Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ
ଆଜିର ଖବର

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସାଇବର ଗ୍ୟାଙ୍ଗ
ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

ଭୁବନେଶ୍ଵର: ସାଇବର ଅପରାଧ ଉପରେ ଲଗାମ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହୋଇଥିବା ବିଶେଷ ଅଭିଯାନ ‘ଅପରେସନ ସାଇବର କବଚ’ ସମଗ୍ର ରାଜ୍ୟରେ ଜାରି ରହିଛି।

ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଏସ୍‌.ପି. ଓ ଡି.ସି.ପି. ମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲ୍ଲା ସାଇବର କ୍ରାଇମ୍ ୟୁନିଟ୍‌ ମାନଙ୍କ ଦ୍ୱାରା ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହି ଅଭିଯାନ ଅଧୀନରେ ସାଇବର ଠକେଇରେ ବ୍ୟବହୃତ ମ୍ୟୁଲ୍ (ବେନାମୀ) ବ୍ୟାଙ୍କ ଆକାଉଣ୍ଟ ଏବଂ ଏଥିରେ ସମ୍ପୃକ୍ତ ସହାୟକମାନଙ୍କୁ ଚିହ୍ନଟ କରାଯାଇ ଦୃଢ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।

ଏପର୍ଯ୍ୟନ୍ତ ‘ଅପରେସନ ସାଇବର କବଚ’ ଅନ୍ତର୍ଗତ ସମଗ୍ର ରାଜ୍ୟରେ ମୋଟ ୩୪,୧୦୧ଟି ମ୍ୟୁଲ୍/ବେନାମୀ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ କରାଯାଇଛି। ଏହାସହ ମ୍ୟୁଲ୍ ବ୍ୟାଙ୍କ ସମ୍ପର୍କିତ ୧୧୧୧ଟି ସାଇବର ମାମଲା, ଏଟିଏମ୍ ମାଧ୍ୟମରେ ଟଙ୍କା ଉଠାଣ ସମ୍ପର୍କିତ ୩୪ଟି ମାମଲା, ଚେକ୍ ମାଧ୍ୟମରେ ଟଙ୍କା ଉଠାଣ ସମ୍ପର୍କିତ ୩୬ଟି ମାମଲା ଏବଂ ନକଲି ସିମ୍/PoS ସମ୍ପର୍କିତ ୨୩ଟି ମାମଲା ରୁଜୁ ହୋଇଛି। ଏପର୍ଯ୍ୟନ୍ତ ୩୩୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ୧୮୬ଟି ପୁରୁଣା ଏଫ୍‌.ଆଇ.ଆର୍‌ ସହ ସଂପୃକ୍ତ ୬୮୯୩ଜଣ ସନ୍ଦିଗ୍ଧ ଆକାଉଣ୍ଟଧାରୀ/ ସହାୟକଙ୍କୁ ଆଇନଗତ ନୋଟିସ୍ ଜାରି କରାଯାଇଛି।

ଏହି ଅଭିଯାନରେ ବଲାଙ୍ଗିର ଜିଲ୍ଲା ପୋଲିସ ୨୪୯ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୨ଟି ମାମଲା ରୁଜୁ କରି ୨୭ଜଣଙ୍କୁ ନୋଟିସ୍ ଜାରି କରିଛି। କେନ୍ଦୁଝର ଜିଲ୍ଲା ପୋଲିସ ୬ଟି ଆକାଉଣ୍ଟ ଯାଞ୍ଚ କରି ୬ଟି ମାମଲା ରୁଜୁ କରି ୨ଜଣଙ୍କୁ ଗିରଫ ଏବଂ ୪ ଜଣଙ୍କୁ ନୋଟିସ୍ ଜାରି କରିଛି। ରାଉରକେଲା ଜିଲ୍ଲା ପୋଲିସ ୨୫ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୭ଟି ମାମଲା ରୁଜୁ କରି ୪ଜଣଙ୍କୁ ନୋଟିସ୍ ଜାରି କରିଛି।

ସେହିପରି କଟକ ଜିଲ୍ଲା ପୋଲିସ ୯ଟି ବେନାମୀ ଆକାଉଣ୍ଟ, ନୟାଗଡ଼ ଜିଲ୍ଲା ପୋଲିସ ୨୭୩ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୩୦ଜଣଙ୍କୁ ନୋଟିସ, ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ୬୦ଟି, ଭଦ୍ରକ ଜିଲ୍ଲା ପୋଲିସ ୫୨ଟି ଏବଂ ମୟୂରଭଞ୍ଜ ଜିଲ୍ଲା ପୋଲିସ ୩ଟି ଆକାଉଣ୍ଟ ଯାଞ୍ଚ କରି ୩ଜଣଙ୍କୁ ନୋଟିସ୍ ଜାରି କରିଛନ୍ତି।

