ଭୁବନେଶ୍ଵର: ବାଲେଶ୍ଵର ଜିଲ୍ଲା ଖଇରା ଅନ୍ତର୍ଗତ ଗରସଙ୍ଗ ଠାରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ ଗୃହ ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ୧ କୋଟି ୨୭ ଲକ୍ଷ ବ୍ୟୟରେ ନିର୍ମାଣ ହେବାକୁ ଥିବା ଏହି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ସ୍ୱାସ୍ଥ୍ୟ ସେବାକୁ ଆହୁରି ସୁଦୃଢ ଏବଂ ଉନ୍ନତ କରିବାରେ ଗୁରୁତ୍ଵପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି।
ତୃଣମୂଳ ସ୍ତରରେ ସ୍ୱାସ୍ଥ୍ୟ ସେବା ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଲୋକଙ୍କ ସରକାର ପ୍ରତିବଦ୍ଧ ବୋଲି ମନ୍ତ୍ରୀ ଶ୍ରୀ ମହାଲିଙ୍ଗ କହିଛନ୍ତି। କାର୍ଯ୍ୟକ୍ରମରେ ସିମୁଳିଆ ବିଧାୟକ ପଦ୍ମଲୋଚନ ପଣ୍ଡା ଉପସ୍ଥିତ ଥିଲେ।


