ଭୁବନେଶ୍ଵର: ଭାରତ ଓ ଆମେରିକା ମଧ୍ୟରେ ହୋଇଥିବା ନୂତନ ବାଣିଜ୍ୟ ଚୁକ୍ତି ନେଇ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭାରତ ଓ ଆମେରିକା ମଧ୍ୟରେ ବୈଷୟିକ ଭାଗିଦାରୀ ଓଡ଼ିଶାକୁ ବିଶ୍ୱ ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳାରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଦେବ। ଏହି ଚୁକ୍ତି ଓଡ଼ିଶାର ଖଣିଜ ସମ୍ପଦକୁ ‘ଗ୍ଲୋବାଲ୍ ଟେକ୍’ ସହ ଯୋଡ଼ିବ ବୋଲି ଶ୍ରୀ ମାଝୀ ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟ କରି କହିଛନ୍ତି।
ସେହିପରି ଓଡ଼ିଶାର ସାମୁଦ୍ରିକ ଖାଦ୍ୟ ଅର୍ଥନୀତିକୁ ନୂଆ ପରିଚୟ ପ୍ରଦାନ କରିବ। ଶୁଳ୍କ ହ୍ରାସ ଯୋଗୁଁ ଆମେରିକା ବଜାରରେ ଓଡ଼ିଶାର ଚିଙ୍ଗୁଡ଼ି, ମାଛ ଓ ସାମୁଦ୍ରିକ ଖାଦ୍ୟର ଚାହିଦା ବୃଦ୍ଧି ପାଇବ। ଏଥିସହ ଶୁଳ୍କ କୋହଳ ହେବା କାରଣରୁ ରପ୍ତାନି ସହଜ ହେବ ଓ ବିଶ୍ୱ ଦରବାରରେ ଓଡ଼ିଶାର ପାରମ୍ପରିକ ପୋଷାକ ଏବେ ଏକ ନୂଆ ଟ୍ରେଣ୍ଡ୍ ସୃଷ୍ଟି କରିବ ବୋଲି ଶ୍ରୀ ମାଝୀ ପ୍ରକାଶ କରିଛନ୍ତି।


