Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ
ଆଜିର ଖବର

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
High-level meeting to ensure security of Lord Jagannath's land
High-level meeting to ensure security of Lord Jagannath's land

ଭୁବନେଶ୍ଵର: ମହାପ୍ରଭୁ ଶ୍ରୀଜଗନ୍ନାଥ ଆମ ଓଡ଼ିଆ ଜାତିର ଜମିଦାର। ସୁତରାଂ ତାଙ୍କର ସମସ୍ତ ଜମିଜମାର ସୁରକ୍ଷା ଆମ ସଭିଙ୍କର ନୈତିକ ଦାୟିତ୍ବ ବୋଲି କହିଛନ୍ତି ରାଜସ୍ୱ ସଚିବ ଡ଼ ଅରବିନ୍ଦ ପାଢୀ। ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମା ସମ୍ବନ୍ଧୀୟ ସୁରକ୍ଷା ନିଶ୍ଚିତ କରିବା ଉଦ୍ଦେଶ୍ୟରେ ଲୋକସେବା ଭବନରେ ରାଜସ୍ୱ ବିଭାଗ ସମ୍ମିଳନୀ କକ୍ଷରେ ରାଜସ୍ୱ ସଚିବଙ୍କ ଅଧକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ସୁରକ୍ଷା ଏବଂ ପୁନରୁଦ୍ଧାର ସମ୍ବନ୍ଧରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ ଏବଂ ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ସମସ୍ତ ନିଷ୍ପତ୍ତିକୁ କାର୍ଯ୍ୟକାରୀ କରିବା ନିମନ୍ତେ ପଦକ୍ଷେପ ନେବାକୁ ବୈଠକରେ ରାଜସ୍ୱ ସଚିବ ନିର୍ଦ୍ଦେଶ ଦେଇଛନ୍ତି।

ଶ୍ରୀଜଗନ୍ନାଥ ମହାପ୍ରଭୁ ବିଜେ, ପୁରୀ ମାର୍ଫତ୍ ଶ୍ରୀମନ୍ଦିର ପରିଚାଳନା କମିଟି ନାମରେ ଥିବା ସମସ୍ତ ଭୂ-ସମ୍ପତ୍ତିର ଖତିୟାନ୍ ସଂଶୋଧନ ସହ ବିଭିନ୍ନ ଅପେକ୍ଷିତ ମାମଲାର ତୁରନ୍ତ ସମାଧାନ କରିବାକୁ ଡ. ପାଢୀ ଗୁରୁତ୍ବ ଦେଇଛନ୍ତି। ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ତହସିଲ୍ ତଥା ଜାତୀୟ ଏବଂ ରାଜ୍ୟ ରାଜପଥ ନିକଟରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ଅଧୀନରେ ଥିବା ଜମିଜମାକୁ ଅବୈଧ ଦଖଲରୁ ମୁକ୍ତ କରିବା ପାଇଁ ବୈଠକରେ ଆଲୋଚନା କରାଯାଇଛି। ପ୍ରତ୍ୟେକ ମାସର ପ୍ରଥମ ବୁଧବାର ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହେବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ଏଥିସହିତ ମହାପ୍ରଭୁଙ୍କ ଜମିଜମା ସୁରକ୍ଷା ତଥା ପରିଚାଳନାକୁ ସୁଦୃଢ଼ କରିବା ନିମନ୍ତେ ରାଜସ୍ୱ ବିଭାଗରେ ଶ୍ରୀଜଗନ୍ନାଥ ମହାପ୍ରଭୁ ଜମି ଉପବିଭାଗ ବା ଲ୍ୟାଣ୍ଡ୍ ସେଲ୍ ଅବସ୍ଥାପିତ କରାଯିବା ନିମନ୍ତେ ରାଜସ୍ୱ ସଚିବ ନିର୍ଦ୍ଦେଶ ଦେଇଛନ୍ତି।

ଏହି ପରିପ୍ରେକ୍ଷୀରେ ଆଗକୁ ମଧ୍ୟ ବିଭିନ୍ନ ସମୟରେ ରାଜସ୍ୱ ସଚିବଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ରାଜ୍ଯସ୍ତରୀୟ ବୈଠକ ସହିତ ଅନ୍ଯ ଜିଲ୍ଲାରେ ସମୀକ୍ଷା ବୈଠକ କରାଯିବ ବୋଲି ଡ. ପାଢୀ ଗୁରୁତ୍ବ ଦେଇଛନ୍ତି। ବୈଠକରେ ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ୍ ଋତୁରାଜ, ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ ଦେବବ୍ରତ ସାହୁ, ରାଜସ୍ୱ ବିଭାଗର ଭୂସଂସ୍କାର ଶାଖାର ବରିଷ୍ଠ ଅଧିକାରୀବୃନ୍ଦ, ଖୋର୍ଦ୍ଧା ଜିଲ୍ଲାର ଉପଜିଲ୍ଲାପାଳ ଏବଂ ତହସିଲଦାରଗଣ ଉପସ୍ଥିତ ଥିଲେ।

ensure security High-level meeting Lord Jagannath's land ଉଚ୍ଚସ୍ତରୀୟ ବୈଠକ ମହାପ୍ରଭୁ ଶ୍ରୀଜଗନ୍ନାଥ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026
Latest News

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.