Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ
ଆଜିର ଖବର

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ
ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

ଭୁବନେଶ୍ୱର: ତେଲଙ୍ଗାନା ହାଇଦ୍ରାବାଦରୁ ଏକ ଗଣମାଧ୍ୟମ ପ୍ରତିନିଧି ଦଳ ଓଡ଼ିଶା ଗସ୍ତରେ ଆସିଛି। ଆଜି ଏହି ପ୍ରତିନିଧି ଦଳ ଭୁବନେଶ୍ୱରସ୍ଥିତ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ପରିଦର୍ଶନ କରିଛି। ସେଠାରେ ପ୍ରତିନିଧି ଦଳର ସଦସ୍ୟମାନେ ପିଆଇବି ଏବଂ ସିବିସିର ଅତିରିକ୍ତ ମହାନିର୍ଦ୍ଦେଶକ (ଏଡିଜି) ଅଖିଳ କୁମାର ମିଶ୍ର ଏବଂ ଅନ୍ୟ ଅଧିକାରୀମାନଙ୍କ ସହ ମତବିନିମୟ କରିଛନ୍ତି। ଏଡିଜି ଶ୍ରୀ ମିଶ୍ର ସେମାନଙ୍କୁ ଓଡ଼ିଶାରେ ଗଣମାଧ୍ୟମର ସ୍ଥିତି ଏବଂ ପିଆଇବି ଓ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ପକ୍ଷରୁ କରାଯାଉଥିବା ବିଭିନ୍ନ କ୍ଷେତ୍ରୀୟ ପ୍ରଚାରପ୍ରସାର କାର୍ଯ୍ୟକ୍ରମ ବିଷୟରେ ସୂଚନା ଦେଇଥିଲେ।

ଏହି ଅବସରରେ ପିଆଇବି ଭୁବନେଶ୍ୱରର ଉପନିର୍ଦ୍ଦେଶକ ମନୋଜ କୁମାର ଜାଲି, ସହାୟକ ନିର୍ଦ୍ଦେଶକ ପ୍ରଦୀପ କୁମାର ଚୌଧୁରୀ, ମହେନ୍ଦ୍ର ପ୍ରସାଦ ଜେନା, ଗଣମାଧ୍ୟମ ଓ ଯୋଗାଯୋଗ ଅଧିକାରୀ ସ୍ୱାଧୀନ ଶକ୍ତିପ୍ରସାଦ ପ୍ରମୁଖ ଉପସ୍ଥିତ ଥିଲେ। ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ କେନ୍ଦ୍ର ସରକାରଙ୍କ ଅଧୀନରେ ଓଡ଼ିଶାରେ କାର୍ଯ୍ୟ କରୁଥିବା ବିଭିନ୍ନ ଗଣମାଧ୍ୟମ ପ୍ରତିଷ୍ଠାନ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।

ଏହି ଗସ୍ତ ଅବସରରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ ଭୁବନେଶ୍ୱର ସ୍ଥିତ ସିଏସଆଇଆର-ଆଇଆଇଏମଟି ପରିସରରେ ବୈଜ୍ଞାନିକଙ୍କ ସହ ମତବିନିମୟ କରିବାର କାର୍ଯ୍ୟକ୍ରମ ରହିଛି। ଏହାବ୍ୟତୀତ ସେମାନେ ଭୁବନେଶ୍ୱରର କଳାଭୂମି-ହସ୍ତଶିଳ୍ପ ସଂଗ୍ରହାଳୟ, ଆଦିବାସୀ ସଂଗ୍ରହାଳୟ, ଆଇସିଏଆର ସିଫା ମଧ୍ୟ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ସେମାନେ ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ କରିବେ।

ଏହି ପ୍ରତିନିଧି ଦଳ ବିଶ୍ୱପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ପୁରୀ, କୋଣାର୍କ, ଐତିହ୍ୟ ଗ୍ରାମ ରଘୁରାଜପୁର ବୁଲିବା ସହ ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ମୁକ୍ତେଶ୍ୱର ମନ୍ଦିର, ଧଉଳି ଶାନ୍ତିସ୍ତୁପ, ଖଣ୍ଡଗିରି, ଉଦୟଗିରି ଗୁମ୍ଫା ଆଦି ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି।

ଅଖିଳ କୁମାର ମିଶ୍ର ଓଡିଶା ଗସ୍ତ ଗଣମାଧ୍ୟମ ପ୍ରତିନିଧି ଦଳ ତେଲଙ୍ଗାନା ପିଆଇବି ଏଡିଜି
Share. Facebook Twitter LinkedIn Email WhatsApp Copy Link

Related Posts

ବଦଳୁଛି ପଶ୍ଚିମ ଏସିଆ ସ୍ଥିତି: ଦେଶରେ ଜାଳେଣି ଓ ଶକ୍ତି ସୁରକ୍ଷା ପାଇଁ ନିରନ୍ତର ଉଦ୍ୟମ ଜାରି

April 15, 2026

ସମ୍ବଲପୁର ଜିଲ୍ଲାରେ ୩୭୫ କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

April 15, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କଥା ହେଲେ ଆମେରିକା ରାଷ୍ଟ୍ରପତି

April 15, 2026

ଆଜି ଏପ୍ରିଲ ୧୫ ତାରିଖ ବୁଧବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 15, 2026
Latest News

ବଦଳୁଛି ପଶ୍ଚିମ ଏସିଆ ସ୍ଥିତି: ଦେଶରେ ଜାଳେଣି ଓ ଶକ୍ତି ସୁରକ୍ଷା ପାଇଁ ନିରନ୍ତର ଉଦ୍ୟମ ଜାରି

April 15, 2026

ସମ୍ବଲପୁର ଜିଲ୍ଲାରେ ୩୭୫ କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

April 15, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କଥା ହେଲେ ଆମେରିକା ରାଷ୍ଟ୍ରପତି

April 15, 2026

ଆଜି ଏପ୍ରିଲ ୧୫ ତାରିଖ ବୁଧବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 15, 2026

ଖୋର୍ଦ୍ଧା ରୋଡ୍- ପୁରୀ ସେକ୍ସନର ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

April 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.