Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହା ଶିବରାତ୍ରୀରେ କିପରି ପୂଜା କରାଯାଏ, କଣ ପାଇଁ ପୂଜା କରାଯାଏ, କେତେ ପ୍ରହର ପୂଜା ହୁଏ
ଆଜିର ଖବର

ମହା ଶିବରାତ୍ରୀରେ କିପରି ପୂଜା କରାଯାଏ, କଣ ପାଇଁ ପୂଜା କରାଯାଏ, କେତେ ପ୍ରହର ପୂଜା ହୁଏ

February 15, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମହା ଶିବରାତ୍ରୀରେ କିପରି ପୂଜା କରାଯାଏ
ମହା ଶିବରାତ୍ରୀରେ କିପରି ପୂଜା କରାଯାଏ

ଭୁବନେଶ୍ବର: ମହା ଶିବରାତ୍ରି ହେଉଛି ହିନ୍ଦୁ ଧର୍ମର ଏକ ଶ୍ରେଷ୍ଠ ବା ମହାନ ପର୍ବ। ଏହି ଦିନ ଦେବଦେବ ମହାଦେବଙ୍କୁ ପୂଜା କରଯାଏ। ଏହା ଫାଲଗୁନ ମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ। ସାଧାରଣତଃ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି। ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ।

ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ। କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର ‘ମାଘସ୍ନାନ’ ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଏ ବୋଲି ବର୍ଣ୍ଣନା ଥିଲେ ମଧ୍ୟ ଫାଲଗୁନ ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ପାଳନ କରାଯାଉଥିବା ଶିବରାତ୍ରି ବ୍ରତକୁ ସର୍ବଶ୍ରେଷ୍ଠ ଭାବେ ଗ୍ରହଣ କରାଯାଏ। ଭାରତର ବିଭିନ୍ନ ସ୍ଥାନରେ ଥିବା ସମସ୍ତ ଶୈବ୍ୟ କ୍ଷେତ୍ରରେ ଏହି ପର୍ବ ବେଶ ଭକ୍ତି ଓ ଉଲ୍ଲାସର ସହ ପାଳିତ ହୋଇଥାଏ।

କଣ ପାଇଁ ଶିବରାତ୍ରୀ ପାଳନ କରାଯାଏ

ଦେବଦେବ ମହାଦେବଙ୍କଦ୍ୱାରା ଏଇ ଦିନ ସଂସାର ପ୍ରକଟ ହୋଇଥିଲା ବୋଲି ଲୋକେ ବିଶ୍ୱାସ କରିଥାନ୍ତି। ପୁରାଣର ଅନ୍ୟ ଏକ ଆଖ୍ୟାନ ଅନୁସାରେ, ଦେବ ଓ ଅସୁରମାନଙ୍କ ଦ୍ୱାରା ସମୁଦ୍ର ମନ୍ଥନ ସମୟରେ ସେଥିରୁ ବାହାରିଥିବା ସମସ୍ତ ବିଷକୁ ଶିବ ପାନକରି ଧରାକୁ ଏକ ଆସନ୍ନ ବିପଦରୁ ଉଦ୍ଧାର କରିଥିଲେ।

ଏହି ବିଷକୁ ପାନ କରିବା ପରେ ବିଷର ଜ୍ୱାଳାରେ ସେ ମୂର୍ଚ୍ଛା ହୋଇଯାଇଥିଲେ । ତାଙ୍କର ସଂଜ୍ଞା ନ ଫେରିବା ପର୍ଯ୍ୟନ୍ତ ଦେବଗଣ ଓ ଶୈବବୃନ୍ଦ ଅଖଣ୍ଡ ପ୍ରଦୀପ ଜାଳି ଉଜାଗରରେ ବସିଥିଲେ। ସେହିଦିନକୁ ମନେପକାଇ ଶ୍ରଦ୍ଧାଳୁମାନେ ମହାଶିବରାତ୍ରି ପାଳନ କରିଥାନ୍ତି । ଫାଲଗୁନ କୃଷ୍ଣ ଚତୁର୍ଦ୍ଦଶୀ ଦିନ ଶିବ ଲିଙ୍ଗ ଭାବରେ ଆବିର୍ଭୂତ ହୋଇଥିବାରୁ ପ୍ରତିବର୍ଷ ଏହି ଦିନକୁ ମହାଶିବରାତ୍ରି ଭାବରେ ପାଳନ କରାଯାଏ।

