(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): କବିସୂର୍ଯ୍ୟ ନଗର ଥାନା ଅନ୍ତର୍ଗତ ଗୋଲାମୁଣ୍ଡୁଳା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଯାହାକି ଉକ୍ତ ଗାଡ଼ିରେ ଶ୍ରମିକ ଭାବେ କାମ କରୁଥିବା ରମେଶ ଚନ୍ଦ୍ର ପ୍ରଧାନ ଗାଡ଼ି ଚଳାଇବା ବେଳେ ଅସାବଧାନତା ବଶତଃ ବାଘୁଆ ନଦୀ କୂଳ ଶ୍ମଶାନ ଘାଟରେ ଓଲଟି ପଡିଥିଲା। ଫଳରେ ଗୁରୁତର ଅବସ୍ଥାରେ ତାଙ୍କୁ ଗାଁ ଲୋକେ ଡାକ୍ତରଖାନାକୁ ନେଇଥିଲେ। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ଜବତ କରିବା ସହ ଡାକ୍ତରଖାନାରେ ପହଞ୍ଚି ଶବ ଉଦ୍ଧାର କରିଛି। ଏହାପରେ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


