ଭୁବନେଶ୍ଵର: ରାଜ୍ୟର ସବୁ ଅଞ୍ଚଳର ପାଗ ଶୁଖିଲା ରହିଛି। କେତେକ ସ୍ଥାନରେ ତାପମାତ୍ରା ୪ରୁ ୫ ଡିଗ୍ରୀ ସେଲସିୟସ ଓ ଗୋଟିଏ ଦୁଇଟି ଅଞ୍ଚଳରେ ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧିପାଇଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପାଗ ମୁଖ୍ୟତଃ ଶୁଖିଲା ରହିବ। ସେ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଅଞ୍ଚଳର ସର୍ବାଧିକ ତାପମାତ୍ରାରେ ବିଶେଷ କୌଣସି ପରିବର୍ତ୍ତନ ଘଟିବ ନାହିଁ। ୧୦ ତାରିଖ ପର୍ଯ୍ୟନ୍ତ ମଧ୍ୟ ରାଜ୍ୟରେ ବର୍ଷାର ସମ୍ଭାବନା ନାହିଁ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


