Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି
ଆଜିର ଖବର

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଇଗ୍ନୋ ଆଞ୍ଚଳିକ କେନ୍ଦ୍ର
ଇଗ୍ନୋରେ ଜୁଲାଇ ସତ୍ର ପାଇଁ ନାମଲେଖା ସୁଯୋଗ: ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର: ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ର ଜାନୁଆରୀ-୨୦୨୬ ଶିକ୍ଷା ସତ୍ର ପାଇଁ ନାମଲେଖା ଏବଂ ପୁନଃ ପଞ୍ଜୀକରଣ ପ୍ରକ୍ରିୟା ଘୋଷଣା କରାଯାଇଛି। ଛାତ୍ରଛାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଏହି ଅବଧିକୁ ଚଳିତ ଫେବୃଆରୀ ମାସ ୧୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

ବିଭିନ୍ନ କାରଣରୁ ଅଧ୍ୟୟନ ଅଧାରେ ଛାଡିଥିବା କିମ୍ବା ଉଚ୍ଚ ଶିକ୍ଷା ଲାଭରୁ ବଞ୍ଚିତ ହୋଇଥିବା ଯେକୌଣସି ବୟସର ଆଗ୍ରହୀ ବ୍ୟକ୍ତିମାନେ ଏହି ସୁଯୋଗର ଲାଭ ଉଠାଇପାରିବେ। ଇଗ୍ନୋର ସମସ୍ତ ବିଭାଗରେ ଅଣ୍ଡର ଗ୍ରାଜୁଏଟ (ସ୍ନାତକ), ପୋଷ୍ଟ ଗ୍ରାଜୁଏଟ (ସ୍ନାତକୋତ୍ତର), ପିଜି ଡିପ୍ଲୋମା ଏବଂ ସାର୍ଟିଫିକେଟ ପ୍ରୋଗ୍ରାମରେ ନାମଲେଖା ଏବଂ ପୁନଃ ପଞ୍ଜୀକରଣ ପ୍ରକ୍ରିୟା ଚାଲୁ ରହିଛି।

ଅଣ୍ଡର ଗ୍ରାଜୁଏଟ (ସ୍ନାତକ) ପ୍ରୋଗ୍ରାମ ଯଥା-କଳା (ସାଧାରଣ), ବିଜ୍ଞାନ (ସାଧାରଣ) ଏବଂ ବାଣିଜ୍ୟ (ସାଧାରଣ)ରେ ନାମଲେଖା କରିବାକୁ ଇଚ୍ଛୁକ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଆବେଦକଙ୍କ ପାଇଁ ନାମଲେଖା ଏବଂ ପୁନଃ ପଞ୍ଜୀକରଣ ଶୁଳ୍କରେ ୫୦ ପ୍ରତିଶତ ରିହାତି ପ୍ରଦାନ କରାଯାଇଛି। ତେବେ ଯେଉଁ ଛାତ୍ରଛାତ୍ରୀ ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଛନ୍ତି, ସେମାନେ ଇଗ୍ନୋ ପକ୍ଷରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେ ନାହିଁ।

ଇଚ୍ଛୁକ ଛାତ୍ରଛାତ୍ରୀମାନେ ଇଗ୍ନୋର ୱେବସାଇଟ www.ignou.ac.in ଏବଂ http//ignouadmission.samarth.edu.in ମାଧ୍ୟମରେ ଅନୁସରଣ କରିପାରିବେ। ଏଥିସହ ଇଗ୍ନୋର ଆଞ୍ଚଳିକ କେନ୍ଦ୍ର, ଭୁବନେଶ୍ୱର ସହ ଇ-ମେଲ ମାଧ୍ୟମରେ ଯୋଗାଯୋଗ କରିପାରିବେ।

ଏ ସମ୍ପର୍କରେ ଅଧିକ ସୂଚନା ପାଇଁ ୦୬୭୪-୨୯୭୧୦୭୧ କିମ୍ବା ୦୬୭୪-୨୩୦୧୩୪୮ ଦୂରଭାଷ ନମ୍ବରରେ ଯୋଗାଯୋଗ କରିପାରିବେ ବୋଲି ଇଗ୍ନୋର ବରିଷ୍ଠ ଆଞ୍ଚଳିକ ନିର୍ଦ୍ଦେଶକ ଡ଼. ମନୋଜ କୁମାର ଦାଶ ସୂଚନା ଦେଇଛନ୍ତି।

admission february 15 IGNOU
Share. Facebook Twitter LinkedIn Email WhatsApp Copy Link

Related Posts

ଭୟଙ୍କର ଦୁର୍ଘଟଣା: ଜଣେ ମୃତ ୧୦ ରୁ ଅଧିକ ଆହତ

October 15, 2026

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଏସ୍‌ଆଇଆର୍‌କୁ ନେଇ ସୁପ୍ରିମକୋର୍ଟରେ ଆଜି ହାଇଭୋଲ୍ଟେଜ୍ ଶୁଣାଣି

October 15, 2026
Latest News

ଭୟଙ୍କର ଦୁର୍ଘଟଣା: ଜଣେ ମୃତ ୧୦ ରୁ ଅଧିକ ଆହତ

October 15, 2026

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ମୁମ୍ବାଇ ପୋଲିସର ବଡ କାର୍ଯ୍ୟାନୁଷ୍ଠାନ: ଆମିର ଖାନଙ୍କ ଭଣଜାଙ୍କୁ ଭାରତ ଛାଡିବା ପାଇଁ ନୋଟିସ

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଆଇପିଏଲ୍ ଟ୍ରେଡ୍: ସନରାଇଜର୍ସକୁ ଫେରିଲେ ନଟରାଜନ୍

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.