ଭୁବନେଶ୍ଵର: ଜମ୍ମୁ-କାଶ୍ମୀରରେ କାର୍ଯ୍ୟରତ ଥିବା ନୟାଗଡ଼ ଜିଲ୍ଲା ଆନନ୍ଦପଲ୍ଲୀ ଗ୍ରାମର ବୀର ଯବାନ ଜିତୁ ବେହେରାଙ୍କ ଅକାଳ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଦେଶର ସୁରକ୍ଷା ପାଇଁ ନିଜକୁ ସମର୍ପିତ କରିଥିବା ଜଣେ ଓଡ଼ିଆ ପୁଅକୁ ହରାଇବା ଆମ ରାଜ୍ୟ ତଥା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି। ଏହି ଦୁଃଖଦ ମୁହୂର୍ତ୍ତରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାର ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥନା କରିଛନ୍ତି।