ଭୁବନେଶ୍ୱର (UPD) ୧୭୭ଟି ଏବଂ କଟକ (UPD) ୧୦ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୮ଜଣଙ୍କୁ ନୋଟିସ୍ ଜାରି କରିଛନ୍ତି। ବ୍ରହ୍ମପୁର ଜିଲ୍ଲା ପୋଲିସ ୧ଟି ପୁରୁଣା ଏଫ୍‌.ଆଇ.ଆର୍‌ ସହ ସଂପୃକ୍ତ ୮ଜଣଙ୍କୁ ନୋଟିସ୍ ଜାରି କରିଛି। ବୌଦ୍ଧ ଜିଲ୍ଲା ପୋଲିସ ୧୦ଟି ଆକାଉଣ୍ଟ ଯାଞ୍ଚ କରି ୧୦ଜଣଙ୍କୁ ନୋଟିସ୍ ଜାରି କରିଛି।

ସେହିପରି ଗଜପତି ଜିଲ୍ଲା ପୋଲିସ ୧୯ଟି, ଗଞ୍ଜାମ ଜିଲ୍ଲା ପୋଲିସ ୬୮ଟି, କନ୍ଧମାଳ ଜିଲ୍ଲା ପୋଲିସ ୧ଟି ଆକାଉଣ୍ଟ ଯାଞ୍ଚ କରି ୧ଜଣଙ୍କୁ ନୋଟିସ, ଢେଙ୍କାନାଳ ଜିଲ୍ଲା ପୋଲିସ ୧୨ଟି, କଳାହାଣ୍ଡି ଜିଲ୍ଲା ପୋଲିସ ୬୩ଟି ଆକାଉଣ୍ଟ ଯାଞ୍ଚ କରି ୧ଜଣଙ୍କୁ ଗିରଫ ଏବଂ ୧୪ଜଣଙ୍କୁ ନୋଟିସ୍ ଜାରି କରିଛି।

ସେହିପରି କୋରାପୁଟ ଜିଲ୍ଲା ପୋଲିସ ୫ଟି, ମାଲକାନଗିରି ଜିଲ୍ଲା ପୋଲିସ ୩ଟି, ନୂଆପଡ଼ା ଜିଲ୍ଲା ପୋଲିସ ୧୬ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରିଛନ୍ତି। ରାୟଗଡ଼ା ଜିଲ୍ଲା ପୋଲିସ ୧୦୮ଟି ଆକାଉଣ୍ଟ ଯାଞ୍ଚ କରି ୨ଜଣଙ୍କୁ ଗିରଫ ଏବଂ ୬୧ଜଣଙ୍କୁ ନୋଟିସ୍ ଜାରି କରିଛି।

ରାଜ୍ୟବାସୀଙ୍କ ଡିଜିଟାଲ କାରବାରର ସୁରକ୍ଷା ପାଇଁ ଓଡ଼ିଶା ପୋଲିସ ସର୍ବଦା ପ୍ରତିଶ୍ରୁତିବଦ୍ଧ। ସାଇବର ଅପରାଧ ମୁକ୍ତ ଓଡ଼ିଶା ଗଠନ ପାଇଁ ଏହି ଅଭିଯାନ ଆଗାମୀ ଦିନରେ ଆହୁରି କଡ଼ାକଡ଼ି ହେବ ବୋଲି ଡିଜିପି ଶ୍ରୀ ଖୁରାନିଆ ସୂଚନା ଦେଇଛନ୍ତି।

ଅପରେସନ ସାଇବର କବଚ ଅଭିଯୁକ୍ତ ଗିରଫ ଓଡିଶା ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

March 30, 2026

ଜିଓ ପକ୍ଷରୁ ସାରା ଓଡ଼ିଶାରେ ସଚେତନତା ଅଭିଯାନ ସହିତ ଜାତୀୟ ସୁରକ୍ଷା ମାସ ପାଳନ

March 30, 2026

ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ସମ୍ପର୍କିତ ଆଞ୍ଚଳିକ କର୍ମଶାଳା ଆୟୋଜିତ

March 30, 2026

ବ୍ଲକ ପ୍ରଶାସନ ତରଫରୁ ମଧୁବାବୁ ପେନସନ, ଦିବ୍ୟାଙ୍ଗ ପ୍ରମାଣ ପତ୍ର ଓ ସହାୟକ ଉପକରଣ ବଣ୍ଟନ

March 30, 2026
Latest News

ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

March 30, 2026

ଜିଓ ପକ୍ଷରୁ ସାରା ଓଡ଼ିଶାରେ ସଚେତନତା ଅଭିଯାନ ସହିତ ଜାତୀୟ ସୁରକ୍ଷା ମାସ ପାଳନ

March 30, 2026

ଏମଏଲସି ପଦରୁ ନୀତିଶ କୁମାରଙ୍କ ଇସ୍ତଫା ପରେ କିଏ ହେବ ବିହାରର ମୁଖ୍ୟମନ୍ତ୍ରୀ?: ଚର୍ଚ୍ଚାରେ ଏହି ସବୁ ନାମ

March 30, 2026

ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ସମ୍ପର୍କିତ ଆଞ୍ଚଳିକ କର୍ମଶାଳା ଆୟୋଜିତ

March 30, 2026

ବ୍ଲକ ପ୍ରଶାସନ ତରଫରୁ ମଧୁବାବୁ ପେନସନ, ଦିବ୍ୟାଙ୍ଗ ପ୍ରମାଣ ପତ୍ର ଓ ସହାୟକ ଉପକରଣ ବଣ୍ଟନ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.