Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି
ଆଜିର ଖବର

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି
ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି
ଭୁବନେଶ୍ୱର: ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ସହ ନୂତନ ଉତ୍ପାଦ ପ୍ରସ୍ତୁତ କ୍ଷେତ୍ରରେ ଓମ୍ଫେଡ୍ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛି। ଏହି କଥା କହିଛନ୍ତି କେନ୍ଦ୍ର ସମବାୟ ବିଭାଗ ଶାସନ ସଚିବ ଡକ୍ଟର ଆଶିଶ କୁମାର। ଓଡିଶା ଗସ୍ତରେ ଆସିଥିବା ଡକ୍ଟର ଆଶିଶ କୁମାର ଆଜି ସହିଦ ନଗରସ୍ଥିତ ଓମ୍ଫେଡ୍ ମୁଖ୍ୟାଳୟରେ ଆୟୋଜିତ ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ଏହି କଥା ପ୍ରକାଶ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ର ସମବାୟ ବିଭାଗର ଯୁଗ୍ମ ସଚିବ ସିଦ୍ଧାର୍ଥ ଜୈନ, ରାଜ୍ୟ ସମବାୟ ବିଭାଗର ପ୍ରମୁଖ ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ, କେନ୍ଦ୍ର ସମବାୟ ବିଭାଗର ନିର୍ଦେଶକ ମୁକେଶ କୁମାର, ଓମ୍ଫେଡ୍ ପରିଚାଳନା ନିର୍ଦେଶକ ବିଜୟ ଅମୃତା କୁଲାଙ୍ଗେ, ରାଜ୍ୟ ସମବାୟ ବିଭାଗର ରେଜିଷ୍ଟାର ସିଦ୍ଧାର୍ଥ ଦାଶ  ପ୍ରମୁଖ ଉପସ୍ଥିତ ଥିଲେ।
ଓମ୍ପେଡ୍ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ଉତ୍ପାଦ ସଂପର୍କରେ ପରିଚାଳନା ନିର୍ଦେଶକ ଶ୍ରୀ କୁଲାଙ୍ଗେ କେନ୍ଦ୍ର ସମବାୟ ସଚିବଙ୍କୁ ଅବଗତ କରାଇଥିଲେ। ଓମ୍ଫେଡ୍ ଦୁଗ୍ଧ ସଂଗ୍ରହ, ପ୍ରକ୍ରିୟାକରଣ ଏବଂ ଉତ୍ପାଦ ପ୍ରସ୍ତୁତି ଏବଂ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟକାରିତାର ତରିକା ସଂପର୍କରେ ଅବଗତ ହେବା ସହ ସେ ବେଶ୍ ଖୁସି ପ୍ରକଟ କରିଛନ୍ତି। ଚଳିତ ଆର୍ଥିକ ବର୍ଷରେ ଓମ୍ଫେଡର ଦୁଗ୍ଧ ଉତ୍ପାଦନ ବୃଦ୍ଧି ସହ ଅତ୍ୟାଧୁନିକ ଜ୍ଞାନ କୌଶଳ ପ୍ରୟୋଗ କରି ଅତି ଉଚ୍ଚମାନର ଏବଂ ସ୍ୱାସ୍ଥ୍ୟକର ଉତ୍ପାଦ ପ୍ରସ୍ତୁତ କରୁଥିବା ଜାଣି ଓମ୍ଫେଡକୁ ପ୍ରସଂଶା କରିଛନ୍ତି।
ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଆରମ୍ଭ କରିବା ପରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଛି। ଆଗାମୀ ଦିନରେ ଓଡିଶାରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି କରିବା ପାଇଁ ଜାତୀୟ କାର୍ଯ୍ୟକ୍ରମ (NPDD) ଯୋଜନାରେ ରାଜ୍ୟରେ ନୂତନ ସମବାୟ ସମିତି ଗଠନ କରିବାକୁ ସେ ସ୍ୱୀକୃତି ପ୍ରଦାନ କରିଛନ୍ତି। ଏଥିପାଇଁ କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ମଧ୍ୟ ସେ ପ୍ରତିଶୃତି ଦେଇଛନ୍ତି।
ଦୁଗ୍ଧ ଚାଷୀମାନେ କିପରି ଅଧିକ ଲାଭବାନ ହେବେ ଏବଂ ସରକାରଙ୍କର ବିଭିନ୍ନ ଯୋଜନା କିପରି ସେମାନଙ୍କ ନିକଟରେ ପହଞ୍ଚିବ, ସେଥିପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରିବାକୁ ସେ ପରାମର୍ଶ ଦେଇଛନ୍ତି।
ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପ୍ରାଣୀ ସଂପଦ ବିଭାଗ, ସମବାୟ ବିଭାଗ ଏବଂ ଓମ୍ଫେଡର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ଓମ୍‌ଫେଡ୍‌ କେନ୍ଦ୍ରୀୟ ସହାୟତା
Share. Facebook Twitter LinkedIn Email WhatsApp Copy Link

Related Posts

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026

ମଧ୍ୟପ୍ରଦେଶର ଖଜୁରାହୋ ନୃତ୍ୟୋତ୍ସବରେ ଚମକିବେ ବ୍ରହ୍ମପୁର ନୃତ୍ୟଶିଳ୍ପୀ ସୌମ୍ୟା ପ୍ରିୟଦର୍ଶିନୀ

February 12, 2026
Latest News

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026

ରଙ୍କନାଥ ଦେବଙ୍କ ପୀଠରେ ହନୁମାନ ଚାଳିଶା ଯଜ୍ଞ: ମନ୍ଦିର ଉନ୍ନୟନ ପ୍ରକଳ୍ପ ଉଦଘାଟନ କରିବେ ଆଇନ ମନ୍ତ୍ରୀ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.