କିପରି ପାଳନ କରାଯାଏ ଶିବ ରାତ୍ରୀ

ଶିବଙ୍କ ପୂଜା ଉପାସନା ନିମନ୍ତେ ସୋମବାର, ପ୍ରତ୍ୟେକ ପକ୍ଷର ଚତୁର୍ଦ୍ଦଶୀ ତିଥି ଓ ଶିବରାତ୍ରି ସର୍ବୋକୃଷ୍ଟ। ଅନ୍ୟ ଦେବତାଙ୍କ ପୂଜା ଦିନରେ ହେଉଥିବାବେଳେ ଏହି ପର୍ବରେ ଭଗବାନ ଶିବଙ୍କର ପୂଜା ରାତିରେ ହେଇଥାଏ।

ବ୍ରତାଧାରୀମାନେ ଉକ୍ତ ଦିନରେ ଉପବାସ ରହନ୍ତି ଓ ସନ୍ଧ୍ୟାରେ ଶିବ ମନ୍ଦିର ଯାଇ ଅଖଣ୍ଡ ଦୀପ ଜାଳି ଉଜାଗର ରହନ୍ତି। ସେହି ରାତ୍ରିର ଚାରିପ୍ରହରରେ ଦୀପ ଜାଳିବା ସହିତ ଶିବଙ୍କର ପୂଜା ସହିତ ନାମ ଜପ କରାଯିବାର ବିଧି ରହିଛି।  ଓଁ ନମଃ ଶିବାୟ’ ପଞ୍ଚାକ୍ଷର ମନ୍ତ୍ର ଜପ କରିପାରିବ।

ଶିବରାତ୍ରିକୁ ଚାରୋଟି ପ୍ରହରରେ ସମ୍ପନ୍ନ କରାଯାଏ। ପ୍ରତ୍ୟେକ ପ୍ରହରର ସମୟ ତିନି ଘଟିକା। ପ୍ରଥମ ପ୍ରହର ବା ସନ୍ଧ୍ୟା ସମୟରେ ଶିବଲିଙ୍ଗକୁ ଦୁଗ୍ଧରେ ଅଭିଷେକ କରାଯାଏ। ଦ୍ୱିତୀୟ ପ୍ରହର ବା ସନ୍ଧ୍ୟାର ପରବର୍ତ୍ତୀ ସମୟରେ ଲିଙ୍ଗକୁ ଦହିରେ ଅଭିଷେକ କରାଯାଏ। ତୃତୀୟ ପ୍ରହର ବା ଘୋର ରାତ୍ର ସମୟରେ ଶିବଲିଙ୍ଗକୁ ମହୁରେ ଅଭିଷେକ କରାଯାଏ।

ରାତ୍ରର ଶେଷ ପ୍ରହର ସମୟରେ ଶିବ ମନ୍ଦିରର ଚୁଡ଼ାଦେଶକୁ ମହାଦୀପ ଉଠାଯାଏ। ସାରା ସଂସାରରୁ ଅଜ୍ଞାନରୂପକ ଅନ୍ଧକାରକୁ ଦୂରକରି ଆଲୋକ ପ୍ରଦାନ କରିବା ହେଉଛି ମହାଦୀପ ଉଠାଣର ଉଦ୍ଦେଶ୍ୟ। ରାତ୍ରର ପ୍ରତ୍ୟେକ ପ୍ରହରରେ ଶିବଲିଙ୍ଗକୁ ପୁଷ୍ପ, ପତ୍ର ଓ ଫଳ ଆଦି ପ୍ରଦାନ କରାଯାଇ ଉପାସନା କରାଯାଏ। ଏହିଦିନ ଭଗବାନ ଶିବଙ୍କ ଉପରେ କେତକୀଫୁଲ ଚଢ଼ାଯିବାର ବିଧି ରହିଛି।

