Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦଘାଟିତ
ଆଜିର ଖବର

୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦଘାଟିତ

February 26, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦଘାଟିତ
୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦଘାଟିତ

ଭୁବନେଶ୍ଵର: ଆଜି ପୂର୍ବାହ୍ନରେ ପୋଲିସ ପ୍ରଶିକ୍ଷଣ ପ୍ରତିଷ୍ଠାନ (PTI), ବୈରୀ ପରିସରରେ ଓଡ଼ିଶା ପୋଲିସର ୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଅନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ନିର୍ଦ୍ଦେଶକ, ଗୁଇନ୍ଦା, ଆର. ପି. କୋଚେ ଯୋଗଦେଇ ଆକର୍ଷଣୀୟ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ।

ଏହି ଅବସରରେ ଶ୍ରୀ କୋଚେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ବନ୍ଧୁକ ଚାଳନା ଦକ୍ଷତା ବୃଦ୍ଧି କରିବା ଏହି ପ୍ରତିଯୋଗିତାର ମୁଖ୍ୟ ଲକ୍ଷ୍ୟ ବୋଲି ମତବ୍ୟକ୍ତ କରିଥିଲେ। ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରୁଥିବା ପ୍ରତିଟି ପ୍ରତିଯୋଗୀ ନିଜର ଶ୍ରେଷ୍ଠ ପ୍ରଦର୍ଶନ କରିବେ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି। ଜାତୀୟ ସ୍ତରରେ ଓଡ଼ିଶା ପୋଲିସର ଏକ ସ୍ୱତନ୍ତ୍ର ସୁନାମ ଓ ପରିଚୟ ରହିଛି, ଏହାକୁ ବଜାୟ ରଖିବାକୁ ସେ ଆହ୍ଵାନ ଦେଇଥିଲେ। ଏହାସହ କ୍ରୀଡ଼ା ଅନୁଶାସନ, ଖେଳୁଆଡ ମନୋଭାବ ଏବଂ ଦୃଢ଼ ଆତ୍ମବିଶ୍ୱାସ ସହିତ ଏହି ପ୍ରତିଯୋଗିତାକୁ ସଫଳ କରିବା ପାଇଁ ସେ ସମସ୍ତଙ୍କୁ ଉତ୍ସାହିତ କରିଥିଲେ।

ଏହି ଚମ୍ପିୟାନସିପରେ ରାଜ୍ୟର ବିଭିନ୍ନ ରେଞ୍ଜ ଓ ବାଟାଲିୟନରୁ ୧୬ଟି ପୋଲିସ ଟିମ୍ ଅଂଶଗ୍ରହଣ କରିଛନ୍ତି। ଏଥିରେ ୨୬୫ ଜଣ ପୁରୁଷ ଓ ୪ ଜଣ ମହିଳାଙ୍କୁ ମିଶାଇ ସମୁଦାୟ ୨୬୯ ଜଣ ଖେଳାଳି ସାମିଲ ହୋଇଛନ୍ତି। ଏହି ପ୍ରତିଯୋଗିତା ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ଚାଲିବ।

ଏହି ଚମ୍ପିୟାନସିପର ଉଦଘାଟନୀ ସମାରୋହରେ ଆଇଜିପି (ଏସଏପି) ଗଜଭିୟେ ସତୀଶ କୁମାର, କମାଣ୍ଡାଣ୍ଟ PTI, ବୈରୀ ଅଶୋକ କୁମାର ଦେହୁରୀ, କମାଣ୍ଡାଣ୍ଟ ଷଷ୍ଠ ଓଏସଏପି, କଟକ, ସୂର୍ଯ୍ୟନାରାୟଣ ମଲ୍ଲିକ, ରାଜ୍ୟ ପୋଲିସ ମୁଖ୍ୟାଳୟର କ୍ରୀଡା ଅଧିକାରୀ ନୀଳ ମାଧବ ସ୍ୱାଇଁଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।

ଓଡିଶା ପୋଲିସ ପୋଲିସ ପ୍ରଶିକ୍ଷଣ ପ୍ରତିଷ୍ଠାନ ବନ୍ଧୁକ ଚାଳନା ପ୍ରତିଯୋଗିତା ବୈରୀ ଯାଜପୁର ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକପ୍ରିୟ ଗାୟିକା ଆଶା ଭୋସ୍‌ଲେ ଅସୁସ୍ଥ

April 11, 2026

ବାହାର ରତ୍ନଭଣ୍ଡାର ଗଣତି ମଣତି ଶେଷ

April 11, 2026

ସବୁ କଲେଜରେ ଗଠନ ହେବ ଆଇସିସି କମିଟି

April 11, 2026

ପରଦାରେ ଚାଲିଲା ‘ଆଫା’ର ଯାଦୁ: ଏବେ ତେଲୁଗୁରେ ହେବ ରିମେକ୍

April 11, 2026
Latest News

ଲୋକପ୍ରିୟ ଗାୟିକା ଆଶା ଭୋସ୍‌ଲେ ଅସୁସ୍ଥ

April 11, 2026

ବାହାର ରତ୍ନଭଣ୍ଡାର ଗଣତି ମଣତି ଶେଷ

April 11, 2026

ସବୁ କଲେଜରେ ଗଠନ ହେବ ଆଇସିସି କମିଟି

April 11, 2026

ବଦଳୁଛି ପଶ୍ଚିମ ଏସିଆ ପରିସ୍ଥିତି: ଭାରତକୁ ଆସୁଛି ଆହୁରି ୨୦ ହଜାର ମେଟ୍ରିକ ଟନ୍‍ ଏଲ୍‍ପିଜି

April 11, 2026

ପରଦାରେ ଚାଲିଲା ‘ଆଫା’ର ଯାଦୁ: ଏବେ ତେଲୁଗୁରେ ହେବ ରିମେକ୍

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.