Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଏମଏସ୍ ଆଣ୍ଡ ସମ ହସ୍ପିଟାଲ ପକ୍ଷରୁ ସ୍ପର୍ଶ କୁଷ୍ଠ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ
ଆଜିର ଖବର

ଆଇଏମଏସ୍ ଆଣ୍ଡ ସମ ହସ୍ପିଟାଲ ପକ୍ଷରୁ ସ୍ପର୍ଶ କୁଷ୍ଠ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

February 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଇଏମଏସ୍ ଆଣ୍ଡ ସମ ହସ୍ପିଟାଲ ପକ୍ଷରୁ ସ୍ପର୍ଶ କୁଷ୍ଠ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ
ଆଇଏମଏସ୍ ଆଣ୍ଡ ସମ ହସ୍ପିଟାଲ ପକ୍ଷରୁ ସ୍ପର୍ଶ କୁଷ୍ଠ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ଦେଶ ବ୍ୟାପୀ କୁଷ୍ଠରୋଗ ନିରାକରଣ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ୍ ମେଡିକାଲ୍ ସାଇନ୍‌ସେସ ଆଣ୍ଡ ସମ ହସ୍ପିଟାଲ୍ ପକ୍ଷରୁ ଏକ ସ୍ପର୍ଶ କୁଷ୍ଠ ସଚେତନତା କାର୍ଯ୍ୟକ୍ରମ ହସ୍ପିଟାଲର ସହରାଂଚଳ ସ୍ୱାସ୍ଥ୍ୟ ଓ ପ୍ରଶିକ୍ଷଣ କେନ୍ଦ୍ରରେ ମଙ୍ଗଳବାର ଆୟୋଜତି ହୋଇଯାଇଛି। ଏହି ବ୍ୟାଧିର ପ୍ରାରମ୍ଭିକ ଚିହ୍ନଟ ଏବଂ ସାମାଜିକ ସ୍ତରରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟ ନେଇ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ (କୁଷ୍ଠ) ଡକ୍ଟର ରାଜେନ୍ଦ୍ର ମଲ୍ଲିକ ଏବଂ ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର ଯୋଗ ଦେଇଥିଲେ।

ସେହିପରି ହସ୍ପିଟାଲର କମ୍ୟୁନିଟି ମେଡିସିନ୍ ଆଣ୍ଡ ଇନ୍‌ଫେକ୍ସିୟସ ଡିଜିଜେସ୍ ବିଭାଗର ଅଧ୍ୟାପକ (ଡାକ୍ତର) ଇ. ଭେଙ୍କଟ ରାଓ, ଡାକ୍ତର ସମ୍ବେଦନା ମହାନ୍ତି, ଡକ୍ତର ସ୍ମୃତି ମଧୁସିକ୍ତା ଏବଂ ଡାକ୍ତର ଶୁଭଶ୍ରୀ ସାମନ୍ତରାୟଙ୍କ ସମେତ ପିଜି ଟ୍ରେନି ଛାତ୍ରଛାତ୍ରୀ ଯୋଗ ଦେଇଥିଲେ। ଉପସ୍ଥିତ ବ୍ୟକ୍ତିବିଶେଷମାନେ ସ୍ପର୍ଶ କୁଷ୍ଠରୋଗର ସଚେତନତା, କୁଷ୍ଠ ରୋଗର ଶୀଘ୍ର ଚିହ୍ନଟ, ମାଗଣା ଚିକିତ୍ସା ଉପଲବ୍ଧତା ଏବଂ ରୋଗ ସହିତ ସାମାଜିକ କଳଙ୍କ ଦୂର କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଡାକ୍ତରୀ ଛାତ୍ରଛାତ୍ରୀ, ଇନ୍‌ଟର୍ଣ୍ଣମାନେ ସୂଚନାପ୍ରଦ ପୋଷ୍ଟର ଏବଂ ଏକ ଆକର୍ଷଣୀୟ ଭୂମିକା ନାଟକ ମାଧ୍ୟମରେ ସ୍ପର୍ଶ କୁଷ୍ଠ ସଚେତନତା ଅଭିଯାନର ଉଦ୍ଦେଶ୍ୟ ଏବଂ ମୁଖ୍ୟ ବାର୍ତାଗୁଡ଼ିକ ଉପସ୍ଥାପନ କରିଥିଲେ। ଏଥିରେ ନର୍ସିଂ ଛାତ୍ରଛାତ୍ରୀ ତଥା କର୍ମଚାରୀଙ୍କ ଦ୍ୱାରା ଯେଉଁଥିରେ କୁଷ୍ଠ ରୋଗର ଲକ୍ଷଣ ଏବଂ ସମୟୋଚିତ ଚିକିତ୍ସାର ଗୁରୁତ୍ୱ ଉପରେ ଆଲୋକପାତ କରାଯାଇ ନାଟକ ପରିବେଷଣ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ସମ୍ପ୍ରଦାୟର ସଦସ୍ୟାମାନେ ଡକ୍ଟର ସୁମିତ୍ରା ପଟ୍ଟନାୟକ ଏବଂ ଇନଟର୍ଣ୍ଣ ସଂଯୋଜକ ଡାକ୍ତର ମହିମା ପାଣିଗ୍ରାହୀଙ୍କ ନେତୃତ୍ୱରେ ଆୟୋଜନ କରାଯାଇଥିଲା।

