Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ
ଆଜିର ଖବର

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
Anu Garg Reviews District Development Projects and Drinking Water Schemes
Anu Garg Reviews District Development Projects and Drinking Water Schemes

ଭୁବନେଶ୍ଵର: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଗତକାଲି ମଙ୍ଗଳବାର ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ଜିଲ୍ଲାସ୍ତରରେ କାର୍ଯ୍ୟକାରୀ ହେଉଥିବା ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନା ଓ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଂଜନ କୁମାର ସିଂଙ୍କ ସମେତ ସଂପୃକ୍ତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ କମିଶନର ତଥା ଶାସନ ସଚିବମାନେ ନିଜ ନିଜ ବିଭାଗୀୟ କାର୍ଯ୍ୟ ସଂପର୍କିତ ଆଲୋଚନା ସମୟରେ ଉପସ୍ଥିତ ଥିଲେ। ସମସ୍ତ ଜିଲ୍ଲାପାଳମାନେ ଆଭାସୀ ମାଧ୍ୟମରେ ବୈଠକରେ ଯୋଗଦେଇଥିଲେ।

ବୈଠକରେ ବିଭିନ୍ନ ବର୍ଷରେ ମଞ୍ଜୁର କରାଯାଇଥିବା ବିଧାୟକ ସ୍ଥାନୀୟ ଆଂଚଳିକ ବିକାଶ ପାଣ୍ଠି (ଏମ୍ଏଲଏଲାଡ୍ସ), ସାଂସଦ ଆଂଚଳିକ ବିକାଶ ପାଣ୍ଠି (ଏମ୍ପିଲାଡ୍ସ), “ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା” ଆଦି ଯୋଜନା ଓ କାର୍ଯ୍ୟକ୍ରମରେ ପ୍ରକଳ୍ପଗୁଡ଼ିକ କାର୍ଯ୍ୟକାରିତା ପାଇଁ ହୋଇଥିବା ଅର୍ଥ ମଂଜୁର ଏବଂ କାର୍ଯ୍ୟ ଅଗ୍ରଗତି ସଂପର୍କରେ ସମୀକ୍ଷା କରାଯାଇଥିଲା। ଅସମ୍ପୂର୍ଣ୍ଣ ଥିବା ପ୍ରକଳ୍ପଗୁଡ଼ିକୁ ସମୟ ସୀମା ମଧ୍ୟରେ ଶେଷ କରିବା, କାମ ଆରମ୍ଭ ହୋଇନଥିବା ପ୍ରକଳ୍ପଗୁଡ଼ିକୁ ଶୀଘ୍ର ଆରମ୍ଭ କରିବା ସଂପର୍କରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା। ବୈଠକରେ ଲଘୁ ଖଣିଜ ପଦାର୍ଥର ପରିଚାଳନାରେ ରହୁଥିବା ସମସ୍ୟା ଓ ସମାଧାନ ସଂପର୍କରେ ଉନ୍ନୟନ କମିଶନର ତଥା ଖଣି ବିଭାଗ ଅତିରିକ୍ତମୁଖ୍ୟ ଶାସନ ସଚିବ ଶ୍ରୀ ସିଂ ଆଲୋଚନା କରିଥିଲେ। ଜିଲ୍ଲାସ୍ତରରେ ଖଣିଜ ସଂପଦର ଚିହ୍ନଟ ଓ ପରିଚାଳନା ପାଇଁ ଜିଲ୍ଲା ସର୍ବେକ୍ଷଣ ବିବରଣୀ(ଡିଏସଆର) ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ, ଯେଉଁ ଜିଲ୍ଲାଗୁଡ଼ିକ ପର୍ଯ୍ୟନ୍ତ ଏହା ପ୍ରଦାନ କରି ନାହାନ୍ତି, ଶୀଘ୍ର ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଥିଲା।

ବିଭିନ୍ନ ଜିଲ୍ଲାରେ ବିମାନବନ୍ଦର, ହେଲିପୋର୍ଟ ପାଇଁ ପ୍ରସ୍ତାବିତ ପ୍ରକଳ୍ପ କାର୍ଯ୍ୟକାରିତା ନେଇ ଜମି ଅଧିଗ୍ରହଣ ସମସ୍ୟାର ସମାଧାନ ଓ ପ୍ରତିପୂରକ ବନୀକରଣ ବ୍ୟବସ୍ଥା ସଂପର୍କରେ କାର୍ଯ୍ୟାନୁଷ୍ଠାନ ନେଇ ଆଲୋଚନା କରାଯାଇଥିଲା। ଏ ସଂପର୍କରେ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଏନବିଏସ୍ ରାଜପୁତ ଯୋଗଦେଇ ଆଲୋଚନା କରିଥିଲେ। ରାଜ୍ୟରେ ଯେଉଁ ଜିଲ୍ଲାର ଅବକାରୀ ବିଭାଗର ଜିଲ୍ଲା କାର୍ଯ୍ୟାଳୟ, ଅବକାରୀ ଷ୍ଟେସନ, ଜିଲ୍ଲା ମୋବାଇଲ ୟୁନିଟ ଓ ରେଞ୍ଜ କାର୍ଯ୍ୟାଳୟ ଆଦି ପାଇଁ ସୁବିଧା ନାହିଁ, ସେଥିପାଇଁ ଅବକାରୀ ବିଭାଗକୁ ଉପଯୁକ୍ତ ସ୍ଥାନ ଚିହ୍ନଟ ସଂପର୍କରେ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି । ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ଭାସ୍କର ଜ୍ୟୋତି ଶର୍ମା ଉପସ୍ଥିତ ରହି ଏ ସଂପର୍କରେ ତଥ୍ୟ ରଖି ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି।

