Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ଖାଦ୍ୟଯୋଗାଣ ନିଗମ ପରିଦର୍ଶନ କରିବା ସହ ବ୍ୟବସ୍ଥାର ସମୀକ୍ଷା କଲେ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
ଆଜିର ଖବର

ରାଜ୍ୟ ଖାଦ୍ୟଯୋଗାଣ ନିଗମ ପରିଦର୍ଶନ କରିବା ସହ ବ୍ୟବସ୍ଥାର ସମୀକ୍ଷା କଲେ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

January 29, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Krushna Chandra Patra Visited the State Food Corporation
Krushna Chandra Patra Visited the State Food Corporation

ଭୁବନେଶ୍ଵର: ରାଜ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ଜାରି ରହିଛି। ରାଜ୍ୟରେ ଚାଷୀମାନଙ୍କ ସ୍ୱାର୍ଥ ରକ୍ଷା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ଧାନ ସଂଗ୍ରହ ସମୟରେ କୌଣସି ଅନିୟମିତତାର ଅଭିଯୋଗ ଆସିଲେ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ରାଜ୍ୟ ଖାଦ୍ୟ ଯୋଗାଣ ନିଗମ ପରିଷଦରେ ନିର୍ଦ୍ଦେଶ ନିୟନ୍ତ୍ରଣ ଏବଂ ଅଭିଜ୍ଞତା କେନ୍ଦ୍ର ଚାଲୁ ରହିଛି। ଏହି କେନ୍ଦ୍ରକୁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବୁଲି ଦେଖିବା ସହ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଏଥି ସହ ମଣ୍ଡିରେ ଧାନ କିଣା ପ୍ରକ୍ରିୟା, ସିସିଟିଭି ବ୍ୟବସ୍ଥାର ଅନୁଧ୍ୟାନ, ମଣ୍ଡିରୁ ମିଲ୍ ଯାଉଥିବା ଗାଡ଼ିର ଟ୍ରାକିଂ ଏବଂ ଏ ସଂପର୍କିତ ଲାଇଭ୍ ଫୁଟେଜ୍ର ବ୍ୟବସ୍ଥା ସଂପର୍କରେ ମନ୍ତ୍ରୀ ତଦାରଖ କରିଥିଲେ।

ଏତଦବ୍ୟତୀତ ଚାଷୀ ଏବଂ ମଣ୍ଡିରେ ନିୟୋଜିତ ଅଧିକାରୀ ଓ ଚାଷୀ ମାନଙ୍କ ସହ ନୋଡାଲ ଅଫିସରଙ୍କ ସହ ମନ୍ତ୍ରୀ କଥା ହେବା ସହ ସେମାନଙ୍କର ସୁବିଧା ଅସୁବିଧା ସଂପର୍କରେ ପଚାରି ବୁଝିଥିଲେ। କୌଣସି ଅଭିଯୋଗ ଥିଲେ ଟୋଲ୍ ଫ୍ରି ନଂ ୧୯୬୭ ମାଧ୍ୟମରେ ଏହି କେନ୍ଦ୍ର ସହ ଯୋଗାଯୋଗ କରାଯାଇପାରୁଛି ଏବଂ ଚାଷୀ ମାନେ ପ୍ରତ୍ୟକ୍ଷ ଭାବେ ସେମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ କହିପାରୁଛନ୍ତି। ଧାନକିଣା ନେଇ କୌଣସି ଚାଷୀଙ୍କଠାରୁ ଅଭିଯୋଗ ଆସିଲେ ଏହାର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରିବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ମନ୍ତ୍ରୀ ଶ୍ରୀ ପାତ୍ରଙ୍କର ଏହି ପରିଦର୍ଶନ ସମୟରେ ରାଜ୍ୟ ଖାଦ୍ୟଯୋଗାଣ ନିଗମର ପରିଚାଳନା ନିର୍ଦ୍ଦେଶକ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଏହି କେନ୍ଦ୍ରର ବିଭିନ୍ନ କାର୍ଯ୍ୟକାରିତା ଓ ଅଭିଯୋଗଗୁଡ଼ିକର ତ୍ୱରିତ ସମାଧାନ ନିମନ୍ତେ ନିଆଯାଉଥିବା ପଦକ୍ଷେପ ସଂପର୍କରେ ଅବଗତ କରାଇଥିଲେ। ଏହି ଅବସରରେ ଉଭୟ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଏବଂ ରାଜ୍ୟ ଖାଦ୍ୟଯୋଗାଣ ନିଗମର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Krushna Chandra Patra State Food Corporation କୃଷ୍ଣ ଚନ୍ଦ୍ର ପାତ୍ର ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.