ପ୍ରବଳ ବର୍ଷାରେ ଧୋଇଗଲା ଅସ୍ଥାୟୀ କଲଭର୍ଟ : କନ୍ଧମାଳ-କଳାହାଣ୍ଡି-ରାୟଗଡ଼ା ଯୋଗାଯୋଗ ବିଛିନ୍ନ

Published: Aug 13, 2019, 10:26 am IST

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏକ ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ଗତକାଲି ରାଜ୍ୟରେ ପ୍ରବଳ ବର୍ଷା ଆରମ୍ଭ ହୋଇ ସାରିଛି । ଫଳରେ ଏକ ଅସ୍ଥାୟୀ କଲଭର୍ଟ ଧୋଇ ହୋଇଯାଇଛି । ରାଜ୍ୟରେ କିଛି ଦିନ ହେବ ଲଗାଣ ବର୍ଷା ଫଳରେ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇଛି । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଲଗାଣ ବର୍ଷା ହେବା କାରଣରୁ ପୁଣି କନ୍ଧମାଳ ବାଲିଗୁଡ଼ା ନିକଟରେ ଥିବା ଏନଏଚ 59 ବାଟାଗୁଡ଼ା ନିକଟରେ ଥିବା ଅସ୍ଥାୟୀ କଲଭର୍ଟ ଧୋଇ ହୋଇଯାଇଛି । ଯାହାଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି । କନ୍ଧମାଳ ,କଳାହାଣ୍ଡି ଓ ରାୟଗଡ଼ା ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ।

Related posts