Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ଏନ.ଏସ.ଏସ ଶାଖା ପକ୍ଷରୁ “ଓଡ଼ିଶା ଦର୍ଶନ” ପରିଭ୍ରମଣ କାର୍ଯ୍ୟକ୍ରମ ଆୟୋଜିତ
ଆଜିର ଖବର

ରାଜ୍ୟ ଏନ.ଏସ.ଏସ ଶାଖା ପକ୍ଷରୁ “ଓଡ଼ିଶା ଦର୍ଶନ” ପରିଭ୍ରମଣ କାର୍ଯ୍ୟକ୍ରମ ଆୟୋଜିତ

January 29, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha Darshan Exposure Tour Organized by State NSS Wing
Odisha Darshan Exposure Tour Organized by State NSS Wing

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ରାଜ୍ୟ ଏନ. ଏସ. ଏସ ଶାଖା ପକ୍ଷରୁ ଓଡ଼ିଶା ଦର୍ଶନ କାର୍ଯ୍ୟକ୍ରମ-୨୦୨୬ ଆରମ୍ଭ ହୋଇଛି। ଏହି ଓଡ଼ିଶା ଦର୍ଶନ କାର୍ଯ୍ୟକ୍ରମ ଜାନୁଆରୀ ୨୮ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ରାଜ୍ୟର ପ୍ରାୟ ୨୬୦ ଜଣ ଏନ. ଏସ.ଏସ ସ୍ବେଚ୍ଛାସେବୀମାନେ ଓଡ଼ିଶାର ବିଭିନ୍ନ ପର୍ଯ୍ୟଟନ ସ୍ଥଳୀ, ମନ୍ଦିର, ବେଳାଭୂମି, ଐତିହାସିକ ସ୍ଥାନ ବୁଲି ଦେଖିବା ସହିତ ରାଜ୍ୟର ପ୍ରମୁଖ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ଆଦି ମଧ୍ୟ ପରିଭ୍ରମଣ କରିବେ। ଏଥିପାଇଁ ସ୍ବେଚ୍ଛାସେବୀମାନେ ଆଜି ନିଜର ଯାତ୍ରା ଆରମ୍ଭ କରିଛନ୍ତି।

ରେଡ଼କ୍ରସ ଭବନ, ଭୁବନେଶ୍ୱର ଠାରେ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଶ୍ରୀ କାଳୀ ପ୍ରସନ୍ନ ମହାପାତ୍ର, ଉପଶାସନ ସଚିବ ରମେଶ ଚନ୍ଦ୍ର ବେହେରା ଓ ଏନ. ଏସ. ଏସ ଆଞ୍ଚଳିକ ନିର୍ଦ୍ଦେଶାଳୟର ଆଞ୍ଚଳିକ ନିର୍ଦ୍ଦେଶକ ସରିତା ପଟେଲ ପରିଭ୍ରମଣରେ ଯାଉଥିବା ସମସ୍ତ ସ୍ୱେଚ୍ଛାସେବୀମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ସମାଜର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଏବଂ ସମାଜସେବା କାର୍ଯ୍ୟରେ ସର୍ବଦା ନିଜର ଯୋଗଦାନ ଜାରି ରଖିବା ପାଇଁ ସ୍ବେଚ୍ଛାସେବୀମାନଙ୍କୁ ପ୍ରେରିତ କରିଥିଲେ।

ଓଡ଼ିଶା ଦର୍ଶନ କାର୍ଯ୍ୟକ୍ରମ ମାଧ୍ୟମରେ ଆମ ରାଜ୍ୟର ଯୁବପିଢ଼ିମାନେ ଓଡ଼ିଶାର ଗୌରବମୟ ଇତିହାସ, କଳା, ଭାସ୍କର୍ଯ୍ୟ,ଐତିହ୍ୟ ଓ ସଂସ୍କୃତି ସମ୍ବନ୍ଧରେ ଅଗବତ ହେବା ସହ ଭାବ ବିନିମୟ ମାଧ୍ୟମରେ ବିଭିନ୍ନ ଅଞ୍ଚଳର ସାମାଜିକ ଓ ସାଂସ୍କୃତିକ ପରିବେଶ ସମ୍ବନ୍ଧରେ ଅବଗତ ହୋଇପାରିବେ ଯାହାଦ୍ୱାରା ଆଗାମୀ ଦିନରେ ମଧ୍ୟ ସ୍ବେଚ୍ଛାସେବୀମାନେ ନିଜର କାର୍ଯ୍ୟକୁ ସୂଚାରୁ ରୂପେ ସମ୍ପାଦନ କରିପାରିବେ ବୋଲି ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ କାଳୀ ପ୍ରସନ୍ନ ମହାପାତ୍ର ମତପ୍ରକାଶ କରିଥିଲେ।

Odisha Darshan Exposure Tour State NSS Wing ଓଡ଼ିଶା ଦର୍ଶନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.