Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତୀୟ ରେଳବାଇର ତିନୋଟି ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି
ଆଜିର ଖବର

ଭାରତୀୟ ରେଳବାଇର ତିନୋଟି ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 24, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭାରତୀୟ ରେଳବାଇ
ଭାରତୀୟ ରେଳବାଇର ତିନୋଟି ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ଆଜି ରେଳ ମନ୍ତ୍ରଣାଳୟର ୯୦୭୨ କୋଟି ଟଙ୍କା (ଆନୁମାନିକ)ର ବ୍ୟୟବରାଦ ସହିତ ତିନୋଟି ପ୍ରକଳ୍ପକୁ ଅନୁମୋଦନ କରିଛି। ଏହି ପ୍ରକଳ୍ପଗୁଡ଼ିକ ହେଲା…

କ. ଗୋନ୍ଦିଆ-ଜବଲପୁର ଦୋହରୀକରଣ

ଖ. ପୁନରାଖ-କିଉଲ ତୃତୀୟ ଓ ଚତୁର୍ଥ ଲାଇନ

ଗ. ଗମ୍ହାରିଆ-ଚାନ୍ଦିଲ ତୃତୀୟ ଓ ଚତୁର୍ଥ ଲାଇନ୍‌

ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ବିହାର ଏବଂ ଝାଡ଼ଖଣ୍ଡ ରାଜ୍ୟର ୮ଟି ଜିଲ୍ଲା ଦେଇ ଯାଇଥିବା ଏହି ତିନିଟି ପ୍ରକଳ୍ପ ଭାରତୀୟ ରେଳବାଇର ବର୍ତ୍ତମାନର ନେଟୱାର୍କକୁ ପ୍ରାୟ ୩୦୭ କିଲୋମିଟର ବୃଦ୍ଧି କରିବ।

ପ୍ରସ୍ତାବିତ ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପ ପ୍ରାୟ ୯୮ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ପ୍ରାୟ ୫,୪୦୭ ଗ୍ରାମକୁ ରେଳ ସଂଯୋଗରେ ସୁଧାର ଆଣିବ।

ବର୍ଦ୍ଧିତ ଲାଇନ କ୍ଷମତା ଗତିଶୀଳତାକୁ ଯଥେଷ୍ଟ ବୃଦ୍ଧି କରିବ, ଯାହା ଫଳରେ ଭାରତୀୟ ରେଳବାଇ ପାଇଁ କାର୍ଯ୍ୟକ୍ଷମ ଦକ୍ଷତା ଏବଂ ସେବା ନିର୍ଭରଯୋଗ୍ୟତା ଉନ୍ନତ ହେବ। ଏହି ଟ୍ରାକ୍‌ ଦୋହରିକରଣ ପ୍ରସ୍ତାବଗୁଡ଼ିକ ଯାତାୟାତକୁ ସୁବ୍ୟବସ୍ଥିତ କରିବା ଏବଂ ଭିଡ଼ ହ୍ରାସ କରିବା ପାଇଁ ପ୍ରସ୍ତୁତ କରାଯାଇଛି। ଏହି ପ୍ରକଳ୍ପଗୁଡ଼ିକ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନୂତନ ଭାରତର ଦୃଷ୍ଟିକୋଣ ଅନୁରୂପ ଯାହା ସ୍ଥାନୀୟ ଅଞ୍ଚଳର ଲୋକମାନଙ୍କୁ ଏହି କ୍ଷେତ୍ରରେ ବ୍ୟାପକ ବିକାଶ ଦ୍ୱାରା ‘‘ଆତ୍ମନିର୍ଭର’’ କରିବ। ଏହା ମଧ୍ୟ ସେମାନଙ୍କ ପାଇଁ ନିଯୁକ୍ତି / ଆତ୍ମନିଯୁକ୍ତି ସୁଯୋଗ ବୃଦ୍ଧି କରିବ।

ଏହି ପ୍ରକଳ୍ପଗୁଡ଼ିକ ପ୍ରଧାନମନ୍ତ୍ରୀ-ଗତି ଶକ୍ତି ଜାତୀୟ ମାଷ୍ଟର ପ୍ଲାନରେ ଯୋଜନା କରାଯାଇଛି, ଯେଉଁଥିରେ ସମନ୍ୱିତ ଯୋଜନା ଏବଂ ଅଂଶୀଦାରମାନଙ୍କ ପରାମର୍ଶ ମାଧ୍ୟମରେ ବହୁମୁଖୀ ସଂଯୋଗ ଏବଂ ଲଜିଷ୍ଟିକ୍ ଦକ୍ଷତା ବୃଦ୍ଧି ଉପରେ ଧ୍ୟାନ ଦିଆଯାଇଛି। ଏହି ପ୍ରକଳ୍ପଗୁଡ଼ିକ ନାଗରିକ, ସାମଗ୍ରୀ ଏବଂ ସେବାର ପରିବହନ ପାଇଁ ସୁଗମ ଯୋଗାଯୋଗ ପ୍ରଦାନ କରିବ।

