Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ମାର୍ଚ୍ଚ ୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ
ଆଜିର ଖବର

ଆସନ୍ତା ମାର୍ଚ୍ଚ ୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ

February 27, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆସନ୍ତା ମାର୍ଚ୍ଚ ୫ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ
ଆସନ୍ତା ମାର୍ଚ୍ଚ ୫ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ

ଭୁବନେଶ୍ୱର: ଆସନ୍ତା ୫ ତାରିଖରେ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ୍ ଶାହଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତ ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।

ବୈଠକରୁ ପ୍ରାପ୍ତ ସୂଚନା ଅନୁସାରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ମାର୍ଚ୍ଚ ୫ ତାରିଖ ସଂଧ୍ୟାରେ ସ୍ୱତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଁଚିବେ। ୬ ତାରିଖ ପୂର୍ବାହ୍ନରେ କଟକ ମୁଣ୍ଡୁଳିସ୍ଥିତ ସିଆଇଏସଏଫର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ। ଅପରାହ୍ଣରେ ଖୋର୍ଦ୍ଧା ଜିଲ୍ଲା ଜଟଣୀ ଠାରେ ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ (ଏନଏଫଏସୟୁ) ଏବଂ କେନ୍ଦ୍ରୀୟ ଫୋରେନ୍ସିକ୍ ବିଜ୍ଞାନ ପରୀକ୍ଷାଗାର (ସିଏଫଏସଏଲ), ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବା ସହ ଆଭାସୀ ମାଧ୍ୟମରେ ଏନଏଫଏସୟୁ ଟ୍ରାନଜିଟ୍ କ୍ୟାମ୍ପସ ଭୁବନେଶ୍ୱରର ଶୁଭ ଉଦ୍ଘାଟନ କରିବେ।

ସେଦିନ  ଅପରାହ୍ଣରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ଭୁବନେଶ୍ୱରସ୍ଥିତ ଇଡକୋ ପ୍ରଦର୍ଶନୀ ପଡ଼ିଆଠାରେ ନବୀନ ନ୍ୟାୟ ସଂହିତା ପ୍ରଦର୍ଶନୀକୁ ଉଦ୍ଘାଟନ କରିବା ସହ ସମବାୟ ଏବଂ ଅନ୍ୟ ବିଭିନ୍ନ ବିଭାଗ ପ୍ରକଳ୍ପଗୁଡିକର  ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। କେଦ୍ରମନ୍ତ୍ରୀଙ୍କ ସିଆଇଏସଏଫର ପ୍ରତିଷ୍ଠା ଦିବସରେ ଯୋଗଦାନ ଗସ୍ତକୁ ଦୃଷ୍ଟିରେ ରଖି ଗୋଡ଼ିସାହିରୁ ମୁଣ୍ଡୁଳି ରାସ୍ତାର ବ୍ଲାକ୍ ଟପିଂ ସହିତ ଆଲୋକୀକରଣ, ପରିସ୍କାର ପରିଚ୍ଛନ୍ନତା ଓ ଆବଶ୍ୟକ ସୌନ୍ଦର୍ଯ୍ୟକରଣ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ଆଭାସୀ ମାଧ୍ୟମରେ କଟକ ଜିଲ୍ଲାପାଳ ଯୋଗଦେଇଥିଲେ।

ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତ ସମୟର ବିଶଦ୍ କାର୍ଯ୍ୟସୂଚୀ, ସୁରକ୍ଷା ବ୍ୟବସ୍ଥା, ଟ୍ରାଫିକ୍ ଓ ରୁଟ୍ ପ୍ଲାନ, କାର୍ଯ୍ୟକ୍ରମ ସ୍ଥଳର ଆନୁଷଙ୍ଗିକ ପ୍ରସ୍ତୁତି ଉପରେ ବିସ୍ତୃତ ଆଲୋଚନା  କରାଯାଇଥିଲା। କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତକୁ ସୁଚାରୁ ଓ ସଫଳ କରିବା ପାଇଁ ସମସ୍ତ ବିଭାଗମାନଙ୍କୁ ପାରସ୍ପରିକ ସମନ୍ୱୟ ରଖି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମସ୍ତ ପ୍ରସ୍ତୁତି ସମ୍ପନ୍ନ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାର ପକ୍ଷରୁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଓଡିଶା ଗସ୍ତ ପରିପ୍ରେକ୍ଷୀରେ ସମସ୍ତ ପ୍ରକାର ପ୍ରସ୍ତୁତି  ନିଶ୍ଚିତ କରାଯିବାକୁ ଗୃହ, ଶିଳ୍ପ ଏବଂ ସୂଚନା ଓ ଲୋକ ସଂପର୍କ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ଏହି ପରିପ୍ରେକ୍ଷୀରେ ବିଭନ୍ନ ପ୍ରସ୍ତୁତି ନେଇ ସୂଚନା ଦେଇଥିଲେ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ପୁଲିସ୍ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ, ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ, ବିଏମସି କମିଶନର, ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସହିତ ସଂପୃକ୍ତ  ବିଭିନ୍ନ ବିଭାଗର ସଚିବ, ବରିଷ୍ଠ ପଦାଧିକାରୀ ଓ ପୁଲିସ୍ ପ୍ରଶାସନର ଉଚ୍ଚପଦସ୍ଥ ଅଧିକାରୀମାନେ ଉପସ୍ଥିତ ଥିଲେ। ଜିଲ୍ଲାପାଳ, କଟକ ଆଭାସୀ ମାଧ୍ୟମରେ ବୈଠକରେ ଯୋଗଦେଇଥିଲେ।

ଅମିତ୍ ଶାହ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଓଡିଶା ଗସ୍ତ ରାଜ୍ୟ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ଗ୍ରୀଷ୍ମ ପ୍ରବାହ ପାଇଁ ନୂଆ ଗାଇଡଲାଇନ: ପୂର୍ବାହ୍ନ ୧୧ ଟାରୁ ୩ ଯାଏଁ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

March 23, 2026
Latest News

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.