କୁଷ୍ଠରୋଗ ନିରାକରଣ ଶିକ୍ଷା ଓ ଅନୁସନ୍ଧାନ ସମ ହସ୍ପିଟାଲ ସ୍ପର୍ଶ କୁଷ୍ଠ ସଚେତନତା
Share. Facebook Twitter LinkedIn Email WhatsApp Copy Link

Related Posts

ଅମିତ ଶାହଙ୍କ ଦ୍ୱାରା ଓମ୍ଫେଡର ୩୦ ହଜାର ଲିଟର ବିଶିଷ୍ଟ ଦୁଗ୍ଧ କାରଖାନା ଉଦଘାଟିତ

March 6, 2026

ଇଗ୍ନୋ ଆଞ୍ଚଳିକ କେନ୍ଦ୍ରରେ ସି୨ସି ଏବଂ ଆଇ୨ଓ ୨.୦ କାର୍ଯ୍ୟକ୍ରମର ଉଦ୍ଘାଟନ 

March 6, 2026

ପୂର୍ବତଟ ରେଳପଥ ଓ ଇକୋର ମହିଳା କଲ୍ୟାଣ ସଂଗଠନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

March 6, 2026

୩୨୭୫ କୋଟିରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଅମିତ ଶାହ

March 6, 2026
Latest News

ଅମିତ ଶାହଙ୍କ ଦ୍ୱାରା ଓମ୍ଫେଡର ୩୦ ହଜାର ଲିଟର ବିଶିଷ୍ଟ ଦୁଗ୍ଧ କାରଖାନା ଉଦଘାଟିତ

March 6, 2026

ଇଗ୍ନୋ ଆଞ୍ଚଳିକ କେନ୍ଦ୍ରରେ ସି୨ସି ଏବଂ ଆଇ୨ଓ ୨.୦ କାର୍ଯ୍ୟକ୍ରମର ଉଦ୍ଘାଟନ 

March 6, 2026

ପୂର୍ବତଟ ରେଳପଥ ଓ ଇକୋର ମହିଳା କଲ୍ୟାଣ ସଂଗଠନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

March 6, 2026

୩୨୭୫ କୋଟିରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଅମିତ ଶାହ

March 6, 2026

ମୁଣ୍ଡଳିଠାରେ ସିଆଇଏସଏଫର ପ୍ରତିଷ୍ଠା ଦିବସ ସମାରୋହକୁ ସମ୍ବୋଧିତ କଲେ ଗୃହ ମନ୍ତ୍ରୀ ଅମିତ ଶାହ

March 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.