Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉପ-ରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ ଡ଼କ୍ଟର ହରି ବାବୁ କମ୍ଭମପାଟି
ଆଜିର ଖବର

ଉପ-ରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ ଡ଼କ୍ଟର ହରି ବାବୁ କମ୍ଭମପାଟି

January 25, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha Governor Felicitates Vice President During State Visit
Odisha Governor Felicitates Vice President During State Visit

ଭୁବନେଶ୍ଵର: ଭାରତର ଉପ-ରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କୁ ଓଡ଼ିଶା ଲୋକଭବନଠାରେ ରାଜ୍ୟପାଳ ଡ଼କ୍ଟର ହରି ବାବୁ କମ୍ଭମପାଟି ସମ୍ବର୍ଦ୍ଧିତ କରିଛନ୍ତି। ଶୁକ୍ରବାର ଦିନ ମାନ୍ୟବର ଉପ-ରାଷ୍ଟ୍ରପତିଙ୍କ ଏକ ଦିନିଆ ଓଡ଼ିଶା ଗସ୍ତ ଅବସରରେ ଉପ-ରାଷ୍ଟ୍ରପତିଙ୍କ ସମ୍ମାନାର୍ଥେ ଲୋକଭବନର ନ୍ୟୁ ଅଭିଷେକ ହଲ୍ ଠାରେ ଏକ ଔପଚାରିକ ଭୋଜି ଆୟୋଜିତ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ପ୍ରଥମ ମହିଳା ଜୟଶ୍ରୀ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ସହଧର୍ମିଣୀ ଡ଼ାକ୍ଟର ପ୍ରିୟଙ୍କା ମାରାଣ୍ଡି, ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ, ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମାନ୍ୟବର ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମାନ୍ୟବର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସମେତ ମାନ୍ୟବର ସାଂସଦ ଏବଂ ବରିଷ୍ଠ ପ୍ରଶାସନିକ ଅଧିକାରୀ ଯୋଗଦେଇ ଥିଲେ।

ଭୋଜନ ପରେ ମାନ୍ୟବର ରାଜ୍ୟପାଳ ମାନ୍ୟବର ଉପ-ରାଷ୍ଟ୍ରପତିଙ୍କୁ ସମ୍ମାନ ସୂଚକ ଭାବେ ଔପଚାରିକ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ। ଏହି ଅବସରରେ ପରିବେଷିତ ଲାଇଭ୍ ଯନ୍ତ୍ର ସଙ୍ଗୀତକୁ ମାନ୍ୟବର ଉପରାଷ୍ଟ୍ରପତି ପ୍ରଶଂସା କରିଥିଲେ।

ଉକ୍ତ କାର୍ଯ୍ୟକ୍ରମ ଓଡ଼ିଶାର ମହାନ ଅତିଥି ସତ୍କାର ପରମ୍ପରାକୁ ପ୍ରତିଫଳିତ କରିଥିଲା ଏବଂ ମାନ୍ୟବର ଉପ-ରାଷ୍ଟ୍ରପତିଙ୍କ ଗସ୍ତ ଅବସରରେ ବରିଷ୍ଠ ନେତୃତ୍ୱ ଓ ସାମ୍ବିଧାନିକ ପଦାଧିକାରୀଙ୍କ ମଧ୍ୟରେ ପାରସ୍ପରିକ ଆଲୋଚନା ପାଇଁ ଏକ ଉତ୍ତମ ସୁଯୋଗ ପ୍ରଦାନ କରିଥିଲା।

ସୂଚନା ଯୋଗ୍ୟ ଯେ, ଚଳିତ ଜାନୁଆରୀ ୨୩ ତାରିଖ ଶୁକ୍ରବାର ଦିନ ଭାରତର ମାନ୍ୟବର ଉପ-ରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ ଏକ ଦିନିଆ ଓଡ଼ିଶା ଗସ୍ତରେ ଆସି କଟକଠାରେ ପରାକ୍ରମ ଦିବସ ଉତ୍ସବରେ ଯୋଗଦେଇ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମଜୟନ୍ତୀ ପାଳନ ସମାରୋହରେ ଯୋଗଦେଇଥିଲେ।

ଉପ ରାଷ୍ଟ୍ରପତି ଲୋକଭବନ ସି.ପି. ରାଧାକୃଷ୍ଣନ ହରି ବାବୁ କମ୍ଭମପାଟି
Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Latest News

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.