Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମତ୍ସ୍ୟ ଚାଷୀ ଓ ପ୍ରାଣିପାଳକଙ୍କ ସମୃଦ୍ଧି ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ: ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ
ଆଜିର ଖବର

ମତ୍ସ୍ୟ ଚାଷୀ ଓ ପ୍ରାଣିପାଳକଙ୍କ ସମୃଦ୍ଧି ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ: ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

January 25, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
State Govt Committed to Welfare of Fishers and Livestock Farmers: Minister
State Govt Committed to Welfare of Fishers and Livestock Farmers: Minister

ଭୁବନେଶ୍ଵର: ମତ୍ସ୍ୟ ଚାଷୀ ଓ ପ୍ରାଣିପାଳକଙ୍କ ସମୃଦ୍ଧି ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ। ତୃଣମୂଳ ସ୍ତରରେ ସେବା ପହଞ୍ଚିବାରେ ଚାଷୀମାନେ ସମସ୍ୟାର ସମ୍ମୁଖୀନ ହେଲେ ତୁରନ୍ତ ତାଙ୍କୁ ଜଣାଇବା ପାଇଁ ମାନ୍ୟବର ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଛନ୍ତି। “ମତ୍ସ୍ୟ-ପ୍ରାଣୀ ସମାବେଶ ଓଡିଶା–୨୦୨୬”ର ଅନ୍ତିମ ଦିବସରେ ଆୟୋଜିତ “ମନ୍ତ୍ରୀଙ୍କୁ ପଚାରନ୍ତୁ” କାର୍ଯ୍ୟକ୍ରମରେ ଯୋଗ ଦେଇ ସେ ଏହା କହିଛନ୍ତି। ମତ୍ସ୍ୟଚାଷୀ ଓ ପ୍ରାଣିପାଳକଙ୍କ ଉନ୍ନତି ପାଇଁ ସରକାରଙ୍କ ଅଭିନବ ପ୍ରୟାସକୁ ଚାଷୀମାନେ ସ୍ଵାଗତ କରିଥିଲେ ଏବଂ ବିଭିନ୍ନ ଜିଲ୍ଲାରୁ ଆସିଥିବା ମତ୍ସ୍ୟଚାଷୀ ଓ ପ୍ରାଣିପାଳକମାନେ ମାନ୍ୟବର ମନ୍ତ୍ରୀ ସହ ସିଧାସଳଖ କଥା ହୋଇଥିଲେ।

ଚାଷୀମାନେ ମୁଖ୍ୟତଃ ବ୍ଲକକୁ ପ୍ରଦାନ କରାଯାଉଥିବା ବିଭିନ୍ନ ଯୋଜନାର ଟାର୍ଗେଟ ସମ୍ପର୍କରେ ମନ୍ତ୍ରୀଙ୍କୁ ପଚାରିଥିଲେ। ମାନ୍ୟବର ମନ୍ତ୍ରୀ କହିଥିଲେ ଆମ ବିଭାଗରେ କାର୍ଯ୍ୟକାରୀ ହେଉଥିବା ଯୋଜନାର ଟାର୍ଗେଟ୍ ଲିମିଟ୍ ନାହିଁ । ଅଧିକରୁ ଅଧିକ ଚାଷୀ ଯୋଜନାର ସୁଫଳ ନେବାକୁ ସେ ଆହ୍ଵାନ ଜଣାଇଥିଲେ। କହିଥିଲେ ରାଜ୍ୟ ସରକାର ଚାହାନ୍ତି ସମସ୍ତ ଯୋଜନାର ସୁଫଳ ସମସ୍ତ ଚାଷୀଙ୍କ ନିକଟରେ ପହଞ୍ଚୁ।

ମତ୍ସ୍ୟ ପୋଖରୀ ଯୋଜନାରେ ପ୍ରକଳ୍ପ ମୂଲ୍ୟ ବୃଦ୍ଧି, ନିୟମାବଳୀରେ ସଂଶୋଧନ ପାଇଁ ଚାଷୀମାନେ ପ୍ରସ୍ତାବ ଦେଇଥିଲେ। ବିଭିନ୍ନ ଯୋଜନାରେ ଋଣ ପ୍ରଦାନ ପାଇଁ ବ୍ୟାଙ୍କଗୁଡିକ ସହଯୋଗ କରୁନାହାନ୍ତି ବୋଲି ଚାଷୀମାନେ ଅଭିଯୋଗ କରିଥିବା ବେଳେ ବ୍ଲକ ସ୍ତରୀୟ, ଜିଲ୍ଲା ସ୍ତରୀୟ ଓ ରାଜ୍ୟ ସ୍ତରୀୟ ସମନ୍ଵୟ ବୈଠକରେ ତୁରନ୍ତ ସମସ୍ୟା ସମାଧାନ ପାଇଁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ପ୍ରକଳ୍ପ ଶେଷ ପରେ ରିହାତି ଅର୍ଥ ଠିକ୍ ସମୟରେ ପ୍ରଦାନ କରିବାକୁ ଚାଷୀମାନେ ମାନ୍ୟବର ମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ଏହା ସହ ବ୍ଲକ ସ୍ତରରେ ଥିବା ପ୍ରାଣୀ ଚିକିତ୍ସାଳୟରେ ପ୍ରାଣୀମାନଙ୍କ ପାଇଁ ମାଗଣା ଔଷଧ ପ୍ରଦାନ କରିବାର ସୁବ୍ୟବସ୍ଥା କରିବାକୁ ମଧ୍ୟ ଅନୁରୋଧ କରିଥିଲେ।

“ମନ୍ତ୍ରୀଙ୍କୁ ପଚାରନ୍ତୁ” କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ମତ୍ସ୍ୟ ନିର୍ଦ୍ଦେଶକ ମହମ୍ମଦ ସାଦ୍ଦିକ ଆଲାମ, ପ୍ରାଣିପାଳନ ଓ ପ୍ରାଣିଚିକିତ୍ସା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେ, ମତ୍ସ୍ୟଚାଷୀ, ପ୍ରାଣିପାଳକ, ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Livestock Farmers State Govt Welfare of Fishers ଗୋକୁଳାନନ୍ଦ ମଲ୍ଲିକ
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026
Latest News

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.