ଏହି ଦିନ ହିନ୍ଦୁ ନରନାରୀ ଶୁଦ୍ଧପୂତ ଭାବରେ ଉପବାସ ପୂର୍ବକ ଅଖଣ୍ଡ ଦୀପ ଜାଳି ରାତ୍ରି ଉଜାଗର ରହି ବ୍ରତ ପାଳୁଥିବାରୁ ଏହାକୁ ଜାଗର ଓଷା ବା ଜାଗର ବ୍ରତ ମଧ୍ୟ କୁହାଯାଇଥାଏ। ଆତ୍ମ କଲ୍ୟାଣର ରାସ୍ତାକୁ ପରିସ୍କାର କରିବାପାଇଁ ଅଖଣ୍ଡ ସଜାଗତା ଓ ଜ୍ଞାନର ଆଲୋକ ଏ ଦୁଇଟିର ଆବଶ୍ୟକତା ରହିଛି ବୋଲି ଏଇ ପର୍ବ ଶିକ୍ଷା ଦିଏ। ମଝିରାତିକୁ ମନ୍ଦିରର ଶିଖରକୁ ବିଶାଳ ମହାଦୀପ ନିଆଯାଏ। ତାହାକୁ ଦର୍ଶନ କରି ଭକ୍ତମାନେ ବିହ୍ୱଳ ହୁଅନ୍ତି। ପରଦିନ ସ୍ନାନାଦି ସମାପନ କରି ଭକ୍ତମାନେ ସେମାନଙ୍କ ଉପବାସ ଭଙ୍ଗ କରନ୍ତି।

mahashivarati ମହା ଶିବରାତ୍ରୀ ମହାଶିବରାତ୍ରି ହିନ୍ଦୁ ଧର୍ମ
Share. Facebook Twitter LinkedIn Email WhatsApp Copy Link

Related Posts

ମାଲ ପରିବହନରେ ବୃଦ୍ଧି: ଫେବୃଆରୀରେ ରେଳବାଇର ରାଜସ୍ୱ ୧୪,୫୭୧ କୋଟି

March 7, 2026

ଆଜି ଦିଲ୍ଲୀରେ ବିଭିନ୍ନ ବିକାଶ ପ୍ରକଳ୍ପ ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

March 7, 2026

ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ୍ ସହିତ ଫିନଲ୍ୟାଣ୍ଡର ପ୍ରମୁଖ ଖାଦ୍ୟ କମ୍ପାନୀ ଫାଜେରର ଏମଓୟୁ ସ୍ୱାକ୍ଷର

March 7, 2026

କଳିଙ୍ଗ ଆର୍ଟ ଗ୍ୟାଲେରୀ ଠାରେ ୨ ଦିନିଆ “ଜାତୀୟ କଳା ସମ୍ମିଳନୀ-କ୍ୟାନଭାସ ଉଦଘାଟିତ

March 7, 2026
Latest News

ମାଲ ପରିବହନରେ ବୃଦ୍ଧି: ଫେବୃଆରୀରେ ରେଳବାଇର ରାଜସ୍ୱ ୧୪,୫୭୧ କୋଟି

March 7, 2026

ଆଜି ଦିଲ୍ଲୀରେ ବିଭିନ୍ନ ବିକାଶ ପ୍ରକଳ୍ପ ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

March 7, 2026

ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ୍ ସହିତ ଫିନଲ୍ୟାଣ୍ଡର ପ୍ରମୁଖ ଖାଦ୍ୟ କମ୍ପାନୀ ଫାଜେରର ଏମଓୟୁ ସ୍ୱାକ୍ଷର

March 7, 2026

କଳିଙ୍ଗ ଆର୍ଟ ଗ୍ୟାଲେରୀ ଠାରେ ୨ ଦିନିଆ “ଜାତୀୟ କଳା ସମ୍ମିଳନୀ-କ୍ୟାନଭାସ ଉଦଘାଟିତ

March 7, 2026

ମହିଳା ଆୟୋଗଙ୍କ ଦ୍ଵାରା ଜନ ଶୁଣାଣି କାର୍ଯ୍ୟକ୍ରମ

March 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.