Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି
ଆଜିର ଖବର

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି
ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

ଭୁବନେଶ୍ୱର: ଛଅ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର୍‌ ପରିଦର୍ଶନ କରିଛନ୍ତି। ଓଡ଼ିଶା ସରକାରଙ୍କ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ଅଧୀନରେ ତଥା ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଦ୍ୱାରା ପରିଚାଳିତ ଏହି କେନ୍ଦ୍ର ରାଜ୍ୟରେ ଦକ୍ଷତା ବିକାଶ ଏବଂ ତାଲିମ କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରୁଛି। ଏହା ଦେଶର ଏକ ପ୍ରମୁଖ ଏବଂ ଅତ୍ୟାଧୁନିକ ଦକ୍ଷତା ବିକାଶ କେନ୍ଦ୍ର ମଧ୍ୟରୁ ଅନ୍ୟତମ। ଭୁବନେଶ୍ୱରର ୱାର୍ଲ୍ଡ ସ୍କିଲ୍ ସେଣ୍ଟର ୨୦୨୧ରେ ଶୁଭାରମ୍ଭ ହୋଇଥିଲା। କେନ୍ଦ୍ରର କାର୍ଯ୍ୟଧାରା ଏବଂ ଏଠାରେ ଦିଆଯାଉଥିବା ଦକ୍ଷତା ତାଲିମ ବିଷୟରେ ବିଭାଗୀୟ ଅଧିକାରୀମାନେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସବିଶେଷ ସୂଚନା ପ୍ରଦାନ କରିଥିଲେ।

ୱାର୍ଲ୍ଡ ସ୍କିଲ୍ ସେଣ୍ଟରରେ ଇଲେକ୍ଟ୍ରିକାଲ ଟେକ୍ନୋଲୋଜି, ଭର୍ଟିକାଲ ଟ୍ରାନ୍ସପୋର୍ଟେସନ, ମେକାଟ୍ରୋନିକ୍ସ, ଏୟାରକଣ୍ଡିସନିଂ ଓ ରେଫ୍ରିଜରେସନ, ବ୍ୟୁଟି ଆଣ୍ଡ ୱେଲନେସ୍‌, ମେକାନିକାଲ ଆଣ୍ଡ ଇଲେକ୍ଟ୍ରେିକାଲ ସର୍ଭିସେସ୍‌ ଆଦି ବିଭାଗରେ ଦକ୍ଷତା ପ୍ରଶିକ୍ଷଣ ଦିଆଯାଉଛି। ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧିମାନେ ସେଠାରେ ଦକ୍ଷତା ବିକାଶ ତାଲିମ ନେଉଥିବା ପ୍ରଶିକ୍ଷାର୍ଥୀ ଏବଂ ପ୍ରଶିକ୍ଷକଙ୍କ ସହ ମତବିନିମୟ କରିବା ସହିତ ଏହି କେନ୍ଦ୍ରର କାର୍ଯ୍ୟଧାରା ବିଷୟରେ ପ୍ରତ୍ୟକ୍ଷ ଅନୁଭୂତି ହାସଲ କରିଥିଲେ। ଏହି କେନ୍ଦ୍ର ଶତପ୍ରତିଶତ ନିଯୁକ୍ତି, ଦକ୍ଷତା ବିକାଶ ଏବଂ ଧନ୍ଦାମୂଳକ ତାଲିମ ପ୍ରଦାନ କ୍ଷେତ୍ରରେ ଅସାଧାରଣ କାର୍ଯ୍ୟ କରିଛି। ଏଥିପାଇଁ ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ବହୁ ଜାତୀୟ ଓ ଅନ୍ତର୍ଜାତୀୟ ମଞ୍ଚରେ ପୁରସ୍କୃତ ମଧ୍ୟ ହୋଇଛି। ବର୍ତ୍ତମାନ ଓଡ଼ିଶାରେ ଧନ୍ଦାମୂଳକ ଶିକ୍ଷା କ୍ଷେତ୍ରରେ ଆଗ୍ରହ ବେଶ ବୃଦ୍ଧି ପାଉଛି ବୋଲି କେନ୍ଦ୍ରର ଅଧିକାରୀମାନେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇଥିଲେ।

ଅନ୍ୟପକ୍ଷରେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ ଆଜି ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି), ଭୁବନେଶ୍ୱର ପରିଦର୍ଶନ କରିଥିଲେ। ସେଠାରେ ସେମାନେ ପିଆଇବିର ଅତିରିକ୍ତ ମହାନିର୍ଦ୍ଦେଶକ (ଏଡିଜି) ଅଖିଳ କୁମାର ମିଶ୍ରଙ୍କ ସହ ମତବିନିମୟ କରିଥିଲେ। ଏହି ଅବସରରେ ଶ୍ରୀ ମିଶ୍ର କହିଥିଲେ, ବର୍ତ୍ତମାନର ପରିବର୍ତ୍ତିତ ପରିଦୃଶ୍ୟରେ ପ୍ରଶାସନିକ କ୍ଷେତ୍ରରେ ସୂଚନା ପ୍ରବାହ ଏବଂ ପରିଚାଳନାର ଗୁରୁତ୍ୱ ବୃଦ୍ଧି ପାଇଛି। ସରକାରଙ୍କ ବିଭିନ୍ନ ବିକାଶମୂଳକ ଯୋଜନା, ପଦକ୍ଷେପ ଏବଂ କାର୍ଯ୍ୟକ୍ରମ ସମ୍ପର୍କରେ ଗଣମାଧ୍ୟମକୁ ଅବଗତ କରାଇବା ଲାଗି ଏପରି ପ୍ରେସ୍‌ ଟୁର୍‌ ବା ଗଣମାଧ୍ୟମ ପ୍ରତିନିଧିଙ୍କ ପରିଦର୍ଶନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହାଫଳରେ ଗଣମାଧ୍ୟମ ପ୍ରତିନିଧିମାନେ ସରକାରଙ୍କ ବିଭିନ୍ନ ପ୍ରୟାସ ଓ ପଦକ୍ଷେପ ବିଷୟରେ ଅବଗତ ହୋଇପାରିବେ।

ପିଆଇବି, ଭୁବନେଶ୍ୱର କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ମତବିନିମୟ କାର୍ଯ୍ୟକ୍ରମରେ ପିଆଇବି ଉପନିର୍ଦ୍ଦେଶକ ମନୋଜ କୁମାର ଜାଲି, ସହାୟକ ନିର୍ଦ୍ଦେଶକ ମହେନ୍ଦ୍ର ପ୍ରସାଦ ଜେନା, କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି)ର ସହାୟକ ନିର୍ଦ୍ଦେଶକ ପ୍ରଦୀପ କୁମାର ଚୌଧୁରୀ, ପିଆଇବିର ଗଣମାଧ୍ୟମ ଓ ଯୋଗାଯୋଗ ଅଧିକାରୀ ସ୍ୱାଧୀନ ଶକ୍ତିପ୍ରସାଦ ପ୍ରମୁଖ ଉପସ୍ଥିତ ଥିଲେ।

ଅଖିଳ ମିଶ୍ର ଓଡିଶା ଗସ୍ତ ଗଣମାଧ୍ୟମ ପ୍ରତିନିଧି ପିଆଇବି ଏଡିଜି ମଧ୍ୟପ୍ରଦେଶ
Share. Facebook Twitter LinkedIn Email WhatsApp Copy Link

Related Posts

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026
Latest News

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.