ପ୍ରସ୍ତାବିତ କ୍ଷମତା ବୃଦ୍ଧି ଦ୍ୱାରା ଦେଶର ଅନେକ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ସହିତ ରେଳ ସଂଯୋଗୀକରଣରେ ସୁଧାର ଆସିବ। କଚନାର ଶିବ ମନ୍ଦିର (ଜବଲପୁର), କାନ୍ହା ଜାତୀୟ ଉଦ୍ୟାନ (ବାଲାଘାଟ), ଗଙ୍ଗୁଲପାରା ନଦୀ ବନ୍ଧ ଏବଂ ଜଳପ୍ରପାତ, ପେଞ୍ଚ ଜାତୀୟ ଉଦ୍ୟାନ, ଧୂଆଁଧାର ଜଳପ୍ରପାତ, ବର୍ଗୀ ଡ୍ୟାମ୍, ଗୋମଜୀ-ସୋମଜୀ ମନ୍ଦିର, ଚାଣ୍ଡିଲ୍ ଡ୍ୟାମ୍, ଡାଲମା ହିଲ୍ ଟପ୍, ହେସାକୋଚା ଜଳପ୍ରପାତ, ରାଇଜାମା ଘାଟି, ଡାଲମା ବନ୍ୟପ୍ରାଣୀ ଅଭୟାରଣ୍ୟ ଇତ୍ୟାଦି ଏଥିରେ ସାମିଲ ରହିଛି।

ଏହି ପ୍ରକଳ୍ପଗୁଡ଼ିକ କୋଇଲା, ଇସ୍ପାତ, ଲୁହାପଥର, ସିମେଣ୍ଟ, ବାଲାଷ୍ଟ ଏବଂ ପଥର ଖଣ୍ଡ, ଫ୍ଲାଏ ଆସ୍, ସାର, ଚୂନାପଥର, ମାଙ୍ଗାନିଜ୍, ଡୋଲୋମାଇଟ୍, ଖାଦ୍ୟଶସ୍ୟ, ପିଓଏଲ ଇତ୍ୟାଦି ସାମଗ୍ରୀ ପରିବହନ ପାଇଁ ଅତ୍ୟାବଶ୍ୟକ ମାର୍ଗ। କ୍ଷମତା ବୃଦ୍ଧି କାର୍ଯ୍ୟ ଫଳରେ 52 ଏମଟିପିଏ (ବାର୍ଷିକ ନିୟୁତ ଟନ୍) ଅତିରିକ୍ତ ମାଲ ପରିବହନ ହେବ। ପରିବେଶ ଅନୁକୂଳ ଏବଂ ପରିବହନର ଶକ୍ତି ସଂରକ୍ଷଣକାରୀ ମାଧ୍ୟମ ହୋଇଥିବାରୁ, ରେଳବାଇ ଜଳବାୟୁ ଲକ୍ଷ୍ୟ ହାସଲ କରିବାରେ ଏବଂ ଦେଶର ଲଜିଷ୍ଟିକ୍ସ ଖର୍ଚ୍ଚକୁ ହ୍ରାସ କରିବାରେ, ତୈଳ ଆମଦାନୀ (୬ କୋଟି ଲିଟର) ହ୍ରାସ କରିବାରେ ଏବଂ ଅଙ୍ଗାରକାମ୍ଳ ବାଷ୍ପ ନିର୍ଗମନ (୩୦ କୋଟି କିଲୋଗ୍ରାମ)କୁ ହ୍ରାସ କରିବାରେ ସାହାଯ୍ୟ କରିବ ଯାହା ଏକ କୋଟି ଗଛ ଲଗାଇବା ସହିତ ସମାନ।

କ୍ୟାବିନେଟ୍ ମଞ୍ଜୁରି ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପ ନରେନ୍ଦ୍ର ମୋଦୀ ଭାରତୀୟ ରେଳବାଇ
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇଟି ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ୍ ଟ୍ରେନକୁ ଆଧୁନିକ ଏଲଏଚବି କୋଚ୍ ସହିତ ଅପଗ୍ରେଡ୍ କରିବ ପୂର୍ବତଟ ରେଳପଥ 

February 24, 2026

IPL 2026 କାର୍ଯ୍ୟସୂଚୀ ସମ୍ପର୍କରେ ବଡ଼ ଅପଡେଟ୍: ଏହି ଦିନ ଘୋଷଣା ହେବ ତାରିଖ

February 24, 2026

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026
Latest News

ଭାରତୀୟ ରେଳବାଇର ତିନୋଟି ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 24, 2026

ଦୁଇଟି ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ୍ ଟ୍ରେନକୁ ଆଧୁନିକ ଏଲଏଚବି କୋଚ୍ ସହିତ ଅପଗ୍ରେଡ୍ କରିବ ପୂର୍ବତଟ ରେଳପଥ 

February 24, 2026

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

IPL 2026 କାର୍ଯ୍ୟସୂଚୀ ସମ୍ପର୍କରେ ବଡ଼ ଅପଡେଟ୍: ଏହି ଦିନ ଘୋଷଣା ହେବ ତାରିଖ

February 24, 2026

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.