Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇ ଦିନିଆ ୟୁ-ଡାଇସ୍ ପ୍ଲସ୍ ସମ୍ପର୍କିତ ଜାତୀୟ କର୍ମଶାଳା ଉଦଯାପିତ 
ଆଜିର ଖବର

ଦୁଇ ଦିନିଆ ୟୁ-ଡାଇସ୍ ପ୍ଲସ୍ ସମ୍ପର୍କିତ ଜାତୀୟ କର୍ମଶାଳା ଉଦଯାପିତ 

March 1, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
U-DISE Plus National Workshop Concludes
U-DISE Plus National Workshop Concludes

ଭୁବନେଶ୍ଵର: ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟର ବିଦ୍ୟାଳୟ ଶିକ୍ଷା ଏବଂ ସାକ୍ଷରତା ବିଭାଗ (DoSEL) ର ମିଳିତ ଆନୁକୂଲ୍ୟରେ ଦୁଇ ଦିବସୀୟ ୟୁ-ଡାଇସ୍ ପ୍ଲସ୍ (UDISE+ ) ସମ୍ପର୍କିତ ଜାତୀୟ କର୍ମଶାଳା ଆଜି ଉଦଯାପିତ ହୋଇଛି। ଦ୍ବିତୀୟ ଦିନରେ ବିଭିନ୍ନ ରାଜ୍ୟ ସେମାନଙ୍କ ବିଭାଗ ଦ୍ବାରା ଗ୍ରହଣ କରାଯାଇଥିବା ସର୍ବୋତ୍ତମ ପଦକ୍ଷେପ ଗୁଡ଼ିକୁ ଉପସ୍ଥାପିତ କରିଥିଲେ ଏବଂ ଡାଟା ସଂରକ୍ଷଣ ଫ୍ରେମୱାର୍କକୁ ସୁଦୃଢ଼ କରିବା ନେଇ ଆଲୋଚନା କରିଥିଲେ। କେରଳ, ଉତ୍ତରପ୍ରଦେଶ, କର୍ଣ୍ଣାଟକ, ତେଲେଙ୍ଗାନା, ମଣିପୁର ଏବଂ ମହାରାଷ୍ଟ୍ର ସମେତ ବିଭିନ୍ନ ରାଜ୍ୟ UDISE+ ର ପ୍ରଭାବଶାଳୀ କାର୍ଯ୍ୟାନ୍ୱୟନ ଓ ପରିଚାଳନା ପାଇଁ ନିଆଯାଇଥିବା ପ୍ରମୁଖ ପଦକ୍ଷେପଗୁଡ଼ିକ ଉପସ୍ଥାପନ କରିଥିଲେ। ଡ଼ାଟାର ଗୁଣବତ୍ତାକୁ ଉନ୍ନତ କରିବା, ସିଷ୍ଟମ ମଧ୍ୟରେ ସମୟାନୁସାରେ ରିପୋର୍ଟିଂ ସୁନିଶ୍ଚିତ କରିବା ଏବଂ ସଠିକ୍ ଡାଟା ସଂଗ୍ରହକୁ ସୁଦୃଢ଼ କରିବା ନେଇ ଗ୍ରହଣ କରାଯାଇଥିବା ପଦକ୍ଷେପଗୁଡ଼ିକ ଉପରେ ଆଲୋକପାତ କରାଯାଇଥିଲା।

ଦ୍ବିତୀୟ ଦିନର କାର୍ଯ୍ୟକ୍ରମରେ ଯୋଗ ଦେଇ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ଆୟୁକ୍ତ ତଥା ଶାସନ ସଚିବ ଡକ୍ଟର ଏନ୍. ତିରୁମାଲା ନାୟକ UDISE+ କୁ ସୁଦୃଢ଼ କରିବା ସମ୍ପର୍କରେ ଆଲୋଚନା କରିବା ସହ ପ୍ରମାଣ-ଆଧାରିତ ଯୋଜନା ଓ ନୀତି ଗଠନକୁ ସମର୍ଥନ କରିବା ପାଇଁ ଶିକ୍ଷାଗତ ତଥ୍ୟ ବ୍ୟବସ୍ଥାରେ ନିରନ୍ତର ଉନ୍ନତି ଉପରେ ଗୁରୁତ୍ୱାରୋପ କରିଛନ୍ତି। UDISE+ ଡାଟା କ୍ୟାପଚର ଫର୍ମାଟକୁ ଅଧିକ ବ୍ୟାପକ କରିବା ନିମନ୍ତେ ରାଜ୍ୟର ଆବଶ୍ୟକତା ଏବଂ ପରାମର୍ଶ ଉପରେ ମଧ୍ୟ ଆଲୋଚନା କରାଯାଇଛି। CBSE, NIOS, ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ଼ ଏବଂ ଗୋଆ ମାଧ୍ୟମିକ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ବୋର୍ଡ଼ର ପ୍ରତିନିଧିମାନେ ଆଲୋଚନାରେ ଅଂଶଗ୍ରହଣ କରି ଡାଟା ସିଷ୍ଟମରେ ଅଧିକ ସମନ୍ୱୟର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ।

