Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାନୁଆରୀ-୨୦୨୬ ଶିକ୍ଷାସତ୍ର ପାଇଁ ଇଗ୍ନୋର ନାମଲେଖା ଅବଧି ୧୫ ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି
ଆଜିର ଖବର

ଜାନୁଆରୀ-୨୦୨୬ ଶିକ୍ଷାସତ୍ର ପାଇଁ ଇଗ୍ନୋର ନାମଲେଖା ଅବଧି ୧୫ ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି

March 3, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଇଗ୍ନୋ ଆଞ୍ଚଳିକ କେନ୍ଦ୍ର
ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ କୁ ବୃଦ୍ଧି

ଭୁବନେଶ୍ଵର: ଶିକ୍ଷାର୍ଥୀମାନଙ୍କ ସୁବିଧା ଓ ବିଭିନ୍ନ ବର୍ଗର ଆବଶ୍ୟକତାକୁ ଦୃଷ୍ଟରେ ରଖି ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ଜାନୁଆରୀ-୨୦୨୬ ଶିକ୍ଷାସତ୍ର ପାଇଁ ନାମଲେଖା ଅବଧିକୁ ଚଳିତ ମାର୍ଚ୍ଚ ୧୫ ତାରିଖ ପର୍ଯ୍ୟନ୍ତ ବଢ଼ାଇଛି। ସାର୍ଟିଫିକେଟ୍ ଓ ସେମିଷ୍ଟାର-ଆଧାରିତ ପାଠ୍ୟକ୍ରମଗୁଡ଼ିକ ଏହି ବୃଦ୍ଧିର ଅଧୀନ ନୁହେଁ।

ଆଗ୍ରହୀ ପ୍ରାର୍ଥୀମାନେ ବିଭିନ୍ନ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ଭର୍ତ୍ତି ପାଇଁ ଇଗ୍ନୋର ଆଧିକାରିକ ୱେବସାଇଟ www.ignou.ac.in ମାଧ୍ୟମରେ ଅଧିକ ବିବରଣୀ ଜାଣିପାରିବେ। ଅନଲାଇନ୍ ନାମଲେଖା ପାଇଁ ସିଧାସଳଖ ଲିଙ୍କ ହେଲା:

https://ignouadmission.samarth.edu.in

ଅଣ୍ଡର ଗ୍ରାଜୁଏଟ ପ୍ରୋଗ୍ରାମ (BSCM, BCOMF, BAM) ରେ ଭର୍ତ୍ତି ହେଉଥିବା ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ନାମଲେଖା ଓ ପୁନଃ ପଞ୍ଜୀକରଣ ଶୁଳ୍କରେ ୫୦ ପ୍ରତିଶତ ରିହାତି ଦିଆଯାଇଛି। କିନ୍ତୁ ଯେଉଁ ଛାତ୍ରଛାତ୍ରୀମାନେ ଅନ୍ୟ କୌଣସି ସୂତ୍ରରୁ ଶୁଳ୍କ ରିହାତି ପାଉଛନ୍ତି, ସେମାନେ ଏହି ସୁବିଧା ପାଇବାକୁ ଯୋଗ୍ୟ ହେବେ ନାହିଁ।

ଅଧିକ ସୂଚନା ପାଇଁ ଆଶାୟୀ ପ୍ରାର୍ଥୀମାନେ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର, ଭୁବନେଶ୍ୱର ସହିତ ଯୋଗାଯୋଗ କରିପାରିବେ। ଏଥିପାଇଁ ଟେଲିଫୋନ ନମ୍ବର ୦୬୭୪-୨୩୦୧୩୪୮ କିମ୍ବା ୨୯୭୧୦୭୧ ଏବଂ ଇ-ମେଲ୍ rcbhubaneswar@ignou.ac.in କିମ୍ବା admissionrc21@ignou.ac.in ଜରିଆରେ ସହାୟତା ପାଇଁ ଯୋଗାଯୋଗ କରିବାକୁ ଆଞ୍ଚଳିକ ନିର୍ଦ୍ଦେଶକ ଡ଼. ମନୋଜ କୁମାର ଦାଶ  ସୂଚନା ଦେଇଛନ୍ତି।

BAM BCOMF BSCM ଇଗ୍ନୋ ଜାନୁଆରୀ-୨୦୨୬ ଶିକ୍ଷାସତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ହିମାଚଳ ପ୍ରଦେଶ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 24, 2026

ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ: ୧୧୦ ସୈନିକ କରୁଥିଲେ ଯାତ୍ରା

March 24, 2026

ଆଜି ମାର୍ଚ୍ଚ ୨୪ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 24, 2026

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026
Latest News

ହିମାଚଳ ପ୍ରଦେଶ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 24, 2026

ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ: ୧୧୦ ସୈନିକ କରୁଥିଲେ ଯାତ୍ରା

March 24, 2026

ବାଧାମୁକ୍ତ ଜାହାଜ ଚଳାଚଳ ଉପରେ ଗୁରୁତ୍ୱ ଦେଲେ ପ୍ରଧାନମନ୍ତ୍ରୀ

March 24, 2026

ଇରାନ ଯୁଦ୍ଧ କେବେ ଶେଷ ହେବ?: ଦିନ ଧାର୍ଯ୍ୟ କଲା ଆମେରିକା, ମଧ୍ୟସ୍ଥତା କରିବ ପାକିସ୍ତାନ

March 24, 2026

ଆଜି ମାର୍ଚ୍ଚ ୨୪ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.