Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା ଗସ୍ତରେ ଚେନ୍ନାଇ ଗଣମାଧ୍ୟମ ପ୍ରତିନିଧି ଦଳ
ଆଜିର ଖବର

ଓଡ଼ିଶା ଗସ୍ତରେ ଚେନ୍ନାଇ ଗଣମାଧ୍ୟମ ପ୍ରତିନିଧି ଦଳ

February 7, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶା ଗସ୍ତରେ ଚେନ୍ନାଇ ଗଣମାଧ୍ୟମ ପ୍ରତିନିଧି ଦଳ
ଓଡ଼ିଶା ଗସ୍ତରେ ଚେନ୍ନାଇ ଗଣମାଧ୍ୟମ ପ୍ରତିନିଧି ଦଳ

ଭୁବନେଶ୍ୱର: ଚେନ୍ନାଇରୁ ଏକ ଗଣମାଧ୍ୟମ ପ୍ରତିନିଧି ଦଳ ଓଡ଼ିଶା ଗସ୍ତରେ ଆସିଛି। ଏହି ଅବସରରେ =ପ୍ରତିନିଧି ଦଳ ଭୁବନେଶ୍ୱରସ୍ଥିତ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ପରିଦର୍ଶନ କରିଛନ୍ତି। ପରିଦର୍ଶନ ସମୟରେ ପ୍ରତିନିଧି ଦଳର ସଦସ୍ୟମାନେ ପିଆଇବି ଓ ସିବିସିର ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର ଏବଂ ଅନ୍ୟାନ୍ୟ ଅଧିକାରୀମାନଙ୍କ ସହ ଆଲୋଚନା ଓ ମତବିନିମୟ କରିଥିଲେ।

ଅତିରିକ୍ତ ମହାନିର୍ଦ୍ଦେଶକ ଶ୍ରୀ ମିଶ୍ର ସେମାନଙ୍କୁ ଓଡ଼ିଶାରେ ଗଣମାଧ୍ୟମର ସ୍ଥିତି ଏବଂ ପିଆଇବି ଓ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ପକ୍ଷରୁ କରାଯାଉଥିବା ବିଭିନ୍ନ କ୍ଷେତ୍ରୀୟ ପ୍ରଚାରପ୍ରସାର କାର୍ଯ୍ୟକ୍ରମ ବିଷୟରେ ସୂଚନା ଦେଇଥିଲେ। ଏହି ଅବସରରେ ପିଆଇବି ଭୁବନେଶ୍ୱରର ଉପନିର୍ଦ୍ଦେଶକ ମନୋଜ କୁମାର ଜାଲି, ସହାୟକ ନିର୍ଦ୍ଦେଶକ ମହେନ୍ଦ୍ର ପ୍ରସାଦ ଜେନା,ପ୍ରଦୀପ କୁମାର ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ।

ଗସ୍ତ କାଳୀନ ପ୍ରତିନିଧି ଦଳ କଳିଙ୍ଗନଗର, କେନ୍ଦ୍ରୀୟ ମଧୁର ଜଳ ମତ୍ସ୍ୟପାଳନ ସଂସ୍ଥାନ(ସିଫା), ପାରାଦୀପ ବନ୍ଦର ଏବଂ ମାରିଟାଇମ୍‌ ମ୍ୟୁଜିୟମ୍‌ ପରିଦର୍ଶନ କରି ଓଡ଼ିଶାର ଶିଳ୍ପ ଉନ୍ନତି, ବୈଜ୍ଞାନିକ ଗବେଷଣା, ବନ୍ଦର ଏବଂ ସାମୁଦ୍ରିକ ଐତିହ୍ୟ ସମ୍ପର୍କରେ ଧାରଣା ନେଇଥିଲେ।

ଚେନ୍ନାଇ ଗଣମାଧ୍ୟମ ପ୍ରତିନିଧି ଦଳର ଏହି ଗସ୍ତ ଓଡ଼ିଶାର ବିଭିନ୍ନ ଉନ୍ନୟନମୂଳକ କ୍ଷେତ୍ର, ପ୍ରତିଷ୍ଠାନ ଏବଂ କେନ୍ଦ୍ର ସରକାରୀ ପ୍ରକଳ୍ପଗୁଡ଼ିକୁ ନିକଟରୁ ଅବଲୋକନ କରିବାରେ ସହାୟକ ହେବ।

ଅଖିଳ କୁମାର ମିଶ୍ର ଓଡିଶା ଗସ୍ତ ଗଣମାଧ୍ୟମ ପ୍ରତିନିଧି ଚେନ୍ନାଇ ପତ୍ର ସୂଚନା କାର୍ଯ୍ୟାଳୟ ପିଆଇବି
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରୀ କର୍ମଚାରୀଙ୍କ ଯାତ୍ରା ଭତ୍ତା ଦାବି ପାଇଁ ମୋଟର କ୍ୟାବ୍ ଭଡ଼ା ଦର ନିର୍ଦ୍ଧାରଣ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ

February 7, 2026

ସ୍ୱତନ୍ତ୍ର ଏଆଇ ପାର୍କ ପ୍ରତିଷ୍ଠା କରିବ ଓଡ଼ିଶା: ସର୍ବମ ସହିତ ସ୍ୱାକ୍ଷର କଲା ବୁଝାମଣାପତ୍ର

February 7, 2026

ରାଜ୍ୟରେ ଶକ୍ତି ସଂରକ୍ଷଣ ପଦକ୍ଷେପକୁ ଆଗକୁ ବଢ଼ାଇବା ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

February 7, 2026

ପାକିସ୍ତାନ ସୀମାରେ ଅବସ୍ଥିତ ‘ଗୁରନାମ ’ ଏବଂ’ ବୋବିଆ ’ ବିଓପି ପରିଦର୍ଶନ କଲେ ଅମିତ ଶାହ

February 7, 2026
Latest News

ଓଡ଼ିଶା ଗସ୍ତରେ ଚେନ୍ନାଇ ଗଣମାଧ୍ୟମ ପ୍ରତିନିଧି ଦଳ

February 7, 2026

ସରକାରୀ କର୍ମଚାରୀଙ୍କ ଯାତ୍ରା ଭତ୍ତା ଦାବି ପାଇଁ ମୋଟର କ୍ୟାବ୍ ଭଡ଼ା ଦର ନିର୍ଦ୍ଧାରଣ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ

February 7, 2026

ସ୍ୱତନ୍ତ୍ର ଏଆଇ ପାର୍କ ପ୍ରତିଷ୍ଠା କରିବ ଓଡ଼ିଶା: ସର୍ବମ ସହିତ ସ୍ୱାକ୍ଷର କଲା ବୁଝାମଣାପତ୍ର

February 7, 2026

ରାଜ୍ୟରେ ଶକ୍ତି ସଂରକ୍ଷଣ ପଦକ୍ଷେପକୁ ଆଗକୁ ବଢ଼ାଇବା ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

February 7, 2026

ପାକିସ୍ତାନ ସୀମାରେ ଅବସ୍ଥିତ ‘ଗୁରନାମ ’ ଏବଂ’ ବୋବିଆ ’ ବିଓପି ପରିଦର୍ଶନ କଲେ ଅମିତ ଶାହ

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.