UDISE+ କାର୍ଯ୍ୟାନ୍ୱୟନକୁ ସୁଦୃଢ଼ କରିବାରେ ବିଭିନ୍ନ ଅବଦାନ ପାଇଁ ବିଭିନ୍ନ ରାଜ୍ୟ ଏବଂ ଶିକ୍ଷା ବୋର୍ଡ଼ର ପ୍ରତିନିଧିମାନଙ୍କୁ ସମ୍ମାନିତ କରାଯାଇଥିଲା। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ (DHSE)ର ଉପନିର୍ଦ୍ଦେଶକ ଶ୍ରୀମତୀ ସି. ଏଚ୍ ବିଜୟଲକ୍ଷ୍ମୀ ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷା ମନ୍ତ୍ରାଳୟର ଉପନିର୍ଦ୍ଦେଶକ ଆରତୀ ମହାରଣା ଧନ୍ୟବାଦ ଅର୍ପଣ କରିଥିଲେ।

DoSEL national workshop UDISE+
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରୀଷ୍ମ ପ୍ରବାହ ପାଇଁ ନୂଆ ଗାଇଡଲାଇନ: ପୂର୍ବାହ୍ନ ୧୧ ଟାରୁ ୩ ଯାଏଁ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

March 23, 2026

ଆଇନ୍ ଛାତ୍ରଛାତ୍ରୀ ନ୍ୟାୟ ବ୍ୟବସ୍ଥାକୁ ବଜାୟ ରଖିବା ନିମନ୍ତେ ଦୃଢ଼ପ୍ରତିଜ୍ଞ ହେବା ଆବଶ୍ୟକ: ଜଷ୍ଟିସ୍ ରମଣ

March 23, 2026

ବିରିରେ ରହିଛି ଅନେକ ଉପକାରିତା: ମାଗଣା ସ୍ଵାସ୍ଥ୍ୟ ଶିବିରରେ ବର୍ଣ୍ଣନା କଲେ ଡାକ୍ତର

March 23, 2026

IPL ପାଇଁ ୧୫ଟି ସହରରେ ହେବ ଫ୍ୟାନ୍ ପାର୍କ: ଜାଣନ୍ତୁ ଓଡିଶାରେ କେବେ ଓ କେଉଁଠି?

March 23, 2026
Latest News

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026

ଗ୍ରୀଷ୍ମ ପ୍ରବାହ ପାଇଁ ନୂଆ ଗାଇଡଲାଇନ: ପୂର୍ବାହ୍ନ ୧୧ ଟାରୁ ୩ ଯାଏଁ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

March 23, 2026

ଆଇନ୍ ଛାତ୍ରଛାତ୍ରୀ ନ୍ୟାୟ ବ୍ୟବସ୍ଥାକୁ ବଜାୟ ରଖିବା ନିମନ୍ତେ ଦୃଢ଼ପ୍ରତିଜ୍ଞ ହେବା ଆବଶ୍ୟକ: ଜଷ୍ଟିସ୍ ରମଣ

March 23, 2026

ବିରିରେ ରହିଛି ଅନେକ ଉପକାରିତା: ମାଗଣା ସ୍ଵାସ୍ଥ୍ୟ ଶିବିରରେ ବର୍ଣ୍ଣନା କଲେ ଡାକ୍ତର

March 23, 2026

‘ଯଦି ସତ ହୁଏ, ତେବେ ମୁଁ….’: ରାଘବ ଚଢାଙ୍କ ବିଜେପି ରେ ଯୋଗଦେବା ପ୍ରସଙ୍ଗରେ କହିଲେ AAP ସାଂସଦ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.