ଖୋର୍ଦ୍ଧା/ବାଣପୁର: ଆଜି ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ସୁବର୍ଣ୍ଣ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଅଛି। ଏହି ଅବସରରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ଼ଃ କୃଷ୍ଣଚନ୍ଦ୍ର ମହାପାତ୍ର, ପୁରୀ ଲୋକସଭା ସାଂସଦ ଡ଼ାଃ ସମ୍ବିତ ପାତ୍ର, ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ ପ୍ରଥମେ ବାଣପୁରର ଅଧିଷ୍ଠାତ୍ରୀ ଦେବୀ ମା’ ଭଗବତୀଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିବା ସହ ରାଜ୍ୟ ବାସୀଙ୍କ ସୁଖ, ଶାନ୍ତି ଓ ପ୍ରଗତି ନିମନ୍ତେ ପ୍ରାର୍ଥନା କରିଥିଲେ। ତତସହିତ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ୨ନଂ ୱାର୍ଡ଼ ଠାରେ ଆଦର୍ଶ ଶ୍ମଶାନ ଗୃହକୁ ଅତିଥି ମାନେ ଉଦଘାଟନ୍ କରିଛନ୍ତି।
ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଅବସରରେ ଉଦ୍ୟାନର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।
ଏହାପରେ ଆୟୋଜିତ ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ, ମୁଖ୍ୟବକ୍ତା ଭାବେ ମାନ୍ୟବର ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ଼ଃ କୃଷ୍ଣଚନ୍ଦ୍ର ମହାପାତ୍ର, ସମ୍ମାନିତ ଅତିଥି ଭାବେ ପୁରୀ ଲୋକସଭା ସାଂସଦ ଡ଼ାଃ ସମ୍ବିତ ପାତ୍ର, ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ, ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ମିଟୁ ନାୟକ, ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ଉପାଧ୍ୟକ୍ଷା ପ୍ରାଚ଼ୀପ୍ରଭା ସ୍ବାଇଁ ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ମୃତିରଞ୍ଜନ ସାହୁ ଏବଂ କାଉନସିଲର ବୃନ୍ଦ ଯୋଗଦେଇଥିଲେ।
ଏହି ଅବସରରେ ଅତିଥି ମାନେ ନିଜ ନିଜର ବକ୍ତବ୍ୟ ଉପସ୍ଥାପନ କରିବା ସହ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ଗୌରବମୟ ଇତିହାସକୁ ବର୍ଣ୍ଣନା କରିଥିଲେ।


