୍ଟର ହରି ବାବୁ କମ୍ଭମପାଟି

January 25, 2026

ଆଜି ଜାନୁୟାରୀ ୨୫ ତାରିଖ ରବିବାର, ସାତୋଟି ରାଶି ଉପରେ ମହାଦେବଙ୍କ ରହିଛି ଆର୍ଶିବାଦ

January 25, 2026

ଉତ୍ତରପ୍ରଦେଶ ଦିବସରରେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

January 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.