Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ
ଆଜିର ଖବର

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ
ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍ ପକ୍ଷରୁ ନିମାପଡ଼ାସ୍ଥିତ ରେସିଙ୍ଗା ଗ୍ରାମରେ ବିଶ୍ୱ ଡାଲି ଦିବସ ମଙ୍ଗଳବାର ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ଦିବସର ମହତ୍ୱ ଏବଂ ଚାଷୀ ଭାଇମାନଙ୍କ ଦ୍ୱାରା ଆଧୁନିକ ଜ୍ଞାନ କୌଶଳ ଗ୍ରହଣ କରିବା ଉପରେ ଗୁରୁତ୍ୱ ପ୍ରଦାନ କରିଥିଲେ।

ଏହି ସଭାରେ ଓୟୁଏଟି ଅଧିନସ୍ଥ ପୁରୀ କୃଷି ବିଜ୍ଞାନ କେନ୍ଦ୍ରର ମୁଖ୍ୟ ଡ. ସୂର୍ଯ୍ୟ ନାରାୟଣ ମିଶ୍ର, ପୂର୍ବତନ କନ୍ଧମାଳ ଜିଲ୍ଲା କୃଷି ଉପନିର୍ଦ୍ଦେଶକ ବିଜୟ କୁମାର ସାହୁ ଏବଂ ନିମାପଡ଼ା ବ୍ଲକ କୃଷି ଅଧିକାରୀ ପ୍ରିୟବ୍ରତ ପୃଷ୍ଟି ସମ୍ମାନିତ ଅତିଥି ଭାବେ ଯୋଗଦାନ କରି ଡାଲି ଫସଲରେ ବୈଜ୍ଞାନିକ ପ୍ରଣାଳୀ ଅନୁସରଣ କରି କିପରି ଭାବରେ ଚାଷୀ ଭାଇ ଓ ଭଉଣୀମାନେ ଲାଭବାନ ହୋଇପାରିବେ ସେ ସମ୍ପର୍କରେ ଆଲୋଚନା କରିଥିଲେ। ଏଥି ସହିତ ନିମାପଡ଼ା ବ୍ଲକରେ କିପରି ଭାବରେ ଡାଲି ଜାତୀୟ ଫସଲକୁ ଅଗ୍ରାଧିକାର ଦିଆଯାଇପାରିବ ତାହା ମଧ୍ୟ ଆଲୋଚନା କରାଯାଇଥିଲା।

ଏହି ସଭାରେ କୃଷି ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ସନ୍ତୋଷ କୁମାର ରାଉତ ଅଧ୍ୟକ୍ଷତା କରି ମନୁଷ୍ୟର ଖାଦ୍ୟ ଓ ପୃଷ୍ଟି ନିରାପତା ତଥା ମୂର୍ତିକାର ସ୍ୱାସ୍ଥ୍ୟରେ ଉନ୍ନତି ପାଇଁ ଡାଲିଜାତୀୟ ଫସଲର ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ।

ଏହି କାର୍ଯ୍ୟକ୍ରମରେ କ୍ଷେତ୍ର ବିଜ୍ଞାନ ବିଭାଗର ମୁଖ୍ୟ ପ୍ରଫେସର ବାସୁଦେବ ବେହେରା ସ୍ୱାଗତ ଭାଷଣ ଦେଇଥିବା ବେଳେ ଡ. ଶୁଭପ୍ରଦ ଦାଶ ଧନ୍ୟବାଦ ପ୍ରଦାନ କରିଥିଲେ। ଏହି ପରିପ୍ରେକ୍ଷୀରେ ଡାଲି ଦିବସ ଉପଲକ୍ଷେ ଆୟୋଜିତ ହୋଇଥିବା ପ୍ରଦର୍ଶନୀକୁ ମୁଖ୍ୟ ଅତିଥି ଉଦ୍‌ଘାଟନ କରିବା ସହିତ ବୁଲି ଦେଖିଥିଲେ। ଏହି ସଭାରେ ରେସିଙ୍ଗ ଗ୍ରାମରେ ଅଗ୍ରଣୀ ଚାଷୀ ଦିଲ୍ଲୀପ କୁମାର ବରାଳଙ୍କୁ ମାନପତ୍ର ସହିତ ସମ୍ମାନିତ କରାଯାଇଥିଲା। କ୍ଷେତ୍ର ବିଜ୍ଞାନ ବିଭାଗ ଦ୍ୱାରା ଡାଲି ଚାଷ ଉପରେ ପ୍ରସ୍ତୁତ ପୁସ୍ତିକା ଉନ୍ମୋଚନ କରାଯାଇଥିଲା। ଶେଷରେ ଚାଷୀମାନଙ୍କ ମଧ୍ୟରେ ଜିଆଖତ ବଂଟନ କରାଯାଇଥିଲା।

ଏହି ସଭାରେ କ୍ଷେତ୍ର ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀମାନେ ଏକ ନାଟକ ପରିବେଷଣ କରିଥିଲେ। କ୍ଷେତ୍ର ବିଜ୍ଞାନ ବିଭାଗର ଶିକ୍ଷକ, ଶିକ୍ଷୟତ୍ରୀ ଏବଂ ଛାତ୍ର ଛାତ୍ରୀମାନେ ଏହି ସଭାକୁ ପରିଚାଳନା କରିଥିଲେ। ଏହି ସଭାରେ ଶତାଧିକ ଚାଷୀ ଭାଇ ଓ ଭଉଣୀମାନେ ଯୋଗଦାନ କରିବା ସହିତ କୃଷି ମହାବିଦ୍ୟାଳୟର ବିଭିନ୍ନ ବିଭାଗର ମୁଖ୍ୟ ତଥା ଶିକ୍ଷକ, ଶିକ୍ଷୟତ୍ରୀମାନେ ମଧ୍ୟ ଯୋଗଦାନ କରିଥିଲେ। ପରିଶେଷରେ ସମସ୍ତେ ମୁଗ ଫସଲର ବିହନ ଉତ୍ପାଦନ ଜମି ପରିଦର୍ଶନ କରିଥିଲେ।

ବିଶ୍ୱ ଡାଲି ଦିବସ ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026

ବାୟୁ ଶକ୍ତି ଅଭ୍ୟାସ: ନିଜର କ୍ଷମତା ପ୍ରଦର୍ଶନ କରିବ ଭାରତୀୟ ବାୟୁସେନା

February 11, 2026

ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ

February 11, 2026
Latest News

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026

ବାୟୁ ଶକ୍ତି ଅଭ୍ୟାସ: ନିଜର କ୍ଷମତା ପ୍ରଦର୍ଶନ କରିବ ଭାରତୀୟ ବାୟୁସେନା

February 11, 2026

ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.