ବୈଠକରେ ପାନୀୟ ଜଳ ଯୋଗାଣ ଓ ପରିମଳ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ଗିରୀଶ ଏସ୍ ଏନ୍ ଏବଂ ବିଭାଗର ନିର୍ଦ୍ଦେଶକ ବିନୀତ ଭରଦ୍ୱାଜଙ୍କ ଉପସ୍ଥିତିରେ ମେଗା ପାନୀୟ ଜଳ ପ୍ରକଳ୍ପଗୁଡ଼ିକର ସ୍ଥିତି ଅନୁଧ୍ୟାନ କରାଯାଇଥିଲା। ନିର୍ମାଣାଧିନ ମେଗା ପାନୀୟ ଜଳ ପ୍ରକଳ୍ପ ଗୁଡ଼ିକର ସଦ୍ୟତନ ସ୍ଥିତି, ଆନ୍ତଃ ବିଭାଗୀୟ ସମନ୍ୱୟରେ ରହୁଥିବା ସମସ୍ୟାର ସମାଧାନ କରି ବିଭିନ୍ନ ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦିଆଯାଇଥିଲା। ଏଥିନେଇ ରହୁଥିବା ଜମି ଅଧିଗ୍ରହଣ କାର୍ଯ୍ୟ ସାରିବା, ପ୍ରକଳ୍ପଗୁଡ଼ିକ ପାଇଁ ବିଦ୍ୟୁତ ଶକ୍ତି ଯୋଗାଣ ସୁବିଧା କରି ପ୍ରକଳ୍ପ କାର୍ଯ୍ୟକାରିତା ପାଇଁ ପରାମର୍ଶ ଦିଆଯାଇଥିଲା। ରାଜ୍ୟରେ ଏକକ ଗ୍ରାମ ପାନୀୟ ଜଳ ପ୍ରକଳ୍ପ ଓ ସୌରଶକ୍ତି ଚାଳିତ ପାନୀୟ ଜଳ ପ୍ରକଳ୍ପଗୁଡ଼ିକ ମାର୍ଚ୍ଚ ୨୦୨୬ ସୁଦ୍ଧା ସାରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବୈଠକରେ ଯୋଜନା ଓ ସଂଯୋଜନ ବିଭାଗ ସମେତ ସଂପୃକ୍ତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Anu GArg Development Projects Drinking Water Schemes ଅନୁ ଗର୍ଗ ମୁଖ୍ୟ ଶାସନ ସଚିବ
Share. Facebook Twitter LinkedIn Email WhatsApp Copy Link

Related Posts

ଫିନ୍‌ଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ପେଟେରୀ ଓରପୋଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

February 19, 2026

ସ୍ପେନ୍ ରାଷ୍ଟ୍ରପତି ପେଡ୍ରୋ ସାଞ୍ଚେଜଙ୍କ ଭାରତ ଗସ୍ତ

February 19, 2026

ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସମବାୟ ମନ୍ତ୍ରୀମାନଙ୍କ ସହ ଅମିତ ଶାହଙ୍କ ଉଚ୍ଚସ୍ତରୀୟ ବୈଠକ

February 19, 2026

ଆଜିଠାରୁ ଦଶମ ବୋର୍ଡ ପରୀକ୍ଷା: ୫ ଲକ୍ଷରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଦେବେ ପରୀକ୍ଷା

February 19, 2026
Latest News

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026

ଫିନ୍‌ଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ପେଟେରୀ ଓରପୋଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

February 19, 2026

ସ୍ପେନ୍ ରାଷ୍ଟ୍ରପତି ପେଡ୍ରୋ ସାଞ୍ଚେଜଙ୍କ ଭାରତ ଗସ୍ତ

February 19, 2026

ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସମବାୟ ମନ୍ତ୍ରୀମାନଙ୍କ ସହ ଅମିତ ଶାହଙ୍କ ଉଚ୍ଚସ୍ତରୀୟ ବୈଠକ

February 19, 2026

ଆଜିଠାରୁ ଦଶମ ବୋର୍ଡ ପରୀକ୍ଷା: ୫ ଲକ୍ଷରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଦେବେ ପରୀକ୍ଷା

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.